ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ୫୩ ନଂ ଜାତୀୟ ରାଜପଥର ମୁକ୍ତାପଶି ଗାଁ ଗୋଡିବନ୍ଧ ନିକଟରେ ଅଜଣା ଗାଡି ଧକ୍କାରେ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ମୃତ ଶ୍ରମିକ ଜଣଙ୍କ କାମାକ୍ଷାନଗର ଥାନା ଜୟପୁରାକାଟେଣୀ ଗାଁର ଚେରୁ ଭୂତିଆ । ଚେରୁ କାର୍ଯ୍ୟ ସାରି ନିଜ ସାଇକେଲ ଯୋଗେ ଘରକୁ ଫେରୁଥିବା ବେଳେ ମୁକ୍ତାପଶି ଗୋଡିବନ୍ଧ ନିକଟରେ ଏକ ଅଜଣା ଗାଡି ଧକ୍କା ଦେଇ ପଳେଇ ଯାଇଥିଲା । ଘଟଣା ସ୍ଥଳରେ ହିଁ ଚେରୁଙ୍କର ମୃତ୍ୟୁ ହୋଇଥିଲା । ଏ ନେଇ ଖବର ପାଇ ଘଟଣା ସ୍ଥଳରେ କାମାକ୍ଷାନଗର ପୋଲିସ ପହଞ୍ଚି ମୃତ ଦେହକୁ ଉଦ୍ଧାର କରିବା ସହ ଅଧିକ ତଦନ୍ତ ଚଳାଇଛି । ତେବେ ଚେରୁଙ୍କ ମୃତ୍ୟୁକୁ ନେଇ ଗାଁରେ ଶୋକାକୁଳ ପରିସ୍ଥିତି ସୃଷ୍ଟି ହୋଇଛି ।
କାମାକ୍ଷାନଗରରୁ ପ୍ରହ୍ଲାଦ ମୁଦୁଲି ଙ୍କ ରିପୋର୍ଟ