ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ରାଉରକେଲା – ଶିକ୍ଷୟିତ୍ରୀଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

ରାଉରକେଲା/ ସେକ୍ଟର ୧୬ ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ‘କ’ର ପ୍ରଧାନ ଶିକ୍ଷୟିତ୍ରୀ କବିତା ପତିଙ୍କ ଅଧ୍ୟକ୍ଷତାରେ ଶିକ୍ଷୟିତ୍ରୀ ଲୀଳାବତୀ ଚୌଧୁରୀଙ୍କ ଅବସର ଉଦ୍ଦେଶ୍ୟରେ ଏକ ବିଦାୟକାଳୀନ ସଭା ଅନୁଷ୍ଠିତ ହୋଇଯାଇଛି। ଆରପିଏଲ୍ କ୍ଲଷ୍ଟରର ସିଆରସିସି ଦୀପକ କୁମାର ସାମଲ ମୁଖ୍ୟ ଅତିଥି, ଅବସରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ସାବିତ୍ରୀ ଦାସ ଓ ବିଦ୍ୟାଳୟ ପରିଚାଳନା କମିଟିର ପ୍ରିୟାଂଶୁ ମହାରଣା ସମ୍ମାନିତ ଅତିଥି ଭାବେ ଯୋଗଦେଇ ଶ୍ରୀମତୀ ଚୌଧୁରୀଙ୍କୁ ମାନପତ୍ର ଓ ଉପଢୌକନ ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମକୁ ବରିଷ୍ଠ ଶିକ୍ଷକ ଭାସ୍କର ନନ୍ଦ ପରିଚାଳନା କରିଥିବା ବେଳେ ବରିଷ୍ଠ ଶିକ୍ଷୟିତ୍ରୀ ନିବେଦିତା ମହାପାତ୍ର,ରେଣୁବାଳା ରାଉତ,ପ୍ରମିଳା ପ୍ରଧାନ,ସନ୍ଧ୍ୟାରାଣୀ ପଟେଲ,କାବେରୀ ଭଞ୍ଜ,ଅମିତା କୁମାରୀ ସାହୁଙ୍କ ସମେତ ବିଦ୍ୟାଳୟର ପାଚିକା ଓ ବହୁ ଅଭିଭାବକ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସଫଳ କରାଇଥିଲେ। ଶିକ୍ଷୟିତ୍ରୀ ଅମିତା କୁମାରୀ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।

ରାଉରକେଲା ରୁ କୁଞ୍ଜ ବିହାରି ରାଉତ ଙ୍କ ରିପୋର୍ଟ।

Related posts

ମମତା ଶତପଥୀ ଙ୍କ କବିତା ସର୍ବଦା ସନ୍ତୁଷ୍ଟ 

Sunil Chandra Nayak

କୋଷାଗୁମୁଡା ଡ୍ରିମସ୍ ଇଣ୍ଡିଆ ପବ୍ଲିକ୍ ସ୍କୁଲ ରେ ଛାତ୍ରୀ ଛିଙ୍କି ଟପର

Sunil Chandra Nayak

ସାହିତ୍ୟ ଅଗଣା

Sunil Chandra Nayak

Leave a Comment

error: Content is protected !!