ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

କୁଆଁରମୁଣ୍ଡାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

କୁଆଁରମୁଣ୍ଡାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ରାଉରକେଲା, ୨/୧୧/୨୬ :  କୁଆଁରମୁଣ୍ଡା ବ୍ଲକ କାର୍ଯ୍ୟାଳୟ ରେ ଆଜି ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ଡାକ୍ତର ଶୁଭଙ୍କର ମହାପାତ୍ର ଓ ସୁନ୍ଦରଗଡ ଆରକ୍ଷୀ ଅଧିକ୍ଷକ ଅମ୍ରିତପାଲ କୌର ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ। 

     ଆଜି ମୋଟ ୩୪ ଗୋଟି ଅଭିଯୋଗର ଶୁଣାଣୀ ହୋଇଥିଲା l  ସେଥି ମଧ୍ୟରୁ ୨୦ ବ୍ୟକ୍ତିଗତ ଅଭିଯୋଗ ରହିଥିବା ବେଳେ ୧୧ ଟି ସାମୁହିକ ଅଭିଯୋଗ ରହିଥିଲା। ଏହା ବ୍ୟତୀତ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ଆଥିିକ ସହାୟତା ପାଇଁ ୩ ଜଣବ୍ୟକ୍ତି ଆବେଦନ କରିଥିଲେ l  ଆଜି ଆସିଥିବା ଅଭିଯୋଗ ଗୁଡ଼ିକ ମଧ୍ୟରୁ ମୁଖ୍ୟତଃ ରାସ୍ତା ଘାଟ ସମସ୍ୟା, ପେନସନ, ବିଦ୍ୟୁତ୍ ସମସ୍ୟା, ରାସନ୍ କାର୍ଡ ସମସ୍ୟା, ପାନୀୟ ଜଳ ସମସ୍ୟା ଆଦି ପ୍ରମୁଖ ରହିଥିଲା। 

 ଆଜିର ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣି ରେ ରାଉରକେଲା ଡିଏଫ୍ ଓ ରବିକାନ୍ତ ମୀନା , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଶ୍ରୀ ସୁରଂଜନ ସାହୁ, ପାନପୋଷ ଉପଜିଲ୍ଲାପାଳ ଶ୍ରୀ ପ୍ରଭାତ କୁମାର ପରିଡ଼ା, କୁଆରମୁଣ୍ଡା ବିଡିଓ ଡା ଜଗଦୀଶ ଚନ୍ଦ୍ର ମହାନନ୍ଦ  ସମେତ ସମସ୍ତ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ l

କୁଞ୍ଜ ବିହାରି ରାଉତ ଙ୍କ ରିପୋର୍ଟ୍ 

Related posts

ଉତ୍କଳମଣି ଙ୍କ ଜୟନ୍ତୀ ପାଳନ 

Sunil Chandra Nayak

ଓଡ଼ିଶା ୟୁଏସ୍ଆଇ ସଂଗଠନ ଓ ଜାମଦା ଥାନା ପକ୍ଷରୁ ବିଭିନ୍ନ ପ୍ରକାରର ସରବତ ବଣ୍ଟନ

ରାଜ ଚାଉଁରିଆ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ନବାଗତଙ୍କୁ ସ୍ୱାଗତ ଓ ସ୍ୱଚ୍ଛ ଭାରତ କାର୍ଯ୍ୟକ୍ରମ

Sunil Chandra Nayak

Leave a Comment

error: Content is protected !!