ଜଟାବାଲ ଆଶ୍ରମ ବିଦ୍ୟାଳୟରେ ଅଭାବନୀୟ ଘଟଣା, ଔଷଧ ଖାଇ ଚତୁର୍ଥ ଶ୍ରେଣୀ ଛାତ୍ରଙ୍କ ଆତ୍ମହତ୍ୟା ଉଦ୍ୟମ, ଗୁରୁତ୍ତର ଅବସ୍ଥାରେ ନବରଙ୍ଗପୁର କୁ ସ୍ଥାନାନ୍ତର
ନବରଙ୍ଗପୁର(୨୧|୧୧),(ରବି ନାରାୟଣ ମହାନ୍ତି)ଗତକାଲି ରାତିରେ ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ବ୍ଲକର ଜଟାବାଲ ଆଶ୍ରମ ବିଦ୍ୟାଳୟରେ ଅଭାବନୀୟ ଘଟଣା ଘଟିଛି । ବିଦ୍ୟାଳୟର ହଷ୍ଟେଲରେ ରହୁଥିବା ଚତୁର୍ଥ ଶ୍ରେଣୀର ଜଣେ କୋମଳମତି ଛାତ୍ର ଔଷଧ ସେବନ କରି ନିଜ ଜୀବନ ହାରିବାକୁ ଉଦ୍ୟମ କରିଥିବା ଘଟଣା ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି କରିଛି। ଛାତ୍ରଙ୍କ ଅବସ୍ଥା ଗୁରୁତ୍ତର ହେବାରୁ ତାଙ୍କୁ ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।ସୂଚନା ଅନୁଯାୟୀ, ଛାତ୍ର ଜଣକ ଜଟାବାଲ ଆଶ୍ରମ ବିଦ୍ୟାଳୟରେ ରହି ଚତୁର୍ଥ ଶ୍ରେଣୀରେ ଅଧ୍ୟୟନ କରୁଥିଲେ। ତେବେ କୌଣସି କାରଣରୁ ସେ ଔଷଧ ସେବନ କରିଥିଲେ। ଏହା ଜଣାପଡ଼ିବା ପରେ ବିଦ୍ୟାଳୟ ପକ୍ଷରୁ ତାଙ୍କୁ ତୁରନ୍ତ ପାପଡାହାଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ସେଠାରେ ଡାକ୍ତର ପ୍ରାଥମିକ ଚିକିତ୍ସା କରିଥିଲେ। ତେବେ ଛାତ୍ରଙ୍କ ସ୍ୱାସ୍ଥ୍ୟାବସ୍ଥା ଚିନ୍ତାଜନକ ଥିବାରୁ ଉନ୍ନତ ଚିକିତ୍ସା ନିମନ୍ତେ ତାଙ୍କୁ ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା।ଘଟଣା ସମ୍ପର୍କରେ ଖବର ପାଇ ଡାବୁଗାଁ ଲୋକପ୍ରିୟ ବିଧାୟକ ମନୋହର ରନ୍ଧାରୀ, ପୂର୍ବତନ ସାଂସଦ ପ୍ରଦୀପ ମାଝୀ ଏବଂ ପାପଡାହାଣ୍ଡି ବ୍ଲକ ଉପାଧ୍ୟକ୍ଷ ସୁଶାନ୍ତ ବେହେରା ପାପଡାହାଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ଛାତ୍ରଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ଡାକ୍ତରଙ୍କଠାରୁ ପଚାରି ବୁଝିଥିଲେ।ଅନ୍ୟପକ୍ଷରେ, ଏତେ କମ୍ ବୟସର ଜଣେ ଛାତ୍ର କେଉଁ ପରିସ୍ଥିତିରେ ଏଭଳି ପଦକ୍ଷେପ ନେଲେ, ତାହା ଏବେ ବଡ଼ ପ୍ରଶ୍ନ ହୋଇ ଉଭା ହୋଇଛି। ଛାତ୍ର ଜଣକ କେଉଁ କାରଣରୁ ଔଷଧ ସେବନ କରିଥିଲେ, ତାହା ଏଯାଏଁ ସ୍ପଷ୍ଟ ହୋଇନାହିଁ। ଘଟଣାର ନିରପେକ୍ଷ ତଦନ୍ତ କରିବା ସହ ଆଶ୍ରମ ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କ ସୁରକ୍ଷା, ମାନସିକ ସ୍ୱାସ୍ଥ୍ୟ ଓ ଯତ୍ନ ପ୍ରତି ଅଧିକ ଗୁରୁତ୍ୱ ଦେବାକୁ ସାଧାରଣରେ ଦୃଢ଼ ଦାବୀ ହେଉଛି l
ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ ମସିହା ନିଉଜ୍

