ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ପ୍ରକାଶ ପାଇଛି ମାଟ୍ରିକ୍ ପରୀକ୍ଷା: କୃତକାର୍ଯ୍ୟ ହୋଇଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ରାଜ୍ୟର ୩ଟି ସ୍କୁଲରେ କୌଣସି ପିଲା ପାସ୍ କରି ନାହାନ୍ତି

ଆଜି ପ୍ରକାଶ ପାଇଛି ମାଟ୍ରିକ୍ ପରୀକ୍ଷା ଫଳ । ଚଳିତ ବର୍ଷ ୫ଲକ୍ଷ ୬୮ ହଜାର ୮୧୮ ଜଣ ପରୀକ୍ଷା ଦେଇଥିଲେ । ସେମାନଙ୍କ ମଧ୍ୟରୁ ୫ଲକ୍ଷ ୧୭ ହଜାର ୮୭୪ଜଣ ପାସ୍‌ କରିଛନ୍ତି । ମୋଟ ପାସ୍‌ ହାର ୯୦.୫୫ ପ୍ରତିଶତ ରହିଛି । କଟକ ସ୍ଥିତ ବୋର୍ଡ ମୁଖ୍ୟ କାର୍ଯ୍ୟାଳୟରେ ପ୍ରେସ୍‌ମିଟ୍‌ ଜରିଆରେ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ।

ଚଳିତ ବର୍ଷ ଛାତ୍ରଛାତ୍ରୀ ଦେଇଥିଲେ ଅଫଲାଇନ୍ ପରୀକ୍ଷା । ତେବେ ଏଥିରେ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ |

ପରୀକ୍ଷା ଦେଇଥିବା ସମସ୍ତ ଛାତ୍ରଛାତ୍ରୀଙ୍କର ଉଦ୍ୟମ ପ୍ରଶଂସନୀୟ । ଆଶାତୀତ ଫଳାଫଳ ପାଇ ନଥିବା ଛାତ୍ରଛାତ୍ରୀ ମାର୍କ ନିର୍ବିଶେଷରେ ସର୍ବଦା ଆଗକୁ ବଢିବାର ଇଚ୍ଛା ନେଇ ଆତ୍ମବିଶ୍ୱାସର ସହ କଠୋର ପରିଶ୍ରମ ଜାରି ରଖନ୍ତୁ ।

ସୂଚନା ଥାଉକି ଆଜି ପ୍ରକାଶ ପାଇଛି ମାଟ୍ରିକ୍ ରେଜଲ୍ଟ । ଚଳିତ ବର୍ଷ ୫ଲକ୍ଷ ୬୮ ହଜାର ୮୧୮ ଜଣ ପରୀକ୍ଷା ଦେଇଥିବା ବେଳେ ସେମାନଙ୍କ ମଧ୍ୟରୁ ୫ଲକ୍ଷ ୧୭ ହଜାର ୮୭୪ ଛାତ୍ରଛାତ୍ରୀ ପାସ୍‌ କରିଛନ୍ତି । ବାକି ୮୬୯୯ ଛାତ୍ରାଛାତ୍ରୀ ଫେଲ୍‌ ହୋଇଛନ୍ତି । A1ରେ ୮୧୧୯ ଛାତ୍ରଛାତ୍ରୀ ପାସ୍ କରିଛନ୍ତି । A2ରେ ପାସ୍ କରିଛନ୍ତି ୫୪, ୮୮୯ ପିଲା ।

ରାଜ୍ୟର ୩ଟି ସ୍କୁଲରେ କୌଣସି ପିଲା ପାସ୍ କରି ନାହାନ୍ତି। ଅର୍ଥାତ ଶୂନ ରେଜଲ୍ଟ ହୋଇଛି । ସେଥି ମଧ୍ୟରେ ମାଲକାନଗିରିର ୨ଟି ଓ ଅନୁଗୁଳର ଗୋଟିଏ ସ୍କୁଲ ଥିବା କହିଛନ୍ତି ମନ୍ତ୍ରୀ । ମାଲକାନଗିରିର ୨ଟି ସ୍କୁଲରେ ମୋଟ ୨ଟି ପିଲା ପଢୁଥିବା ବେଳେ ଅନୁଗୁଳର ଉକ୍ତ ସ୍କୁଲରେ ମଧ୍ୟ ୨ଜଣ ପିଲା ପଢୁଥିଲେ ବୋଲି କହିଛନ୍ତି ମନ୍ତ୍ରୀ।

ଵିଦ୍ୟାଧର ସାହୁଙ୍କ ରିପୋର୍ଟ…..

Related posts

ସହିଦ୍ ନୁଦୁରାମ୍ ସୋରେନ୍ ମେମୋରିଆଲ ଟ୍ରଷ୍ଟର ସ୍ମରଣିକା ପ୍ରସ୍ତୁତି ବୈଠକ

Sunil Chandra Nayak

କବିତା ସଙ୍କଳନ’ ସ୍ନିଗ୍ଧ ଶିଶିର ‘ ଲୋକାର୍ପିତ

Sunil Chandra Nayak

ମାନଗୋବିନ୍ଦ ସ୍ବାଇଁ ଙ୍କ କବିତା ଜଣାଣ

Sunil Chandra Nayak

Leave a Comment

error: Content is protected !!