ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ପେଟ୍ରୋଲ ୯ ଟଙ୍କା ୫୦ ଓ ଡିଜେଲ ୭ ଟଙ୍କା କମିବ ବୋଲି କେନ୍ଦ୍ର ଅର୍ଥମନ୍ତ୍ରୀ ଙ୍କ ସୂଚନା

ବର୍ଦ୍ଧିତ ଦର ଦାମକୁ ନେଇ ଚାରିଆଡ଼ୁ ସମାଲୋଚିତ ହେବା ପରେ ତୈଳ ଦାମ ହ୍ରାସ କରିବାକୁ ନିଷ୍ପତ୍ତି ନେଇଛନ୍ତି କେନ୍ଦ୍ର ସରକାର। ପେଟ୍ରୋଲ ଲିଟର ପିଛା ୯.୫୦ ଟଙ୍କା ଓ ଡିଜେଲ ଲିଟର ପିଛା ୭ ଟଙ୍କା ହ୍ରାସ ହେବ। ଏନେଇ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଟ୍ୱିଟ କରି ସୂଚନା ଦେଇଛନ୍ତି। କେନ୍ଦ୍ର ସରକାର ଉତ୍ପାଦନ ଶୁଳ୍କ କମାଇବାକୁ ନିଷ୍ପତ୍ତି ନେଇଥିବାରୁ ତୈଳ ଦର ହ୍ରାସ ପାଇବ।

ପେଟ୍ରୋଲ ଉପରୁ ଉତ୍ପାଦନ ଶୁଳ୍କ ଲିଟର ପିଛା ୮ ଟଙ୍କା ଓ ଡିଜେଲ ଉପରୁ ଲିଟର ପିଛା ୬ ଟଙ୍କା କମାଇବାକୁ ନିଷ୍ପତ୍ତି ହୋଇଛି। ଏଥିଯୋଗୁ ପେଟ୍ରୋଲ ଓ ଡିଜେଲ ଦାମ ହ୍ରାସ ପାଇବ। ପେଟ୍ରୋଲ ଲିଟର ପିଛା ୯.୫୦ ଟଙ୍କା ହ୍ରାସ ପାଇବାକୁ ଯାଉଥିଲେ ମଧ୍ୟ ଏବେ ବି ବିଭିନ୍ନ ସହରରେ ଏହାର ୧୦୦ ଉପରେ ରହିବ। କାରଣ ଏବେ ଅଧିକାଂଶ ସ୍ଥାନରେ ପେଟ୍ରୋଲ ଲିଟର ପିଛା ୧୧୨ ଟଙ୍କା ଉପରେ ରହିଛି।

ଵିଦ୍ୟାଧର ସାହୁଙ୍କ ରିପୋର୍ଟ…

Related posts

ଆମେରିକାରୁ ବାପାଙ୍କୁ ପୁଅ ପଠେଇ ଥିବା ଚିଠି ଟିଏ…..

ମଧୁସ୍ମିତା ସାହୁ ଙ୍କ କବିତା ଏକାଦଶୀ

Sunil Chandra Nayak

ଜଳ, ଜମି ଜଙ୍ଗଲ କୁ ସୂରକ୍ଷା ଦେବା ପାଇଁ ପ୍ରସ୍ତୁତି ବୈଠକ

Leave a Comment

error: Content is protected !!