ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ସବଡେଗା ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ସବଡେଗା ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ସୁନ୍ଦରଗଡ଼, ୦୯/୧୧/୨୬: ସବଡେଗା ବ୍ଲକ ପରିସରରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ଡ଼ା ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧିକ୍ଷକ ଅମ୍ରିତପାଲ କୌର ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ।

   ଆଜି ମୋଟ ୯୫୬ ଗୋଟି ଅଭିଯୋଗ ଆସିଥିଲା । ସେଥି ମଧ୍ୟରୁ ୯୩୮ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିବାବେଳେ ୧୫ ଗୋଟି ସାମୁହିକ ଅଭିଯୋଗ ରହିଥିଲା। ଏହି ଅଭିଯୋଗ ଗୁଡ଼ିକ ମଧ୍ୟରୁ ୩ ଗୋଟି ଅଭିଯୋଗର ତତ୍ କ୍ଷଣାତ ସମାଧାନ କରାଯାଇଥିଲା। ସେହିଭଳି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଆର୍ଥିକ ସହାୟତା ନିମନ୍ତେ ୩ ଗୋଟି ଆବେଦନ ରହିଥିଲା।

  ଆଜିର ଏହି ଅଭିଯୋଗ ଶୁଣାଣି ରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ସୁରଞ୍ଜନ ସାହୁ, ଜିଲ୍ଲା ସହରାଞ୍ଚଳ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଜ୍ୟୋତ୍ସ୍ନାରାଣୀ ସାହୁ, ସବଡେଗା ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିଶ୍ୱନାଥ ସାହୁ ତଥା ସମସ୍ତ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ରହିଥିଲେ।

କୁଞ୍ଜ ବିହାରି ରାଉତ ଙ୍କ ରିପୋର୍ଟ୍ 

Related posts

ଜନ ମଙ୍ଗଳ (ରସୋଳ )ପକ୍ଷରୁ ବହୁବିଧ ସେବା ପ୍ରଦାନ କାର୍ଯକ୍ରମ ଆରମ୍ଭ 

masiha

କୃପାସିନ୍ଧୁ ସାଂସ୍କୃତିକ ପରିଷଦ ର ୮୬ ତମ ବାର୍ଷିକ ଉତ୍ସବ ସହିତ ଦୋଳ ପୂର୍ଣ୍ଣିମା ପାଳିତ 

masiha

ବସ୍ ଧକ୍କାରେ ଯୁବକ ଗୁରୁତର 

Sunil Chandra Nayak

Leave a Comment

error: Content is protected !!