ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ମାନ୍ୟବର ସୁପ୍ରିମକୋର୍ଟ ରାୟ ଦେଲା ପରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଶ୍ରୀମନ୍ଦିର ସେବାୟତ

ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ଶ୍ରୀମନ୍ଦିର ସେବାୟତ । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ମାନ୍ୟବର ସର୍ବୋଚ୍ଚ ଅଦାଲତଙ୍କ ରାୟ ପ୍ରକାଶ ପାଇବା ପରେ ଆନନ୍ଦିତ ହୋଇଛନ୍ତି ସେବାୟତ ସମୂହ । ଆଗାମୀ ଦିନରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ସହ ଶ୍ରୀମନ୍ଦିର ଶ୍ରୀ ବୃଦ୍ଧିରେ ମୁଖ୍ୟମନ୍ତ୍ରୀଙ୍କ ପରିକଳ୍ପନାକୁ ସାଧୁବାଦ ଜଣାଇଛନ୍ତି ସେବାୟତ ।

 ସୁପ୍ରିମକୋର୍ଟଙ୍କ ରାୟ ହିଁ ଆନନ୍ଦର ଲହରି ବିଛାଇଦେଇଛି । କେବଳ ମୁଖ୍ୟମନ୍ତ୍ରୀଙ୍କ ପାଇଁ ଶ୍ରୀକ୍ଷେତ୍ରର ନୂତନ ନକ୍ସା ପୂର୍ଣ୍ଣ ହେବାକୁ ଯାଉଛି । ଯେଉଁଥିପାଇଁ ଶ୍ରୀମନ୍ଦିରର ସେବାୟତ ମାନେ ମୁକ୍ୟମନ୍ତ୍ରୀଙ୍କୁ ଖଣ୍ଡୁଆ ପାଟ ଦେଇ ସମ୍ବର୍ଦ୍ଧିତ କରିଥିଲେ । ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି ଶ୍ରୀମନ୍ଦିର ସେବାୟତ । ଆଗାମୀ ଦିନରେ ରଥଯାତ୍ରା ହେବାକୁ ଯାଉଥିବାବେଳେ କିପରି ସୁରୁଖୁରୁରେ କାର୍ଯ୍ୟ ସମାପନ୍ନ ହେବ ସେନେଇ ମଧ୍ୟ ଆଲୋଚନା କରିଥିଲେ ।

 ଏଥି ସହିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ନେଇ ଆଲୋଚନା କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି ଏହି ସେବାୟତ ବୃନ୍ଦ । ନିକଟରେ ଉପସ୍ଥିତ ରହିଛନ୍ତି 5T ସଚିବ ତଥା ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭି. କାର୍ତ୍ତିକେୟନ ପାଣ୍ଡିଆନ । ସେହିପରି ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ମଧ୍ୟ ନିକଟରେ ଉପସ୍ଥିତ ରହିଛନ୍ତି ।

ଵିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

ପାଳିତ ହେଲା ଗୋପବନ୍ଧୁଙ୍କ ଶ୍ରାଦ୍ଧ ଦିବସ

Sunil Chandra Nayak

ବଙ୍ଗୋମୁଣ୍ଡା ଗ୍ରାମରେ ଜହ୍ନି ଓଷା ଉପଲକ୍ଷେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ

Sunil Chandra Nayak

ଆଜି ମାଆ ଲଙ୍କେଶ୍ଵରୀ ଦେବୀଙ୍କ ଖଣ୍ଡାବସା ଯାତ୍ରା

Sunil Chandra Nayak

Leave a Comment

error: Content is protected !!