ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ନବରଙ୍ଗପୁର ଜିଲ୍ଲା ସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ–୨୦୨୬ ଅବସରରେ ବିତର୍କ ଓ ପ୍ରବନ୍ଧ ପ୍ରତିଯୋଗିତା ଅନୁଷ୍ଠିତ 

ନବରଙ୍ଗପୁର ଜିଲ୍ଲା ସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ–୨୦୨୬ ଅବସରରେ ବିତର୍କ ଓ ପ୍ରବନ୍ଧ ପ୍ରତିଯୋଗିତା ଅନୁଷ୍ଠିତ 

ନବରଙ୍ଗପୁର:( ତାରିଖ: ୩୦.୧୦.୨୦୨୬)(ରବି ନାରାୟଣ ମହାନ୍ତି) ନବରଙ୍ଗପୁର ଜିଲ୍ଲାରେ ଚାଲିଥିବା ଦୁର୍ନୀତି ନିବାରଣ ସଚେତନତା ସପ୍ତାହ–୨୦୨୬ ଅବସରରେ ଆଜି ଜିଲ୍ଲାର ଉଚ୍ଚ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସ୍ତରର ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିତର୍କ ଓ ପ୍ରବନ୍ଧ ପ୍ରତିଯୋଗିତା ଆୟୋଜିତ ହୋଇଯାଇଛି।ଏହି ପ୍ରତିଯୋଗିତା ନବରଙ୍ଗପୁରସ୍ଥିତ ଏକ୍ସ-ବୋର୍ଡ ବିଦ୍ୟାଳୟ ଏବଂ ସରକାରୀ ମହାବିଦ୍ୟାଳୟଠାରେ ଅନୁଷ୍ଠିତ ହୋଇଥିଲା। ଜିଲ୍ଲା ଶିକ୍ଷା ଅଧିକାରୀ, ନବରଙ୍ଗପୁରଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଏହି ପ୍ରତିଯୋଗିତାରେ ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ଉତ୍ସାହର ସହ ଅଂଶଗ୍ରହଣ କରି ଦୁର୍ନୀତି ନିବାରଣ, ସ୍ୱଚ୍ଛତା, ସାଧୁତା, ନୈତିକ ମୂଲ୍ୟବୋଧ ଏବଂ ଦାୟିତ୍ୱବାନ ନାଗରିକତା ଆଦି ବିଷୟ ଉପରେ ନିଜ ନିଜର ମତାମତ ଓ ଚିନ୍ତାଧାରା ଉପସ୍ଥାପନ କରିଥିଲେ।ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ସଚ୍ଚୋଟତା, ସ୍ୱଚ୍ଛତା ଓ ଦୁର୍ନୀତିମୁକ୍ତ ସମାଜ ଗଠନ ପ୍ରତି ସଚେତନତା ସୃଷ୍ଟି କରିବା ସହ ଯୁବପିଢ଼ିଙ୍କ ମଧ୍ୟରେ ନୈତିକ ମୂଲ୍ୟବୋଧ ଓ ସାମାଜିକ ଦାୟିତ୍ୱବୋଧକୁ ସୁଦୃଢ଼ କରିବା ଏହି ପ୍ରତିଯୋଗିତାର ମୁଖ୍ୟ ଉଦ୍ଦେଶ୍ୟ ଥିଲା।ଆସନ୍ତାକାଲି ତାରିଖ ୩୧.୧୦.୨୦୨୬ ରିଖରେ ନବରଙ୍ଗପୁର ସ୍ଥିତ ମିଶନ ଶକ୍ତି ସମ୍ମିଳନୀ କକ୍ଷଠାରେ ଜିଲ୍ଲାସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ–୨୦୨୬ର ଉଦ୍‌ଯାପନୀ ସମାରୋହ ଅନୁଷ୍ଠିତ ହେବ। ଏହି ସମାରୋହରେ ଆଜି ଅନୁଷ୍ଠିତ ବିତର୍କ ଓ ପ୍ରବନ୍ଧ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ ଅତିଥିମାନଙ୍କ ଦ୍ୱାରା ପୁରସ୍କୃତ ଓ ସମ୍ବର୍ଦ୍ଧିତ କରାଯିବ। ଦୁର୍ନୀତିମୁକ୍ତ, ସ୍ୱଚ୍ଛ ଓ ଦାୟିତ୍ୱସମ୍ପନ୍ନ ସମାଜ ଗଠନ ଦିଗରେ ଛାତ୍ରଛାତ୍ରୀଙ୍କ ସକ୍ରିୟ ଭାଗୀଦାରି ଏବଂ ସଚେତନତା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ବୋଲି ଏହି କାର୍ଯ୍ୟକ୍ରମ ମାଧ୍ୟମରେ ବାର୍ତ୍ତା ପ୍ରଦାନ କରାଯାଇଛି।

ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ ମସିହା ନିଉଜ୍ 

Related posts

ଓଡିଆ ପକ୍ଷ ପାଳନ ଅବସରରେ ପାରମ୍ପରିକ ଖାଦ୍ୟ ଦିବସ ଓ ବିଭିନ୍ନ ପ୍ରତିଯୋଗୀତା କାର୍ଯ୍ୟକ୍ରମ 

masiha

କୋରାପୁଟ ଜିଲ୍ଲା ଠାରେ ୨୦୨୪ ପରବ ମହୋତ୍ସବ ସୁଭ ଉଦ୍ଘାଟନ

masiha

ଜଳେଶ୍ବର ନଗରପାଳଙ୍କ ୪ବର୍ଷର ରିପୋର୍ଟକାର୍ଡ ପ୍ରଦାନ 

Sunil Chandra Nayak

Leave a Comment

error: Content is protected !!