ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଧର୍ମଗଡ ଠାରେ ଜିଲ୍ଲାସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ୨୭ଟି ଅଭିଯୋଗ ଗ୍ରହଣ, ୦୪ ଟି ଅଭିଯୋଗର ତତ୍କାଳ ସମାଧାନ

ଧର୍ମଗଡ ଠାରେ ଜିଲ୍ଲାସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

୨୭ଟି ଅଭିଯୋଗ ଗ୍ରହଣ, ୦୪ ଟି ଅଭିଯୋଗର ତତ୍କାଳ ସମାଧାନ

ଭବାନୀପାଟଣା ତା. ୯.୧୧.୨୦୨୬: ଜନସାଧାରଣଙ୍କ ଅଭିଯୋଗର ଶୁଣାଣି କରି ସେଗୁଡ଼ିକର ତ୍ୱରିତ ଓ ନ୍ୟାୟସଙ୍ଗତ ସମାଧାନ ସୁନିଶ୍ଚିତ କରିବା ଉଦ୍ଦେଶ୍ୟରେ ଆଜି ଧର୍ମଗଡ ସ୍ଥିତ ପଞ୍ଚାୟତ ସମିତି ସଭାଗୃହରେ ଜିଲ୍ଲାସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଜିଲ୍ଲାପାଳ ସଚିନ ପାୱାର ପ୍ରକାଶ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିଥିଲେ।ଏହି ଶିବିର ରେ ବନ ଖଣ୍ଡ ଅଧିକାରୀ (ଦକ୍ଷିଣ) ଆର୍ କଲାଇଭାନନ୍, ବନ ଖଣ୍ଡ ଅଧିକାରୀ (ଉତ୍ତର) ପ୍ରଭାକର ବର୍ମା, ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ସୌମ୍ୟ ରଞ୍ଜନ ପ୍ରଧାନ, ସି ଡି ଓ,ଜିଲ୍ଲା ପରିଷଦ ସୌମ୍ୟ ରଞ୍ଜନ ପ୍ରଧାନ, ଉପ ଖଣ୍ଡ ଆରକ୍ଷୀ ଅଧିକାରୀ, ଧର୍ମଗଡ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।

ଏହି ଅଭିଯୋଗ ଶୁଣାଣି ଶିବିରରେ ମୋଟ ୨୭ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୧୬ଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୦୯ଟି ଗ୍ରାମ୍ୟ ଓ ସାମୂହିକ ଅଭିଯୋଗ ରହିଥିଲା। ମୁଖ୍ୟ ମନ୍ତ୍ରୀ ରିଲିଫ ପାଣ୍ଠିରୁ ୨ ଜଣଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା।ଗ୍ରହଣ କରାଯାଇଥିବା ଅଭିଯୋଗଗୁଡ଼ିକ ମଧ୍ୟରୁ ୪ଟିର ସମାଧାନ ତତ୍କାଳ ଘଟଣାସ୍ଥଳରେ କରାଯାଇଥିଲା। ଅବଶିଷ୍ଟ ଅଭିଯୋଗଗୁଡ଼ିକର ତ୍ୱରିତ ତଦନ୍ତ ଓ ନିୟମାନୁଯାୟୀ ସମାଧାନ ପାଇଁ ସମ୍ପୃକ୍ତ ବିଭାଗଗୁଡ଼ିକୁ ପଠାଯାଇଥିଲା।

ବିଷ୍ଣୁ ଚରଣ ସ୍ୱାଇଁ ଙ୍କ ରିପୋର୍ଟ୍ 

Related posts

୧- ବାଇକ ଉପରକୁ ଚଢ଼ିଗଲା କାର ଯୁବକ ଗୁରୁତର , ୨-ପୋଖରୀରିରୁ ବୃଦ୍ଧଙ୍କ ମୃତଦେହ ପୋଲିସ ଓ ଅଗ୍ନିଶମ ବିଭାଗ ଦ୍ଵାରା ଉଦ୍ଧାର

Sunil Chandra Nayak

ଅଳ୍ପକେ ବଞ୍ଚିଗଲା ପରିବାରର ୪ ଜଣଙ୍କ ଜୀବନ 

masiha

ଖଜୁରିଆ ଗ୍ରାମ ରେ ପବିତ୍ର ରାମ ନବମୀ ମହା ଆଡ଼ମ୍ବର ରେ ପାଳିତ 

Sunil Chandra Nayak

Leave a Comment

error: Content is protected !!