ରୁପ୍ରା, (ମନିସ) : କଳାହାଣ୍ଡି ଜିଲ୍ଲାର ସମସ୍ତ ଗ୍ରାମ ପଞ୍ଚାୟତରେ ୱାର୍ଡ଼ ସ୍ତରୀୟ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ବିଜେଡି ତରଫରୁ ଦଳର ୨୫ବର୍ଷ ପୂର୍ତ୍ତି ଅବସରରେ ୨୫ଟି ବୃକ୍ଷରୋପଣ କାର୍ଯ୍ୟକ୍ରମ ଆଜିଠାରୁ ଆରମ୍ଭ ହୋଇଯାଇଛି। ଏହି ଅବସରରେ ବିଜୁ ଯୁବ ଓ ଛାତ୍ର ଜନତା ଦଳ କଳାହାଣ୍ଡି ତରଫରୁ ନର୍ଲା ବ୍ଲକ ଅନ୍ତର୍ଗତ ଘଣ୍ଟମାଳ ଗ୍ରାମପଞ୍ଚାୟତ ଠାରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଶୁଭାରମ୍ଭ କରାଯାଇଛି । ଏହି କାର୍ଯ୍ୟକ୍ରମରେ ନର୍ଲା ବ୍ଲକ ଯୁବ ବିଜେଡି ସଭାପତି ତଥା ନର୍ଲା ଜୋନ-୨ ର ଜିଲ୍ଲା ପରିଷଦ ସଦସ୍ୟ ହରିଶଙ୍କର ମାଝୀ, ଘଣ୍ଟମାଳ ସରପଞ୍ଚ ଦେବେନ୍ଦ୍ର ସା, ଜିଲ୍ଲା ଛାତ୍ର ବିଜେଡି ଉପ ସଭାପତି ତଥା ଜିଲ୍ଲା ଛାତ୍ର ଡିଜିଟାଲ ସେକ୍ରେଟାରୀ ରଞ୍ଜନ ସାହୁ, ଜିଲ୍ଲା ଛାତ୍ର ସମ୍ପାଦକ ସାଗର ହରପାଳ ଓ ଦିବା ଭୋଇଙ୍କ ସମେତ ଯୁବ ଓ ଛାତ୍ର ସଦସ୍ୟ ଉପସ୍ଥିତ ରହି ବୃକ୍ଷ ରୋପଣ କରିଥିଲେ।
ରୁପ୍ରା ରୁ ପ୍ରଦୀପ ସେନାପତି ଙ୍କ ରିପୋର୍ଟ