ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

୧- ବାଲିଗୁଡା ଉପଜିଲ୍ଲାପାଳଙ୍କୁ ଏନ ଏ ସି କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଅତିରିକ୍ତ ଦାୟିତ୍ୱ : ବିଭାଗୀୟ ବିଜ୍ଞପ୍ତି ଜାରି , ୨- ସମଗ୍ର କନ୍ଧମାଳ ଜିଲ୍ଲାରେ ୨୪ ତାରିଖ ଶନିବାର ୪ ଘଣ୍ଟା ବିଦ୍ୟୁତ୍‌ ସରବରାହ ବନ୍ଦ

ବାଲିଗୁଡା ଉପଜିଲ୍ଲାପାଳଙ୍କୁ ଏନ ଏ ସି କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଅତିରିକ୍ତ ଦାୟିତ୍ୱ : ବିଭାଗୀୟ ବିଜ୍ଞପ୍ତି ଜାରି

ବାଲିଗୁଡ଼ା, ତା, ୨୩/୧୦:(ମନିସ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଏନ୍‌ଏସିର ପ୍ରଶାସନିକ ଦାୟିତ୍ୱରେ ନୂଆ ବ୍ୟବସ୍ଥା। ଉପଜିଲ୍ଲାପାଳ ପ୍ରଣିତା ଦାଶଙ୍କୁ ଏନ୍‌ଏସିର କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ରାଜ୍ୟ ସରକାରଙ୍କ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଅକ୍ଟୋବର ୨୨ ତାରିଖରେ ଜାରି ବିଜ୍ଞପ୍ତିରେ ଏହି ନିର୍ଦ୍ଦେଶ ଦିଆଯାଇଛି। ବିଭାଗର ଚିଠି ନମ୍ବର ୨୯୪୦୩ ଅନୁଯାୟୀ, ପ୍ରଣିତା ଦାଶ ନିଜର ନିୟମିତ ଦାୟିତ୍ୱ ସହିତ ବାଲିଗୁଡ଼ା ଏନ୍‌ଏସିର ଅତିରିକ୍ତ ପ୍ରଶାସନିକ ଦାୟିତ୍ୱ ତୁଲାଇବେ। ପରବର୍ତ୍ତୀ ନିର୍ଦ୍ଦେଶ ନ ଆସିବା ପର୍ଯ୍ୟନ୍ତ ଏହି ବ୍ୟବସ୍ଥା ଜାରି ରହିବ। ଅନ୍ୟପକ୍ଷରେ, ଏନ୍‌ଏସିରେ ବର୍ତ୍ତମାନ କାର୍ଯ୍ୟରତ କାର୍ଯ୍ୟନିର୍ବାହୀ ଅଧିକାରୀ ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ନିଜର କାର୍ଯ୍ୟ ଜାରି ରଖିବେ। ରାଜ୍ୟପାଳଙ୍କ ନିର୍ଦ୍ଦେଶକ୍ରମେ ପୌର ପ୍ରଶାସନ ନିର୍ଦ୍ଦେଶକ ତଥା ଅତିରିକ୍ତ ଶାସନ ସଚିବ ଅରିନ୍ଦମ ଡାକୁଆ ଙ୍କ ପକ୍ଷରୁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ନୂତନ ଦାୟିତ୍ୱ ବଣ୍ଟନ ପରେ ବାଲିଗୁଡ଼ା ଏନ୍‌ଏସିର ପୌର ପ୍ରଶାସନିକ କାର୍ଯ୍ୟ କିଭଳି ଆଗକୁ ବଢ଼ିବ, ତାହା ଉପରେ ଏବେ ସ୍ଥାନୀୟ ମହଲର ନଜର ରହିଛି।

ସମଗ୍ର କନ୍ଧମାଳ ଜିଲ୍ଲାରେ ୨୪ ତାରିଖ ଶନିବାର ୪ ଘଣ୍ଟା ବିଦ୍ୟୁତ୍‌ ସରବରାହ ବନ୍ଦ

କନ୍ଧମାଳ, ତା, ୨୩/୧୦:(ମନିସ): ୧୩୨ କେଭି ଭଞ୍ଜନଗର–ଫୁଲବାଣୀ OPTCL ବିଦ୍ୟୁତ୍‌ ଲାଇନ୍‌ର ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ଆସନ୍ତା ଶନିବାର, ଅକ୍ଟୋବର ୨୪ ତାରିଖରେ ସମଗ୍ର କନ୍ଧମାଳ ଜିଲ୍ଲାରେ ବିଦ୍ୟୁତ୍‌ ସରବରାହ ବନ୍ଦ ରହିବ। ଏହି ଦିନ ସକାଳ ୯ଟାରୁ ଦିନ ୧ଟା ପର୍ଯ୍ୟନ୍ତ ଦୀର୍ଘ ୪ ଘଣ୍ଟା ଧରି ବିଦ୍ୟୁତ୍‌ ଯୋଗାଣ ବନ୍ଦ ରହିବାକୁ ଥିବାରୁ ଜିଲ୍ଲାବାସୀଙ୍କୁ ଆବଶ୍ୟକୀୟ ପ୍ରସ୍ତୁତି କରି ରଖିବାକୁ ପଡ଼ିବ। ବିଦ୍ୟୁତ୍‌ ଲାଇନ୍‌ର ରକ୍ଷଣାବେକ୍ଷଣ କାର୍ଯ୍ୟ ସୁରୁଖୁରୁରେ ସମ୍ପନ୍ନ କରିବା ଉଦ୍ଦେଶ୍ୟରେ ଏହି ବିଦ୍ୟୁତ୍‌ କାଟ୍‌ କରାଯାଉଥିବା ବିଷୟ ବିଭାଗ ପକ୍ଷରୁ ସୂଚନା ମିଳିଛି।

ରିପୋର୍ଟ:-ସଞ୍ଜୟ କୁମାର ପାଣିଗ୍ରାହୀ

Related posts

କେନାଲ ପାଣିରେ ବୁଡି ଯୁବକର ସଲିଳ ମୃତ୍ୟୁ 

masiha

ଢେପାଗୁଡ଼ା ଗାଁ ନିକଟରେ ଥିବା ଅଧପନ୍ତରିଆ ବ୍ରିଜ ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ପାଇଁ ବିଡିଓ ଙ୍କ ଜରିଆରେ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ 

masiha

6th Kalingawan, a global festival of performing arts, was organized.

masiha

Leave a Comment

error: Content is protected !!