ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଧର୍ମଗଡ଼ ସରକାରୀ ଉଚ୍ଚ ବିଦ୍ୟାଳୟରେ ଶିଶୁ ଦିବସ ପାଳିତ ଶିଶୁଙ୍କ ଉଜ୍ଜ୍ୱଳ ଭବିଷ୍ୟତ ଗଠନ ଉପରେ ଗୁରୁତ୍ୱାରୋପ…

ଧର୍ମଗଡ଼ ସରକାରୀ ଉଚ୍ଚ ବିଦ୍ୟାଳୟରେ ଶିଶୁ ଦିବସ ପାଳିତ

ଶିଶୁଙ୍କ ଉଜ୍ଜ୍ୱଳ ଭବିଷ୍ୟତ ଗଠନ ଉପରେ ଗୁରୁତ୍ୱାରୋପ…

ଧର୍ମଗଡ଼ : ଧର୍ମଗଡ଼ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଆଜି ଶିଶୁ ଦିବସ ଉତ୍ସାହ ଓ ଆନନ୍ଦର ସହ ପାଳିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ସୁଧାଂଶୁ ଶେଖର ପାଣ୍ଡା ସଭାପତିତ୍ୱ କରିଥିଲେ।

କାର୍ଯ୍ୟକ୍ରମରେ ପୂର୍ବତନ ବ୍ଲକ ଶିକ୍ଷା ଅଧିକାରୀ ଲୋକନାଥ ବେହେରା ଏବଂ ଅବସରପ୍ରାପ୍ତ କୃଷି ଉପନିର୍ଦ୍ଦେଶକ ସନ୍ତୋଷ କୁମାର ବେହେରା ପ୍ରମୁଖ ଅତିଥି ଭାବେ ଯୋଗଦେଇ ଶିଶୁ ଦିବସର ମହତ୍ତ୍ୱ ଓ ଏହାର ଉଦ୍ଦେଶ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ। ଶିଶୁମାନେ ଦେଶର ଭବିଷ୍ୟତ। ସେମାନଙ୍କ ମଧ୍ୟରେ ଶିକ୍ଷା, ସଂସ୍କାର, ଶୃଙ୍ଖଳା ଓ ନୈତିକ ମୂଲ୍ୟବୋଧର ବିକାଶ ହେଲେ ଏକ ସୁସ୍ଥ ଓ ସମୃଦ୍ଧ ସମାଜ ଗଠନ ସମ୍ଭବ ବୋଲି ଅତିଥିମାନେ ମତବ୍ୟକ୍ତ କରିଥିଲେ।

କାର୍ଯ୍ୟକ୍ରମ ପ୍ରାରମ୍ଭ ରେ ଅନିତା ନାଏକ ସ୍ୱାଗତ ସଙ୍ଗୀତ ପରିବେଷଣ କରିଥିଲେ। କାର୍ଯ୍ୟକ୍ରମ କୁ ନବୀନ କୁମାର ବାଗ ପରିଚାଳନା କରି ଥିବା ବେଳେ ଗଙ୍ଗାଧର ଗଉଡ ଧନ୍ୟବାଦ ପ୍ରଦାନ କରିଥିଲେ। ସଭାରେ ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟିତ୍ରୀ ଓ ବହୁ ଛାତ୍ରଛାତ୍ରୀ ଉପସ୍ଥିତ ରହି ଶିଶୁ ଦିବସ ପାଳନରେ ସାମିଲ ହୋଇଥିଲେ। କୃତୀ ଛାତ୍ର ଙ୍କୁ ପୁରସ୍କୃତ କରା ଯାଇଥିଲା।

ବିଦ୍ୟାଧର ସାହୁଙ୍କ ରିପୋର୍ଟ….

 

–

Related posts

ଲକ୍ଷାଧିକ ଟଙ୍କା ବ୍ୟୟରେ ସ୍ଥାପିତ ହୋଇଥିବା ପାନୀୟ ଜଳ ପ୍ରକଳ୍ପ ଅଚଳ : ପ୍ରବଳ ଖରାରେ ପଥିକ ହନ୍ତସନ୍ତ

Sunil Chandra Nayak

ବିଜେପି ପକ୍ଷରୁ ସିଂଲା ଡାକ୍ତରଖାନାରେ ସ୍ୱଚ୍ଛ ଭାରତ ମିଶନ କାଯ୍ୟକ୍ରମ ଅନୁଷ୍ଠିତ

Sunil Chandra Nayak

ଦିଘାଠାରେ ନିର୍ମିତ ଶ୍ରୀଜଗନ୍ନାଥଙ୍କ ମନ୍ଦିର ବାବଦରେ  ତଦନ୍ତ ରିପୋର୍ଟ ପ୍ରଦାନ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

masiha

Leave a Comment

error: Content is protected !!