ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ: ଗାନ୍ଧୀଙ୍କ ଅହିଂସା ଓ ଶାସ୍ତ୍ରୀଙ୍କ ସରଳତାର ବାର୍ତ୍ତା ନେଇ ସହର ପରିକ୍ରମା କଲେ ଛାତ୍ରଛାତ୍ରୀ

ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ: ଗାନ୍ଧୀଙ୍କ ଅହିଂସା ଓ ଶାସ୍ତ୍ରୀଙ୍କ ସରଳତାର ବାର୍ତ୍ତା ନେଇ ସହର ପରିକ୍ରମା କଲେ ଛାତ୍ରଛାତ୍ରୀ

ବାଲିଗୁଡ଼ା, ତା, ୦୨/୧୦: (ମନିସ): ରାଷ୍ଟ୍ରପିତା ମହାତ୍ମା ଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ବାଲିଗୁଡ଼ାରେ ଶ୍ରଦ୍ଧା ଓ ସମ୍ମାନର ସହ ପାଳିତ ହୋଇଛି। ଏହି ଅବସରରେ ପିଡବ୍ଲ୍ୟୁଡି ଛକସ୍ଥିତ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ଓ ଶାସ୍ତ୍ରୀ ଙ୍କ ଫୋଟୋ ଚିତ୍ରରେ ଅତିଥି ଓ ଉପସ୍ଥିତ ବ୍ୟକ୍ତିମାନେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଥିଲେ।

କାର୍ଯ୍ୟକ୍ରମରେ ପିଏ ଆଇଟିଡିଏର ପ୍ରକଳ୍ପ ପ୍ରଶାସକ କୃପାସିନ୍ଧୁ ବେହେରା, ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ବିବେକାନନ୍ଦ ଦଳାଇ, ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶିବଶଙ୍କର ସମରଥ, ତୀର୍ଥବାସୀ ଘଡ଼ାଇ, ଅଭିମନ୍ୟୁ ପ୍ରଧାନ, ସୁରେନ୍ଦ୍ର କୁମାର ପାତ୍ରଙ୍କ ସମେତ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ଥିଲେ। ଏହି ଅବସରରେ ଛାତ୍ରଛାତ୍ରୀମାନେ ଗାନ୍ଧୀ ଓ ଶାସ୍ତ୍ରୀଙ୍କ ବେଶଭୂଷାରେ ସଜ୍ଜିତ ହୋଇ ସହର ପରିକ୍ରମା କରିଥିଲେ। ବିଭିନ୍ନ ସ୍ଲୋଗାନ ଦେଇ ଛାତ୍ରଛାତ୍ରୀଙ୍କ ଶୋଭାଯାତ୍ରା ସମଗ୍ର ସହର ପରିକ୍ରମା କରିବା ସହ ଗାନ୍ଧୀଙ୍କ ଅହିଂସା, ସତ୍ୟ ଓ ସ୍ୱଚ୍ଛତାର ବାର୍ତ୍ତା ଏବଂ ଶାସ୍ତ୍ରୀଙ୍କ ଦେଶପ୍ରେମ ଓ ଶୃଙ୍ଖଳାର ଆଦର୍ଶକୁ ମନେ ପକାଇଥିଲା। ଛାତ୍ରଛାତ୍ରୀଙ୍କ ଏହି ଶୋଭାଯାତ୍ରା ସହରବାସୀଙ୍କ ମଧ୍ୟରେ ଦେଶପ୍ରେମ ଓ ଗାନ୍ଧୀ-ଶାସ୍ତ୍ରୀଙ୍କ ଆଦର୍ଶ ପ୍ରତି ସଚେତନତା ସୃଷ୍ଟି କରିଥିଲା।

ରିପୋର୍ଟ:-ସଞ୍ଜୟ କୁମାର ପାଣିଗ୍ରାହୀ

Related posts

ସଂକଳ୍ପ ସପ୍ତାହ ପାଳନ ନେଇ ପ୍ରସ୍ତୁତି ବୈଠକ 

masiha

୧୯୭୨ ମସିହା ମାଟ୍ରିକ ଵ୍ୟାଚର ପ୍ରଥମ ବନ୍ଧୁ ମିଳନ 

masiha

ଖଡିଆଳ ତିଖାଲି ଲୋୟର ଇନ୍ଦ୍ର ଜଳ ସେଚନ ପ୍ରକଳ୍ପ ରୁ ପ୍ରଥମ ବନ୍ୟା ଜଳ ନିଷ୍କାସନ

masiha

Leave a Comment

error: Content is protected !!