ଧର୍ମଗଡ଼ -: ଧର୍ମଗଡ଼ ବ୍ଲକ ଅନ୍ତର୍ଗତ ବ୍ରାହ୍ମଣ ଛେଣ୍ଡିଆ କ୍ଲଷ୍ଟର ର ସରକାରୀ ରାମକୃଷ୍ଣ ଉଚ୍ଚ ବିଦ୍ୟାଳୟରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇ ଯାଇଛି l ଏହି କାର୍ଯ୍ୟକ୍ରମରେ ବି ଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଗାୟତ୍ରୀ ପ୍ରସାଦ ମୁଣ୍ଡ ଛାତ୍ରଛାତ୍ରୀ ମାନଙ୍କୁ ଯୋଗ ଓ ପ୍ରାଣାୟାମ ର ଉପଯୋଗୀତା ବିଷୟରେ ଆଲୋକପାତ କରି ଥିଲେ l ବିଦ୍ୟାଳୟର ବରିଷ୍ଠ ପି. ଇ. ଟି ଶ୍ରୀଯୁକ୍ତ ଅଭିମନ୍ୟୁ ମୁଣ୍ଡ ସହିତ ସି. ଆର. ସି. ସି. ଶ୍ରୀ ଟିକେଶ୍ୱର ନାଏକ, ସି. ଏଚ. ଓ. ଗୀତାଞ୍ଜଳି ମେହେର ଓ ବରିଷ୍ଠ ଶିକ୍ଷକ ଶ୍ରୀଯୁକ୍ତ ରମେଶ ନାଏକ ଛାତ୍ରଛାତ୍ରୀ ମାନଙ୍କୁ ଯୋଗ ଅଭ୍ୟାସ କରାଇଥିଲେ l ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ l ଠିକ ସେହିପରି ବ୍ରାହ୍ମଣ ଛେଣ୍ଡିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଚିଲିଚିଲା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଲୁହାଗାଁ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଓ ଥନଟ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ମଧ୍ୟ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଙ୍କ ଉପସ୍ଥିତିରେ ଛାତ୍ରଛାତ୍ରୀ ମାନଙ୍କୁ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମନେ ଯୋଗ ର ଉପଯୋଗିତା ବିଷୟରେ ବୁଝାଇଥିଲେ ଓ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କ ଦ୍ୱାରା ସମସ୍ତ ଛାତ୍ରଛାତ୍ରୀ ମାନଙ୍କୁ ଯୋଗଭ୍ୟାସ କରାଯାଇଥିଲା l
ଧର୍ମଗଡ଼ ରୁ ବୈଦ୍ୟ ନାଥ ବେହେରା ଙ୍କ ରିପୋର୍ଟ।