ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଧର୍ମୀୟ ସଂସ୍କୃତି

ସିଦ୍ଧ ବଳରାମଜୀଉଙ୍କ ମନ୍ଦିରରେ ଆଶ୍ୱନ୍ୟ ମାସର ଇନ୍ଦିରା ଏକାଦଶୀ ନୀତି ପାଳିତ

ସିଦ୍ଧ ବଳରାମଜୀଉଙ୍କ ମନ୍ଦିରରେ ଆଶ୍ୱନ୍ୟ ମାସର ଇନ୍ଦିରା ଏକାଦଶୀ ନୀତି ପାଳିତ

ଢେଙ୍କାନାଳ: କୈବଲ୍ୟ ବଜାରସ୍ଥିତ ସିଦ୍ଧ ବଳରାମଜୀଉଙ୍କ ମନ୍ଦିରରେ ପବିତ୍ର ଆଶ୍ୱନ୍ୟ ମାସର ଇନ୍ଦିରା ଏକାଦଶୀ ନୀତି ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି।

ଏହି ଅବସରରେ ପ୍ରାତଃ ସମୟରୁ ଠାକୁରଙ୍କ ମଙ୍ଗଳ ଆଳତି, ସ୍ନାନ, ନୂତନ ବସ୍ତ୍ର ପରିଧାନ, ତୁଳସୀ ହାର ଓ ଫୁଲ ହାର ଲାଗି ନୀତି ସମ୍ପନ୍ନ ହୋଇଥିଲା। ଏହାପରେ ବଲ୍ଲଭ ଭୋଗ ଲାଗି କରାଯାଇଥିଲା। ସକାଳ ପ୍ରାୟ ୧୦ଟା ସମୟରେ ଖେଚେଡ଼ି ଭୋଗ ଅର୍ପଣ କରାଯାଇଥିଲା।

ମଧ୍ୟାହ୍ନରେ ଅନ୍ନଧୂପ, ସନ୍ଧ୍ୟାରେ ସନ୍ଧ୍ୟା ଆଳତି ଏବଂ ରାତ୍ରିରେ ରାତ୍ରଧୂପ ନୀତି ଅନୁଷ୍ଠିତ ହୋଇଥିଲା। ଏହାପରେ ଏକାଦଶୀ ବେଢ଼ା ଓ ମହାଦୀପ ମନ୍ଦିର ଉପରକୁ ଉଠିବା ପରେ ଠାକୁରଙ୍କ ପହଡ଼ ନୀତି ସମ୍ପନ୍ନ ହେବ।

ପୂଜକ ଶ୍ରୀବତ୍ସ ମିଶ୍ର, ପାଳିଆ ସେବକ ଶମ୍ଭୁନାଥ ମହାପାତ୍ର ଓ ବ୍ରଜମୋହନ ମହାପାତ୍ର, କାହାଳିଆ ଟିକନ ବେହେରା ଏବଂ ମନ୍ଦିରର ଜିମାଦାର ଶ୍ୟାମସୁନ୍ଦର ପାଣିଗ୍ରାହୀଙ୍କ ଉପସ୍ଥିତିରେ ସମସ୍ତ ନୀତିକାନ୍ତି ଶୃଙ୍ଖଳିତ ଭାବେ ପାଳିତ ହୋଇଥିଲା।ଏହି ପବିତ୍ର ଅବସରରେ ମନ୍ଦିରରେ ଭକ୍ତିମୟ ପରିବେଶ ସୃଷ୍ଟି ହୋଇଥିଲା।

ଶୁଭମ୍ ପାଣି ଙ୍କ ରିପୋର୍ଟ୍ 

Related posts

ମାଁ ଠାକୁରାଣୀ ଙ୍କ କଳସୀ ଯାତ୍ରା ଶୁଭାରମ୍ଭ

Sunil Chandra Nayak

ଅଣ୍ଟାମାଡା ଠାରେ ଅଷ୍ଟପ୍ରହରି ନାମ ଯଜ୍ଞ ଅନୁଷ୍ଠିତ

Sunil Chandra Nayak

ଗୋପାଳ ଶ୍ରୀକ୍ଷେତ୍ର ସମେତ ଝରିଗୁମ୍ମା ଅଞ୍ଚଳଗୁମ୍ମା ରେ ଶ୍ରୀଜୀଉ ଙ୍କ ହାତୀ ବେଶ 

Leave a Comment

error: Content is protected !!