ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ବିଶ୍ୱ ଜନସଂଖ୍ୟା ଦିବସ ରେ ଧର୍ମଗଡ଼ର ସ୍ତ୍ରୀ ଓ ପ୍ରସୂତି ବିଶେଷଜ୍ଞ ଡାକ୍ତର ସଦାନନ୍ଦ ପାଣିଗ୍ରାହୀ ଙ୍କୁ ‘ଲାଇଫ ଟାଇମ ଆଚିଭମ୍ୟାଣ୍ଟ’ ସାଂମ୍ମାନ

ତାଙ୍କରି ସେବା ପରିବାର ନିୟୋଜନ କ୍ଷେତ୍ର ରେ ଏକ ମାଇଲ ଖୁଣ୍ଟ

ପରିବାର ନିୟୋଜନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ସରକାରୀ ଡାକ୍ତରଖାନାରେ ଅବସ୍ଥାପିତ ସ୍ତ୍ରୀ ଓ ପ୍ରସୂତି ବିଶେଷଜ୍ଞ ଡାକ୍ତର ସଦାନନ୍ଦ ପାଣିଗ୍ରାହୀ ଙ୍କୁ ଲାଇଫ ଟାଇମ ଆଚିଭମ୍ୟାଣ୍ଟ ସାଂମ୍ମାନ ରେ ସଂମ୍ମାନୀତ କରାଯାଇଛି।

ପୁନଶ୍ଚ ୨୦୨୧-୨୨ ବର୍ଷରେ ୩୦ ହଜାର ୧୦୫ ଜଣ ମହିଳାଙ୍କୁ ସଫଳ ବନ୍ଧ୍ୟାକରଣ ଅସ୍ତ୍ରୋପଚାର କରି ରାଜ୍ୟରେ ଦ୍ଵିତୀୟ ସ୍ଥାନ ଅଧିକାର କରିଥିବାରୁ ତାଙ୍କୁ ସ୍ୱତନ୍ତ୍ର ଭାବେ ସଂମ୍ମାନୀତ କରାଯାଇଛି। ବିଶ୍ୱ ଜନସଂଖ୍ୟା ଦିବସ ପାଳନ ଅବସରରେ ଆଜି ଭୁବନେଶ୍ୱର ସ୍ଥିତ ଜୟଦେବ ଭବନ ଆୟୋଜିତ ଏକ ଉତ୍ସବରେ ରାଜ୍ୟ ମୁଖ୍ୟ ସ୍ୱାସ୍ଥ୍ୟ ସଚିବ ନିକୁଞ୍ଜ ବିହାରୀ ଧଳ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଡାକ୍ତର ପାଣିଗ୍ରାହୀ ଙ୍କୁ ସଂମ୍ମାନୀତ କରିଥିଲେ।ଏହି କାର୍ଯ୍ୟକ୍ରମ ରେ ଅନ୍ୟତମ ଅତିଥି ଭାବେ ସ୍ୱାସ୍ଥ୍ୟ ସଚିବ ବିଜୟ କୁମାର ମହାପାତ୍ର ଓ ସ୍ୱାସ୍ଥ୍ୟ ସଚିବ(ପରିବାର କଲ୍ୟାଣ) ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ ଯେ, ଡାକ୍ତର ସଦାନନ୍ଦ ପାଣିଗ୍ରାହୀ ନିଜର ୨୬ ବର୍ଷ ଚାକିରୀ କାଳ ମଧ୍ୟରେ ୩୦ ହଜାରରୁ ଉର୍ଦ୍ଧ୍ବ ମହିଳା ଙ୍କୁ ସଫଳ ବନ୍ଧ୍ୟାକରଣ ଅସ୍ତ୍ରୋପଚାର କରି ଏକ ଇତିହାସ ସୃଷ୍ଟି କରି ଥିବାରୁ ପୂର୍ବରୁ ତାଙ୍କ ନାମ “ଇଣ୍ଡିଆ ବୁକ ଅଫ ରେକର୍ଡସ୍” ରେ ଦର୍ଜ ହୋଇଛି।ଏହି ସେବା କାର୍ଯ୍ୟରେ ସଫଳତା ପାଇଁ ସେ ଥରେ ଜାତୀୟ ସ୍ତରରେ ସମ୍ବର୍ଦ୍ଧିତ ହୋଇଥିବା ବେଳେ ରାଜ୍ୟ ସ୍ତରରେ ସାତଥର ଓ ଜିଲ୍ଲା ସ୍ତରରେ ପାଞ୍ଚଥର ସମ୍ବର୍ଦ୍ଧିତ ହୋଇଛନ୍ତି।ତାଙ୍କର ଏହି ସେବା କାର୍ଯ୍ୟ ପାଇଁ ୨୦୧୪ ମସିହାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବର୍ଦ୍ଧିତ କରିଥିଲେ।ଡାକ୍ତର ପାଣିଗ୍ରାହୀଙ୍କୁ ନିକଟରେ ନୂଆଦିଲ୍ଲୀ ସ୍ଥିତ ଇଣ୍ଡିଆ ଇଣ୍ଟରନେସେନାଲ ଫ୍ରେଣ୍ଡସିପ ସୋସାଇଟି ପକ୍ଷରୁ ଭାରତ ଜ୍ୟୋତି ସଂମ୍ମାନ ପ୍ରଦାନ କରାଯାଇଥିଲା।ଡାକ୍ତର ପାଣିଗ୍ରାହୀ ଙ୍କ ଏଭଳି ସଫଳତା ପାଇଁ ତାଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛା ର ସୁଅ ଛୁଟୁଛି।

ଵିଦ୍ୟାଧର ସାହୁଙ୍କ ରିପୋର୍ଟ

Related posts

ସାହିତ୍ୟ ଅଗଣା

Sunil Chandra Nayak

ଚାଷ କାର୍ଯ୍ୟରୁ ବିମୁଖ ଯୁଵପିଢୀଙ୍କ ପାଇଁ ଉଦାହରଣ ସାଜିଛନ୍ତି ଉଚ୍ଚ ଶିକ୍ଷିତ ସଫଳ ଯୁବ ଧାନ ଚାଷୀ ସୁଜନ ବାବୁ ‌

Sunil Chandra Nayak

ଲଡୁ ଦୁର୍ନୀତି ର ଉଚ୍ଚ ସ୍ତରୀୟ ତଦନ୍ତ ଦାବି

Sunil Chandra Nayak

Leave a Comment

error: Content is protected !!