ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ଗ୍ରାମୀଣ): ଓଡ଼ିଶାରେ ଆବାସ ବଣ୍ଟନର ଶୁଭାରମ୍ଭ ଅବସରରେ ନବରଙ୍ଗପୁରଠାରେ ଜିଲ୍ଲାସ୍ତରୀୟ ସମାରୋହ

ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ଗ୍ରାମୀଣ): ଓଡ଼ିଶାରେ ଆବାସ ବଣ୍ଟନର ଶୁଭାରମ୍ଭ ଅବସରରେ ନବରଙ୍ଗପୁରଠାରେ ଜିଲ୍ଲାସ୍ତରୀୟ ସମାରୋହ

ନବରଙ୍ଗପୁର:( ୧୪ ନଭେମ୍ବର ୨୦୨୬)(ରବି ନାରାୟଣ ମହାନ୍ତି)ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ଗ୍ରାମୀଣ) ଅନ୍ତର୍ଗତ ଓଡ଼ିଶାରେ ଆବାସ ବଣ୍ଟନର ଶୁଭାରମ୍ଭ ଅବସରରେ ଆଜି ନବରଙ୍ଗପୁରସ୍ଥିତ ଶୁଭ ଅଭିନନ୍ଦନ କଲ୍ୟାଣ ମଣ୍ଡପଠାରେ ଏକ ଜିଲ୍ଲାସ୍ତରୀୟ ସମାରୋହ ଅନୁଷ୍ଠିତ ହୋଇଯାଇଛି।ଏହି ସମାରୋହରେ ମାନ୍ୟବର ନବରଙ୍ଗପୁର ବିଧାୟକ ତଥା ଜିଲ୍ଲା ଯୋଜନା କମିଟିର ଅଧ୍ୟକ୍ଷ ଶ୍ରୀ ଗୌରୀ ଶଙ୍କର ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ପ୍ରତାପ ଚନ୍ଦ୍ର ପ୍ରଧାନ ଏବଂ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଡ. ପ୍ରମୋଦ କୁମାର ପୃଷ୍ଟି ଉପସ୍ଥିତ ଥିଲେ।ଏହି ଅବସରରେ ମୁଖ୍ୟ ଅତିଥି ଶ୍ରୀ ମାଝୀ ରାଜ୍ୟ ସରକାରଙ୍କ ବିଭିନ୍ନ ଜନହିତକର ଯୋଜନା ସମ୍ପର୍କରେ ଉପସ୍ଥିତ ଜନସାଧାରଣଙ୍କୁ ଅବଗତ କରାଇଥିଲେ। ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ ନିର୍ମାଣ ପାଇଁ କାର୍ଯ୍ୟାଦେଶ ପାଇଥିବା ହିତାଧିକାରୀମାନେ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ନିଜ ନିଜର ଗୃହ ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ସେ ଅନୁରୋଧ କରିଥିଲେ। ଡବଲ ଇଞ୍ଜିନ ସରକାରଙ୍କ ଲକ୍ଷ୍ୟ ହେଉଛି ସମସ୍ତ ଯୋଗ୍ୟ ଗରିବ ହିତାଧିକାରୀଙ୍କୁ ପକ୍କା ଘର ଯୋଗାଇଦେବା ଏବଂ କେହି ଯେପରି କଚ୍ଚା ଘରେ ରହିବାକୁ ବାଧ୍ୟ ନ ହୁଅନ୍ତି, ତାହା ସୁନିଶ୍ଚିତ କରିବା। ଏଥିସହ ମହିଳାମାନଙ୍କୁ ଆର୍ଥିକ ଭାବେ ସଶକ୍ତ କରିବା ଏବଂ ‘ଲକ୍ଷପତି ଦିଦି’ ଭାବେ ଗଢ଼ିତୋଳିବା ଉପରେ ସେ ଗୁରୁତ୍ୱାରୋପ କରିଥିଲେ।ସମାରୋହରେ ଅତିଥିମାନଙ୍କ ଦ୍ୱାରା ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ଗ୍ରାମୀଣ) ଅନ୍ତର୍ଗତ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ଗୃହ ନିର୍ମାଣ କାର୍ଯ୍ୟ ସମାପ୍ତ କରିଥିବା ନବରଙ୍ଗପୁର ବ୍ଲକର ୭ ଜଣ ହିତାଧିକାରୀଙ୍କୁ ୨୦,୦୦୦ ଟଙ୍କା ଲେଖାଏଁ ପ୍ରୋତ୍ସାହନ ରାଶି ପ୍ରଦାନ କରାଯାଇଥିଲା। ଏଥିସହ ୪୩୬ ଜଣ ନୂତନ ଯୋଗ୍ୟ ହିତାଧିକାରୀଙ୍କୁ ପେନସନ ବଣ୍ଟନ କରାଯାଇଥିଲା।ଏହାପରେ ସମସ୍ତ ଅତିଥି ଓ ଉପସ୍ଥିତ ଜନସାଧାରଣ ଆଭାସୀ ମାଧ୍ୟମରେ ରାଜ୍ୟସ୍ତରୀୟ ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଯୋଡ଼ି ହୋଇ ମାନ୍ୟବର କେନ୍ଦ୍ରମନ୍ତ୍ରୀ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ ଶ୍ରବଣ କରିଥିଲେ।କାର୍ଯ୍ୟକ୍ରମ ଶେଷରେ ନବରଙ୍ଗପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଡ. ସୁନିଲ କୁମାର ଖରା ଧନ୍ୟବାଦ ଅର୍ପଣ କରିଥିଲେ। ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ ମସିହା ନିଉଜ୍ 

Related posts

ଚିକିତ୍ସାଧିନ ଧନଞ୍ଜୟ ରାଉତ ଙ୍କୁ ଭେଟିଲେ ବିଏଚ୍ ଆର୍ ସି ଇଣ୍ଡିଆ ର ରାଜ୍ୟ ସଭାପତି

Sunil Chandra Nayak

ଛୁଆ ଚୋର ସନ୍ଦେହରେ ଯୁବକକୁ ନିସ୍ତୁକ ମାଡ଼ 

Sunil Chandra Nayak

ବିଶିଷ୍ଟ ସମାଜସେବୀ ତଥା ପୂର୍ବତନ ସରପଞ୍ଚ ଧର୍ମୁ ପଧାନଙ୍କ ପରଲୋକ, ଅଞ୍ଚଳରେ ଶୋକର ଛାୟା 

Sunil Chandra Nayak

Leave a Comment

error: Content is protected !!