ତାଙ୍କରି ସେବା ପରିବାର ନିୟୋଜନ କ୍ଷେତ୍ର ରେ ଏକ ମାଇଲ ଖୁଣ୍ଟ ..
କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ସରକାରୀ ଚିକିତ୍ସାଲୟରେ ଅବସ୍ଥାପିତ ଡାକ୍ତର ସଦାନନ୍ଦ ପାଣିଗ୍ରାହୀ ନିଜର ୨୬ ବର୍ଷ ଚାକିରୀ କାଳ ମଧ୍ୟରେ ୩୦ ହଜାର ମହିଳା ଙ୍କୁ ସଫଳ ବନ୍ଧ୍ୟାକରଣ ଅସ୍ତ୍ରୋପଚାର କରି ଏକ ଇତିହାସ ସୃଷ୍ଟି କରି ଥିବାରୁ ତାଙ୍କ ନାମ “ଇଣ୍ଡିଆ ବୁକ ଅଫ ରେକର୍ଡସ୍” ରେ ଦର୍ଜ ହୋଇଛି।
ଏହି ସେବା କାର୍ଯ୍ୟରେ ସଫଳତା ପାଇଁ ସେ ଥରେ ଜାତୀୟ ସ୍ତରରେ ସମ୍ବର୍ଦ୍ଧିତ ହୋଇଥିବା ବେଳେ ରାଜ୍ୟ ସ୍ତରରେ ସାତଥର ଓ ଜିଲ୍ଲା ସ୍ତରରେ ପାଞ୍ଚଥର ସମ୍ବର୍ଦ୍ଧିତ ହୋଇଛନ୍ତି।ତାଙ୍କର ଏହି ସେବା କାର୍ଯ୍ୟ ପାଇଁ ୨୦୧୪ ମସିହାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବର୍ଦ୍ଧିତ କରିଥିଲେ।ଡାକ୍ତର ପାଣିଗ୍ରାହୀଙ୍କୁ ନିକଟରେ ନୂଆଦିଲ୍ଲୀ ସ୍ଥିତ ଇଣ୍ଡିଆ ଇଣ୍ଟରନେସେନାଲ ଫ୍ରେଣ୍ଡସିପ ସୋସାଇଟି ପକ୍ଷରୁ ଭାରତ ଜ୍ୟୋତି ସଂମ୍ମାନ ପ୍ରଦାନ କରାଯାଇଥିଲା।ଡାକ୍ତର ପାଣିଗ୍ରାହୀ ଙ୍କ ଏଭଳି ସଫଳତା ପାଇଁ ତାଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛା ର ସୁଅ ଛୁଟୁଛି।
ଵିଦ୍ୟାଧର ସାହୁଙ୍କ ରିପୋର୍ଟ….