ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଲାଞ୍ଜିଗଡ ବ୍ଲକ୍‌ରେ ଜିଲ୍ଲାସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ , ୪୨ଟି ଅଭିଯୋଗ ଗ୍ରହଣ, ୩ ଟି ଅଭିଯୋଗର ତତ୍କାଳ ସମାଧାନ

ଲାଞ୍ଜିଗଡ ବ୍ଲକ୍‌ରେ ଜିଲ୍ଲାସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ , ୪୨ଟି ଅଭିଯୋଗ ଗ୍ରହଣ, ୩ ଟି ଅଭିଯୋଗର ତତ୍କାଳ ସମାଧାନ

ଭବାନୀପାଟଣା ତା. ୨୬.୧୦.୨୦୨୬: ଜନସାଧାରଣଙ୍କ ଅଭିଯୋଗର ଶୁଣାଣି କରି ସେଗୁଡ଼ିକର ତ୍ୱରିତ ଓ ନ୍ୟାୟସଙ୍ଗତ ସମାଧାନ ସୁନିଶ୍ଚିତ କରିବା ଉଦ୍ଦେଶ୍ୟରେ ଆଜି କଳାହାଣ୍ଡି ଜିଲ୍ଲାର ଲାଞ୍ଜିଗଡ ବ୍ଲକ୍ ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଜିଲ୍ଲାପାଳ ସଚିନ ପାୱାର ପ୍ରକାଶ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିଥିଲେ।

ଶିବିରରେ ବିଭିନ୍ନ ସମସ୍ୟାର ସମାଧାନ ଆଶାରେ ଆସିଥିବା ଅଭିଯୋଗକାରୀମାନେ ନିଜ ନିଜର ସମସ୍ୟା ଓ ଅଭିଯୋଗକୁ ଜିଲ୍ଲାପାଳ ନିକଟରେ ଉପସ୍ଥାପନ କରିଥିଲେ। ଜିଲ୍ଲାପାଳ ଅଭିଯୋଗଗୁଡ଼ିକୁ ଗୁରୁତ୍ୱର ସହ ବିଚାର କରିବା ସହ ସମ୍ପୃକ୍ତ ବିଭାଗର ଅଧିକାରୀମାନଙ୍କୁ ଆବଶ୍ୟକ ତଦନ୍ତ ଓ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ।

ଏହି ଅଭିଯୋଗ ଶୁଣାଣି ଶିବିରରେ ମୋଟ ୪୨ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୨୩ଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୧୯ଟି ଗ୍ରାମ୍ୟ ଓ ସାମୂହିକ ଅଭିଯୋଗ ରହିଥିଲା। ଗ୍ରହଣ କରାଯାଇଥିବା ଅଭିଯୋଗଗୁଡ଼ିକ ମଧ୍ୟରୁ ୩ଟିର ସମାଧାନ ତତ୍କାଳ ଘଟଣାସ୍ଥଳରେ କରାଯାଇଥିଲା। ଅବଶିଷ୍ଟ ଅଭିଯୋଗଗୁଡ଼ିକର ତ୍ୱରିତ ତଦନ୍ତ ଓ ନିୟମାନୁଯାୟୀ ସମାଧାନ ପାଇଁ ସମ୍ପୃକ୍ତ ବିଭାଗଗୁଡ଼ିକୁ ପଠାଯାଇଥିଲା।

ବିଷ୍ଣୁ ଚରଣ ସ୍ୱାଇଁ ଙ୍କ ରିପୋର୍ଟ୍ 

Related posts

ସମଗ୍ର ହିନ୍ଦୁ ସମାଜ ନର୍ଲା ଶାଖା ପକ୍ଷରୁ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ସ୍ମାରକ ପତ୍ର ପ୍ରଦାନ 

Sunil Chandra Nayak

କର୍ଲାମୁଣ୍ଡା ଠାରେ ପଞ୍ଚାୟତ ସ୍ତରୀୟ କଳାହାଣ୍ଡି ଉତ୍ସବ ପାଳିତ 

Sunil Chandra Nayak

“କବିତା ଆପଣଙ୍କର – ସୁର ଓ ସ୍ଵର ମୋର” ପ୍ରତିଯୋଗିତା

Sunil Chandra Nayak

Leave a Comment

error: Content is protected !!