ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

କଲମପୁର ଠାରେ ଜିଲ୍ଲାସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ୭୨ଟି ଅଭିଯୋଗ ଗ୍ରହଣ, ୦୫ ଟି ଅଭିଯୋଗର ତତ୍କାଳ ସମାଧାନ

କଲମପୁର ଠାରେ ଜିଲ୍ଲାସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

୭୨ଟି ଅଭିଯୋଗ ଗ୍ରହଣ, ୦୫ ଟି ଅଭିଯୋଗର ତତ୍କାଳ ସମାଧାନ

ଭବାନୀପାଟଣା  ଜନସାଧାରଣଙ୍କ ଅଭିଯୋଗର ଶୁଣାଣି କରି ସେଗୁଡ଼ିକର ତ୍ୱରିତ ଓ ନ୍ୟାୟସଙ୍ଗତ ସମାଧାନ ସୁନିଶ୍ଚିତ କରିବା ଉଦ୍ଦେଶ୍ୟରେ ଆଜି କଲମପୁର ସ୍ଥିତ ପଞ୍ଚାୟତ ସମିତି ସଭାଗୃହରେ ଜିଲ୍ଲାସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଆରକ୍ଷୀ ଅଧିକ୍ଷକ ନାଗରାଜ ଦେଭାରକୋଣ୍ଡା ଏବଂ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ସୌମ୍ୟ ରଞ୍ଜନ ପ୍ରଧାନ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।

ଏହି ଅଭିଯୋଗ ଶୁଣାଣି ଶିବିରରେ ମୋଟ ୭୨ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୪୫ଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୨୭ଟି ଗ୍ରାମ୍ୟ ଓ ସାମୂହିକ ଅଭିଯୋଗ ରହିଥିଲ।ଗ୍ରହଣ କରାଯାଇଥିବା ଅଭିଯୋଗଗୁଡ଼ିକ ମଧ୍ୟରୁ ୫ଟିର ସମାଧାନ ତତ୍କାଳ ଘଟଣାସ୍ଥଳରେ କରାଯାଇଥିଲା। ଅବଶିଷ୍ଟ ଅଭିଯୋଗଗୁଡ଼ିକର ତ୍ୱରିତ ତଦନ୍ତ ଓ ନିୟମାନୁଯାୟୀ ସମାଧାନ ପାଇଁ ସମ୍ପୃକ୍ତ ବିଭାଗଗୁଡ଼ିକୁ ପଠାଯାଇଥିଲା।

ବିଷ୍ଣୁ ଚରଣ ସ୍ୱାଇଁ ଙ୍କ ରିପୋର୍ଟ୍ 

Related posts

କର୍କଟ ସଚେତନତା ଶିବିର ଆୟୋଜନ ଉପରେ ଓଡ଼ିଆ ଜାତୀୟ ସମ୍ମିଳନୀର ପ୍ରସ୍ତୁତି ବୈଠକ

କଳାହାଣ୍ଡି :ବିଷାକ୍ତ ସାପ କାମୁଡାରେ ଯୁବତୀଙ୍କ ମୃତ୍ୟୁ

Sunil Chandra Nayak

ମୁଣ୍ଡରା ଗୁଡ଼ାରେ ସ୍ୱାଭିମାନ ଦିବସ ପାଳିତ

Sunil Chandra Nayak

Leave a Comment

error: Content is protected !!