ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଗୋଲାମୁଣ୍ଡା ସର୍ଵ ମଙ୍ଗଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଟ୍ରାଫିକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ 

ଗୋଲାମୁଣ୍ଡା, /ମସିହା/ତା ୨୭.୫.୨୨ : କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ସ୍ଥିତ ସର୍ଵ ମଙ୍ଗଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଟ୍ରାଫିକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଓଡ଼ିଶା ରାଜ୍ୟ ଭାରତ ସ୍କାଉଟ୍ ଓ ଗାଇଡ ପ୍ରାୟୋଜିତ ଏହି ସଚେତନତା କାର୍ଯ୍ୟକ୍ରମରେ ଅଧ୍ୟକ୍ଷ ଜୟନ୍ତ କୁମାର ଜେନା ସଭାପତିତ୍ବ କରିଥିଲେ। ଗୋଲାମୁଣ୍ଡା ପଞ୍ଚାୟତ ସମିତି ଅଧ୍ୟକ୍ଷ ବିନ୍ଦୁ ମହାନନ୍ଦ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀ ମାନଙ୍କୁ ନିଜ ଛାତ୍ର ଜୀବନର ଅନୁଭୁତି ବର୍ଣ୍ଣନା କରିବା ସହ ଶୃଙ୍ଖଳିତ ଜୀବନର ବାର୍ତ୍ତା ଦେଇଥିଲେ । ସମ୍ମାନୀତ ଅତିଥି ଭାବେ ଗୋଲାମୁଣ୍ଡା ଥାନା ଅଧିକାରୀ ଯୁଗଳ ଶବର ଯୋଗଦେଇ ଟ୍ରାଫିକ ନିୟମ ମାନିବା ସହ ଦୁର୍ଘଟଣା ରୋକିବାକୁ ଛାତ୍ରଛାତ୍ରୀଙ୍କୁ ଆହ୍ବାନ ଦେଇଥିଲେ । ସମାଜ ସେବୀ ଶ୍ୟାମସୁନ୍ଦର ଅଗ୍ରୱାଲ ଏହି ସଚେତନତା କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ଭାରତ ସ୍କାଉଟ୍ ଓ ଗାଇଡ ରୋଭର୍ ଲିଡର ସନ୍ତୋଷ କୁମାର ବାରିକ ସ୍ଵାଗତ ଅଭିଭାଷଣ ଓ ଅତିଥିଙ୍କ ପରିଚୟ ପ୍ରଦାନ କରିଥଲେ। ଯୁବ ରେଡ଼କ୍ରସ ପରାମର୍ଶ ଦାତା ଅଧ୍ୟାପକ ଶାନ୍ତନୁ କୁମାର ପରିଡ଼ା କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ l ଅଧ୍ୟାପକ ପ୍ରତାପ ଚନ୍ଦ୍ର ନାୟକ ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଅବସରରେ ଓଡ଼ିଶା ରାଜ୍ୟ ଭାରତ ସ୍କାଉଟ୍ ଓ ଗାଇଡ ସୌଜନ୍ୟରେ ଦୁର୍ଘଟଣା ରୋକିବା ପାଇଁ ପ୍ରସ୍ତୁତ ଟ୍ରାଫିକ ପୋଷ୍ଟ ମହାବିଦ୍ୟାଳୟ ସାମ୍ନା ମୁଖ୍ୟ ରାସ୍ତାରେ ଲୋକାର୍ପଣ କରାଯାଇ ଥିଲା । ଏହି କାର୍ଯ୍ୟକ୍ରମରେ ଭାରତ ସ୍କାଉଟ୍ ଓ ଗାଇଡ ଓ ଯୁବ ରେଡ଼କ୍ରସ ସ୍ଵେଚ୍ଛାସେବୀଙ୍କ ସମେତ ସମସ୍ତ ଛାତ୍ର ଛାତ୍ରୀ ଓ କର୍ମଚାରୀ ସାମିଲ୍ ହୋଇଥିଲେ ।

ଗୋଳାମୁଣ୍ଡା ବ୍ଲକରୁ ରାମକୁମାର ସେନାପତି ଙ୍କ ରିପୋର୍ଟ ମସିହା

Related posts

ବାଇକ୍ ଓ ସାଇକେଲ ଧକ୍କା, ଉଭୟ ମେଡ଼ିକାଲରେ ଭର୍ତ୍ତି

ଭବାନୀପାଟଣା ଠାରେ ପ୍ରଥମ ଜିଲ୍ଲା ସ୍ତରୀୟ ଦିଶା କମିଟି ବୈଠକ ଅନୁଷ୍ଠିତ

Sunil Chandra Nayak

କଳାହାଣ୍ଡିରେ ୧୦୦ଟି ରୂପାନ୍ତରିତ ବିଦ୍ୟାଳୟ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

Leave a Comment

error: Content is protected !!