ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜନଜାତୀୟ ଗୌରବ ଦିବସ ପାଳନ ନେଇ ବିଜେପି ଅନୁସୂଚିତ ଜନଜାତି ମୋର୍ଚ୍ଚାର ସାମ୍ବାଦିକ ସମ୍ମିଳନୀ

ଜନଜାତୀୟ ଗୌରବ ଦିବସ ପାଳନ ନେଇ ବିଜେପି ଅନୁସୂଚିତ ଜନଜାତି ମୋର୍ଚ୍ଚାର ସାମ୍ବାଦିକ ସମ୍ମିଳନୀ

ଭବାନୀପାଟଣା: ଭଗବାନ ବୀର୍ସା ମୁଣ୍ଡାଙ୍କ ୧୫୧ତମ ଜନ୍ମ ଜୟନ୍ତୀ ଏବଂ ସହିଦ ଲକ୍ଷ୍ମଣ ନାଏକଙ୍କ ସ୍ମୃତିରେ ଜନଜାତୀୟ ଗୌରବ ଦିବସ ପାଳନ ଅବସରରେ ଭାରତୀୟ ଜନତା ପାର୍ଟି, କଳାହାଣ୍ଡି ଜିଲ୍ଲା ଅନୁସୂଚିତ ଜନଜାତି ମୋର୍ଚ୍ଚା ପକ୍ଷରୁ ଏକ ଜିଲ୍ଲାସ୍ତରୀୟ ସାମ୍ବାଦିକ ସମ୍ମିଳନୀ ଭବାନୀପାଟଣାସ୍ଥିତ ସର୍କିଟ ହାଉସଠାରେ ଅନୁଷ୍ଠିତ ହୋଇଯାଇଛି।

ଜିଲ୍ଲା ଅନୁସୂଚିତ ଜନଜାତି ମୋର୍ଚ୍ଚା ସଭାପତି ଶ୍ରୀ ତ୍ରିନାଥ ଶବରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ସମ୍ମିଳନୀରେ କେନ୍ଦ୍ର ଜନଜାତି ମନ୍ତ୍ରାଳୟ ଓ ଭାରତୀୟ ଜନତା ପାର୍ଟିର କେନ୍ଦ୍ରୀୟ ନେତୃତ୍ୱଙ୍କ ମାର୍ଗଦର୍ଶନରେ ଚଳିତ ନଭେମ୍ବର ୧୧ରୁ ୨୨ ତାରିଖ ପର୍ଯ୍ୟନ୍ତ ଦେଶବ୍ୟାପୀ ପାଳନ ହେବାକୁ ଥିବା ଜନଜାତୀୟ ଗୌରବ ଦିବସର ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦିଆଯାଇଥିଲା।

ଆସନ୍ତା ନଭେମ୍ବର ୧୫ ତାରିଖରେ ଧର୍ମଗଡ଼ଠାରୁ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ ହେବା ସହ କଳାହାଣ୍ଡି ଜିଲ୍ଲାର ୪ଟି ନିର୍ବାଚନ ମଣ୍ଡଳୀରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ଏହି ଅବସରରେ ଜନଜାତି ସମାଜର ଗୌରବମୟ ଐତିହ୍ୟ, ବୀର ନାୟକମାନଙ୍କ ତ୍ୟାଗ, ବଳିଦାନ ଓ ଅବଦାନକୁ ସ୍ମରଣ କରିବା ସହ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଜନଜାତି କଲ୍ୟାଣକାରୀ ଯୋଜନାକୁ ଜନସାଧାରଣଙ୍କ ନିକଟରେ ପହଞ୍ଚାଇବା ଉପରେ ଗୁରୁତ୍ୱ ଦିଆଯିବ ବୋଲି ଆଲୋଚନା ହୋଇଥିଲା।

ଏହି ସାମ୍ବାଦିକ ସମ୍ମିଳନୀରେ ଏସ୍‌ଡିସି ଚେୟାରମ୍ୟାନ୍ ଶ୍ରୀ ବିଜୟ ଦିଶାରୀ, ରାଜ୍ୟ ଅନୁସୂଚିତ ଜନଜାତି ମୋର୍ଚ୍ଚା ଉପସଭାପତି ଶ୍ରୀ ରମେଶ ମାଝୀ, ସାଧାରଣ ସମ୍ପାଦକ ମନୋଜ ପାତ୍ର, ସମ୍ପାଦକ ଜୟପତ୍ର, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ସୁରେଶ ଭୋଇ, ଜିଲ୍ଲା ସମ୍ପାଦକ ସନ୍ତୋଷ ବିଶୀ, ଜିଲ୍ଲା ମିଡିଆ ସଂଯୋଜକ ନରହରି ପଟ୍ଟନାୟକ, ଅନୁସୂଚିତ ଜନଜାତି ମୋର୍ଚ୍ଚା ସୋସିଆଲ ମିଡିଆ ସଂଯୋଜକ ଖଗେଶ୍ୱର ଦିଶାରୀ ଓ ସରୋଜ ମାଝୀଙ୍କ ସମେତ ଜିଲ୍ଲା ମୋର୍ଚ୍ଚାର ବହୁ ପଦାଧିକାରୀ ଉପସ୍ଥିତ ଥିଲେ।

ବିଷ୍ଣୁ ଚରଣ ସ୍ୱାଇଁ ଙ୍କ ରିପୋର୍ଟ

Related posts

ନିୟନ୍ତ୍ରଣ ହରାଇ ଖଡଖାଇ ନଦୀ ପୋଲ ତଳକୁ ଖସିଲା ଅଟୋ ; ୪ ଜଣ ମହିଳା ସମେତ ଜଣେ ପୁରୁଷ ଗୁରୁତର

Sunil Chandra Nayak

ଆନ୍ତର୍ଜାତିକ ଶ୍ରମିକ ଦିବସ 

ବିଜାତଳା ସିଡିପିଓଙ୍କ ମନୋମୁଖୀ କାର୍ଯ୍ଯ ନେଇ ଅଙ୍ଗନୱାଡିକର୍ମୀମାନେ ଉପଜିଲ୍ଲାପାଳ କାର୍ଯ୍ଯାଳୟ ଦ୍ବାରସ୍ଥ          

Sunil Chandra Nayak

Leave a Comment

error: Content is protected !!