ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ପୁଣି ଅସୁସ୍ଥ ବାଲିଗୁଡ଼ା ଏନ୍‌ଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ : ଉନ୍ନତ ଚିକିତ୍ସା ପାଇଁ ବ୍ରହ୍ମପୁର ସ୍ଥାନାନ୍ତରିତ 

ପୁଣି ଅସୁସ୍ଥ ବାଲିଗୁଡ଼ା ଏନ୍‌ଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ : ଉନ୍ନତ ଚିକିତ୍ସା ପାଇଁ ବ୍ରହ୍ମପୁର ସ୍ଥାନାନ୍ତରିତ 

ବାଲିଗୁଡ଼ା, ୨୨/୧୧ : (ମନିସ): ବାଲିଗୁଡ଼ା ଏନ୍‌ଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ ପୁଣି ଅସୁସ୍ଥ ହୋଇପଡ଼ିଛନ୍ତି। ଶନିବାର ଅପରାହ୍ନରେ ହଠାତ୍ ତାଙ୍କର ଶ୍ୱାସକ୍ରିୟାରେ ସମସ୍ୟା ଦେଖାଦେବାରୁ ତାଙ୍କୁ ତୁରନ୍ତ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଏଠାରେ ଡାକ୍ତରମାନେ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ କରିବା ସହ ଚିକିତ୍ସା ଆରମ୍ଭ କରିଥିଲେ। ସୂଚନା ଅନୁଯାୟୀ, କିଛିଦିନ ପୂର୍ବରୁ ମଧ୍ୟ ଶ୍ରୀ ପ୍ରଧାନ ଅସୁସ୍ଥ ହୋଇପଡ଼ିଥିଲେ। ସେତେବେଳେ ତାଙ୍କୁ ଭୁବନେଶ୍ୱରର ଏକ ଚିକିତ୍ସାଳୟରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଇଥିଲା। ସେଠାରେ ସୁସ୍ଥ ହେବା ପରେ ସେ ବାଲିଗୁଡ଼ା ଫେରିଥିଲେ। ମାତ୍ର ପୁଣିଥରେ ଅସୁସ୍ଥତା ଅନୁଭବ କରିବା ସହ ଶ୍ୱାସକ୍ରିୟାରେ କଷ୍ଟ ହେବାରୁ ତାଙ୍କୁ ଉପଖଣ୍ଡ ଚିକିତ୍ସାଳୟକୁ ନିଆଯାଇଥିଲା।

ଚିକିତ୍ସାଳୟ ଅଧିକାରୀ ଡା. ଶ୍ରବଣ କୁମାର ସାହୁକାର ଓ ଅନ୍ୟ ଡାକ୍ତରମାନେ ତାଙ୍କର ଚିକିତ୍ସା କରିଥିଲେ। ଶ୍ରୀ ପ୍ରଧାନଙ୍କ କିଡ୍‌ନୀ ଓ ହୃଦ୍‌ଯନ୍ତ୍ରଜନିତ କିଛି ସମସ୍ୟା ଥିବାରୁ ଅଧିକ ଓ ଉନ୍ନତ ମାନର ଚିକିତ୍ସା ନିମନ୍ତେ ତାଙ୍କୁ ବ୍ରହ୍ମପୁର ମେଡିକାଲକୁ ସ୍ଥାନାନ୍ତର କରାଯାଇଥିବା ଡା. ସାହୁକାର ସୂଚନା ଦେଇଛନ୍ତି। ଅନ୍ୟପକ୍ଷରେ, ଶ୍ରୀ ପ୍ରଧାନ ଅସୁସ୍ଥ ଥିବା ଖବର ପାଇ ବାଲିଗୁଡ଼ା ସହରର ଜଣାଶୁଣା ସମାଜସେବୀ ଟୁନା ଦାସ ଚିକିତ୍ସାଳୟରେ ପହଞ୍ଚି ତାଙ୍କୁ ସାକ୍ଷାତ କରିଥିଲେ। ଏଥିସହ ପରିବାରବର୍ଗଙ୍କୁ ସାନ୍ତ୍ୱନା ଓ ସାହସ ଦେବା ସହ ତାଙ୍କର ଆଶୁ ଆରୋଗ୍ୟ କାମନା କରିଥିଲେ।

ବାଲିଗୁଡ଼ା ଏନ୍‌ଏସି ଅଧ୍ୟକ୍ଷଙ୍କ ପୁନର୍ବାର ଅସୁସ୍ଥତା ଖବର ପ୍ରଚାର ହେବା ପରେ ସହରର ବିଭିନ୍ନ ମହଲରେ ଚିନ୍ତା ପ୍ରକାଶ ପାଇଛି। ତାଙ୍କର ଶୀଘ୍ର ସୁସ୍ଥତା ପାଇଁ ସହରବାସୀ ଓ ଶୁଭେଚ୍ଛୁ ମାନେ କାମନା କରିଛନ୍ତି।

ରିପୋର୍ଟ:-ସଞ୍ଜୟ କୁମାର ପାଣିଗ୍ରାହୀ

Related posts

ଓଡ଼ିଆ ପକ୍ଷ ପାଳନ ଅବସରରେ ନବମ ଦିବସରେ ” “ଆସ ବହିଟିଏ କିଣିବା” କାର୍ଯ୍ୟକ୍ରମ ଅନୁଷ୍ଠିତ

masiha

ଅତିରିକ୍ତ ଗୋଷ୍ଠି ଶିକ୍ଷା ଅଧିକାରିଣୀ ଙ୍କୁ ଅଵସର କାଳୀନ ବିଦାୟ ସମ୍ବର୍ଦ୍ଧନା

Sunil Chandra Nayak

ଏମ.କେ.ସି.ଜି ମେଡିକାଲରେ ଏଚ.ଆଇ.ଭି ପରୀକ୍ଷା ପ୍ରକ୍ରିୟାରେ ଗୁରୁତର ଅନିୟମିତତା ଅଭିଯୋଗ 

Sunil Chandra Nayak

Leave a Comment

error: Content is protected !!