ରାଇରଙ୍ଗପୁର ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ବାମନଘାଟୀ ଉପଖଣ୍ଡ ସ୍ତରୀୟ ଯୁଗ୍ମ ଜନ ଅଭିଯୋଗ ଶୁଣାଣିରେ ୧୫୮ଟି ଅଭିଯୋଗରୁ୧୨ଟି ତତ୍କାଳ ସମାଧାନ
ରାଇରଙ୍ଗପୁର :ତ୧୨-/୧୦ ଆଜି ରାଇରଙ୍ଗପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ଅଧ୍ଯକ୍ଷତାରେ ବାମନଘାଟୀ ଉପଖଣ୍ଡ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇ ଯାଇଛି. ତାଙ୍କ ସହିତ ରାଇରଙ୍ଗପୁର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଅଜିତ କୁମାର, ଉପଜିଲ୍ଲାପାଳ ଶ୍ରୀ ଉଗ୍ରେସନ ଓରାମ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ଆନନ୍ଦ କୁମାର ଡୁଙ୍ଗ ଡୁଙ୍ଗ ପ୍ରମୁଖ ଯୋଗ ଦେଇଥିଲେ .।ଆଜିର ଏହି ଶିବିର ରେ ଜନସାଧାରଣଙ୍କ ଠାରୁ ମୋଟ ୧୫୮ଟି ଅଭିଯୋଗ ପତ୍ର ଗ୍ରହଣ ହୋଇଥିବା ବେଳେ ୧୧୯ଟି ବ୍ୟକ୍ତିଗତ ସମସ୍ୟା ଭିତ୍ତିକ ଏବଂ ୩୯ଟି ଗ୍ରାମବାସୀଙ୍କ ବିଭିନ୍ନ ସମସ୍ୟା ଭିତ୍ତିକ ସାମୁହିକ ଅଭିଯୋଗ ଥିଲାଵେଳ ତନ୍ମଧ୍ଯରୁ ୧୨ ଟି ତତ୍କାଳ ସମାଧାନ ହୋଇଥିଲା।ଆବେଦନର ଗୁରତ୍ୱକୁ ବିଚାର କରି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଜଣଙ୍କୁ ଟ.୧୦,୦୦୦/-ଙ୍କା ଓ ରେଡକ୍ରସ ପାଣ୍ଠିରୁ ୨ଜଣଙ୍କୁ ଟ ୨୨,୦୦୦/-ଙ୍କା ଜିଲ୍ଲାପାଳ ମଂଜୁର କରିଛନ୍ତି। ଅନ୍ୟାନ୍ୟ ଆପତ୍ତି ଅଭିଯୋଗ ଗୁଡିକର ବିଷୟ ପ୍ରସଙ୍ଗ ଉପରେ ସବିଶେଷ ତଦନ୍ତ କରି ଅନୁଧ୍ୟାନ ପୂର୍ବକ ବିହିତ କାର୍ଯ୍ୟାନୁଷ୍ଠାନ ନେବା ସହ ତ୍ୱରିତ ପ୍ରକ୍ରିୟାରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦେଶ ଦେଇଥିଲେ. ଉକ୍ତ ଶିବିର ରେ ବାମନଘାଟି ଉପଖଣ୍ଡ ଅଧିନସ୍ଥ ସମସ୍ତ ଉପଖଣ୍ଡ ସ୍ତରୀୟ ବିଭାଗୀୟ ଅଧିକାରୀ, ସମସ୍ତ ବିଡ଼ିଓ, ସମସ୍ତତହସିଲଦାର ଏବଂ ଲାଇନ ଡିପାର୍ଟମେଣ୍ଟର ଅଧିକାରୀମାନେ ଉପସ୍ଥିତ ଥିଲେ ।
ରାଇରଙ୍ଗପୁର ରୁ ଅକ୍ଷୟ ବିଶ୍ବାଳ

