ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ସେବା ସଂକଳ୍ପ ଅଭିଯାନ ଅନ୍ତର୍ଗତ ଦିବ୍ୟାଙ୍ଗ ସହାୟତା କାର୍ଯ୍ୟକ୍ରମ , ୨୫ ଜଣ ନୂତନ ଦିବ୍ୟାଙ୍ଗ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ

ସେବା ସଂକଳ୍ପ ଅଭିଯାନ ଅନ୍ତର୍ଗତ ଦିବ୍ୟାଙ୍ଗ ସହାୟତା କାର୍ଯ୍ୟକ୍ରମ , ୨୫ ଜଣ ନୂତନ ଦିବ୍ୟାଙ୍ଗ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ

ରାୟଗଡ଼, ତାରିଖ: ୧୪.୧୦.୨୦୨୬: ରାୟଗଡ଼ ସ୍ଥିତ ଅଶୋକ କଲ୍ୟାଣ ମଣ୍ଡପଠାରେ ସେବା ସଂକଳ୍ପ ଅଭିଯାନ ଅନ୍ତର୍ଗତ ଏକ ଦିବ୍ୟାଙ୍ଗ ସହାୟତା କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରବିନ୍ଦ୍ରନାଥ କହଁର ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ।

କାର୍ଯ୍ୟକ୍ରମରେ ରାୟଗଡ଼ ପୌର ପରିଷଦର ଉପାଧ୍ୟକ୍ଷା ଶ୍ରୀମତୀ ଶ୍ରମିତା ପାଢ଼ୀ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀମତୀ ଏଲିଜାବେଥ ଗରଡ଼ା, ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ଶ୍ରୀକାନ୍ତ କୁମାର ପାଣିଗ୍ରାହୀଙ୍କ ସମେତ ରାୟଗଡ଼ ଭିନ୍ନକ୍ଷମ ମହାସଂଘ ଓ ଓଡ଼ିଶା ବିକଳାଙ୍ଗ ମଞ୍ଚର ବିଭିନ୍ନ ପଦାଧିକାରୀ ଯୋଗଦେଇଥିଲେ।

ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ କହଁର ନିଜ ଅଭିଭାଷଣରେ ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ କଲ୍ୟାଣ, ସାମାଜିକ ସୁରକ୍ଷା ଏବଂ ସରକାରୀ ଯୋଜନାର ସୁଫଳ ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚାଇବାର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ।

ପରେ ନୂତନ ଭାବେ ଯୋଗ୍ୟ ବିବେଚିତ ୨୫ ଜଣ ଦିବ୍ୟାଙ୍ଗ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ କରାଯାଇଥିଲା। ଏହି ପଦକ୍ଷେପ ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କୁ ସାମାଜିକ ସୁରକ୍ଷା ଯୋଗାଇବା ସହ ସେମାନଙ୍କ ଜୀବନଧାରଣକୁ ଅଧିକ ସହଜ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରୟାସ।

ଜିଲ୍ଲା ଓ ଉପଖଣ୍ଡ ସାମାଜିକ ସୁରକ୍ଷା ବିଭାଗର କର୍ମକର୍ତ୍ତାମାନଙ୍କ ସହଯୋଗରେ କାର୍ଯ୍ୟକ୍ରମଟି ସୁଚାରୁରୂପେ ସମ୍ପନ୍ନ ହୋଇଥିଲା।

ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ବ୍ଲକ ସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା ୨୦୨୪ ପ୍ରସ୍ତୁତି ବୈଠକ

masiha

ବାହାନଗା ଟ୍ରେନ୍ ଦୁର୍ଘଟଣା : ଶୋକ ବ୍ୟକ୍ତ କଲା ଅଲ୍ ଓଡ଼ିଶା ସିଡ୍ୟୁଲ୍ଡ କାଷ୍ଟ ଫେଡେରେସନ୍

ଉଦଯାପିତ ହେଲା ସୁନ୍ଦରପୁର ରଜ ମହୋତ୍ସବ

masiha

Leave a Comment

error: Content is protected !!