ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

କୋମନା ବ୍ଲକରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଜନଅଭିଯୋଗ ଶୁଣାଣି, ୬୦ଟି ଅଭିଯୋଗ ପଞ୍ଜୀକୃତ, ତ୍ୱରିତ ସମାଧାନ ପାଇଁ ନିର୍ଦ୍ଦେଶ

କୋମନା ବ୍ଲକରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଜନଅଭିଯୋଗ ଶୁଣାଣି, ୬୦ଟି ଅଭିଯୋଗ ପଞ୍ଜୀକୃତ, ତ୍ୱରିତ ସମାଧାନ ପାଇଁ ନିର୍ଦ୍ଦେଶ

ନୂଆପଡ଼ା,(ସୁଜିତ କୁମାର ପ୍ରଧାନ )ଜନସାଧାରଣଙ୍କ ଅଭିଯୋଗର ତ୍ୱରିତ ସମାଧାନ ସହ ପ୍ରଶାସନିକ ସେବାକୁ ଅଧିକ ଲୋକାଭିମୁଖୀ କରିବା ଲକ୍ଷ୍ୟରେ କୋମନା ବ୍ଲକ କାର୍ଯ୍ୟାଳୟ ସଭା ଗୃହରେ ଜିଲ୍ଲାପାଳ ଅନ୍ୟା ଦାସ ଓ ଆରକ୍ଷୀ ଅଧୀକ୍ଷକ ତପନ ନାରାୟଣ ରଥଙ୍କ ଯୁଗ୍ମ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।

ଶିବିରରେ ମୋଟ ୬୦ଟି ଅଭିଯୋଗ ପଞ୍ଜୀକୃତ ହୋଇଥିବା ବେଳେ ସେଥିମଧ୍ୟରୁ ୪୭ଟି ବ୍ୟକ୍ତିଗତ ଓ ୧୩ଟି ଗୋଷ୍ଠୀଗତ ଅଭିଯୋଗ ରହିଥିଲା। ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକ ପ୍ରତ୍ୟେକ ଅଭିଯୋଗକୁ ଗୁରୁତ୍ୱର ସହ ଶୁଣିବା ସହ ସେଗୁଡ଼ିକର ତ୍ୱରିତ ଓ ଉପଯୁକ୍ତ ସମାଧାନ ନିମନ୍ତେ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଆବଶ୍ୟକ ପଦକ୍ଷେପ ଗ୍ରହଣ ପାଇଁ ନିର୍ଦ୍ଦେଶ ଦେଇଥିଲେ।

ଏହି ଅବସରରେ ବସୁନ୍ଧରା ଯୋଜନା ଅଧୀନରେ ୫ ଜଣ ଭୂମିହୀନ ପରିବାରଙ୍କୁ ଘରଡିହ ପଟ୍ଟା ପ୍ରଦାନ କରାଯାଇଥିଲା।ବରିଷ୍ଠ ନାଗରିକଙ୍କ ପାଇଁ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ସହ ଆୟୁଷ୍ମାନ ଆରୋଗ୍ୟ ଶିବିର ମଧ୍ୟ ଆୟୋଜନ କରାଯାଇଥିଲା।

ଶିବିରରେ ବନଖଣ୍ଡ ଅଧିକାରୀ (ପ୍ରାନ୍ତୀୟ) ଆଜିଜ ଖାଁ, ଭାରପ୍ରାପ୍ତ ମୁଖ୍ୟ ଉନ୍ନୟନ ଅଧିକାରୀ କ୍ଷମାନିଧି ଭୋଇ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡା. ଇଶାନୀ ମିତ୍ର, ଉପଜିଲ୍ଲାପାଳ ସୁର୍ମି ସୋରେନ, କୋମନା ବ୍ଲକ ଅଧ୍ୟକ୍ଷା ଅନୁସୂୟା କୁମ୍ଭାର ଓ ଉପାଧ୍ୟକ୍ଷ ଜୟଦେବ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।

ଡେପୁଟି ଜିଲ୍ଲାପାଳ ଶେଖ ନସୀମ, ବିଡିଓ ପବିତ୍ର କୁମାର ସାମଲ ଓ ତହସିଲଦାର ସୌରଭ କୁମାର ବିଶି ଶିବିର ପରିଚାଳନାରେ ସହଯୋଗ କରିଥିଲେ। ଏଥିରେ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ, ବିଭିନ୍ନ ବିଭାଗର ଯନ୍ତ୍ରୀ, ଲାଇନ୍ ବିଭାଗର ଅଧିକାରୀ, ବ୍ଲକସ୍ତରୀୟ ଅଧିକାରୀ ଓ କର୍ମଚାରୀଙ୍କ ସମେତ ଗଣମାଧ୍ୟମ ପ୍ରତିନିଧି ଉପସ୍ଥିତ ଥିଲେ।

Related posts

ନୀଳମାଧଵ ସରକାରୀ ଉଚ୍ଚ ବିଦ୍ୟାଳୟରେ ୩୩ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ

Sunil Chandra Nayak

ଭାରତ ରତ୍ନ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କୁ ରାଇରଙ୍ଗପୁର କଂଗ୍ରେସ ଦଳ ତରଫରୁ ଶ୍ରଦ୍ଧାଞ୍ଜଳି

masiha

ଅନ୍ତର୍ଜାତୀୟ ଜୈବ ବିବିଧତା ଦିବସ ପାଳନ

Leave a Comment

error: Content is protected !!