ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ରାଜ୍ୟରେ ଶିକ୍ଷା କ୍ଷେତ୍ରରେ ସ୍ମରଣୀୟ ମୁହୂର୍ତ୍ତ | ଏକଥରକରେ ନିଯୁକ୍ତି ପାଇଲେ ୬୨୩୧ ଜଣ ଶିକ୍ଷକ

ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ସୃଜନୀଶକ୍ତି ଓ ଆତ୍ମବିଶ୍ବାସର ବିକାଶ ଦିଗରେ କାମ କରିବାକୁ ନବ ନିଯୁକ୍ତ ଶିକ୍ଷକ ମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

 

ଶିକ୍ଷା କ୍ଷେତ୍ରରେ ରୂପାନ୍ତରର ସଫଳ ସହଯୋଗୀ ଭାବରେ ଦାୟିତ୍ବ ତୁଲାଇବାକୁ ଶିକ୍ଷକ ମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ

 

ପର୍ଯାୟ କ୍ରମେ ରାଜ୍ୟର ସବୁ ସରକାରୀ ଓ ଅନୁଦାନ ପ୍ରାପ୍ତ ହାଇସ୍କୁଲ 5T school transformation କାର୍ଯ୍ୟ କ୍ରମରେ ସାମିଲ ହେବ

 

 

 

ରାଜ୍ୟର ଶିକ୍ଷା ଇତିହାସରେ ଆଜି ଦିନଟି ସବୁବେଳେ ସ୍ମରଣୀୟ ହୋଇରହିବ । ନବୀନ ଓଡିଶା ଗଠନ ଦିଗରେ ଏକ ଯୁଗାନ୍ତକାରୀ ପଦକ୍ଷେପ ସ୍ବରୂପ ରାଜ୍ୟର ଶିକ୍ଷା ଓ ସ୍ବାସ୍ଥ୍ୟ – ଏହି ଦୁଇଟିଯାକ କ୍ଷେତ୍ରର ବିକାଶ ଉପରେ ରାଜ୍ୟ ସରକାର ପ୍ରାଥମିକତା ଦେଇଆସିଛନ୍ତି। ସାରା ରାଜ୍ୟର ସବୁ ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ ତଥା ପ୍ରଥମ ପର୍ଯ୍ୟାୟର ୫-ଟି ହାଇସ୍କୁଲ ଟ୍ରାନ୍‌ସଫରମେସନ କାର୍ଯ୍ୟକ୍ରମରେ ୧୦୭୫ଟି ସ୍କୁଲର ରୂପାନ୍ତର ପରେ ପରେ ଆଉ ଏକ ଗୁରୁତ୍ବପୂର୍ଣ୍ଣ ପଦକ୍ଷେପରେ ରାଜ୍ୟ ସରକାର ଆଜି ଏକାଥରକେ ୬୨୩୧ ଜଣ ଶିକ୍ଷକଙ୍କୁ ନିଯୁକ୍ତି ଦେଇଛନ୍ତି । ରାଜ୍ୟ ନିଯୁକ୍ତି ଇତିହାସରେ ଏହା ଏକ ସର୍ବକାଳୀନ ରେକର୍ଡ ।

 

କଳିଙ୍ଗ ଷ୍ଟାଡିଅମରେ ଆୟୋଜିତ ନବ ନିଯୁକ୍ତ ଶିକ୍ଷକ-ଶିକ୍ଷୟତ୍ରୀ ମାନଙ୍କ orientation କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ ଶିକ୍ଷା ହେଉଛି ସମାଜର ସାମୁହିକ ଆଶା ଓ ଆକାଂକ୍ଷାର ପ୍ରତିଫଳନ । ଶିକ୍ଷା ବ୍ୟବସ୍ଥାର ଆତ୍ମା ଭାବରେ ଶିକ୍ଷକ ମାନଙ୍କୁ ଅଭିହିତ କରି ଆମର ଭବିଷ୍ୟତ ପୀଢି ତଥା ନୂଆ ଓଡିଶା ଗଠନ ପାଇଁ ଆରମ୍ଭ ହୋଇଥିବା ଏହି ରୂପାନ୍ତରରେ ଶିକ୍ଷକ ମାନେ ସଫଳ ସହଯୋଗୀ ଭାବରେ ତାଙ୍କର ଦାୟିତ୍ବ ତୁଲାଇବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଜଣାଇଥିଲେ ।

 

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପିଲାମାନେ ହେଉଛନ୍ତି ଅନନ୍ତ ସମ୍ଭାବନାର ପ୍ରତୀକ । ସେମାନଙ୍କ ମଧ୍ୟରେ ନୂଆ ଆଶା ଜାଗ୍ରତ କରିବା, ସେମାନଙ୍କର କଳ୍ପନାକୁ ଶକ୍ତି ଦେବା ଏବଂ ଅଧ୍ୟୟନ ପ୍ରତି ଆଗ୍ରହ ସୃଷ୍ଟି କରିବାରେ ଶିକ୍ଷକମାନେ ହିଁ ପ୍ରମୁଖ ଭୂମିକା ଗ୍ରହଣ କରିଥାନ୍ତି । ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ସୃଜନୀଶକ୍ତିର ବିକାଶ ତଥା ଆତ୍ମବିଶ୍ବାସ ବୃଦ୍ଧି ପାଇଁ କାମ କରିବାକୁ ମୁଖ୍ୟମନ୍ତ୍ରୀ ଶିକ୍ଷକ ମାନଙ୍କୁ ପରାମର୍ଶ ଦେଇଥିଲେ ।

 

ଏହି ଅବସରରେ ପୂର୍ବତନ ରାଷ୍ଟ୍ରପତି ଡଃ ଏ.ପି.ଜେ ଅବଦୁଲ କାଲାମଙ୍କ ବକ୍ତବ୍ୟକୁ ଉଦ୍ଧୃତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସମାଜରେ ଶିକ୍ଷକ ମାନଙ୍କର ଭୂମିକା ଯେପରି ଗୁରୁତ୍ବପୂର୍ଣ୍ଣ, ପୃଥିବୀରେ ଅନ୍ୟ କୌଣସି ବୃତ୍ତି ସେଭଳି ଗୁରୁତ୍ବ ବହନ କରେ ନାହିଁ । ତେଣୁ ଶିକ୍ଷକତା ପରି ଏକ ମହାନ ବୃତ୍ତିକୁ ଆପଣେଇ ଥିବାରୁ ମୁଖ୍ୟମନ୍ତ୍ରୀ ନବନିଯୁକ୍ତ ଶିକ୍ଷକ-ଶିକ୍ଷୟତ୍ରୀ ମାନଙ୍କୁ ଅଭିନନ୍ଦନ ଜଣାଇଥିଲେ ।

 

ରାଜ୍ୟରେ ଶିକ୍ଷା କ୍ଷେତ୍ରରେ ଚାଲିଥିବା ରୂପାନ୍ତର ସଂପର୍କରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୫-ଟି ହାଇସ୍କୁଲ ଟ୍ରାନ୍‌ସଫରେମେସନ କାର୍ଯ୍ୟକ୍ରମରେ ରାଜ୍ୟର ବିଭିନ୍ନ ସ୍କୁଲର ଭିତ୍ତିଭୂମିର ରୂପାନ୍ତର କରାଯାଇ ସ୍ମାର୍ଟ କ୍ଲାସ ରୁମ୍‌, ଇ-ଲାଇବ୍ରେରୀ, ଆଧୁନିକ ପରୀକ୍ଷାଗାର, ଉନ୍ନତ ପରିମଳ ବ୍ୟବସ୍ଥା, ଖେଳପଡିଆ ତଥା ସ୍କୁଲର ପରିବେଶକୁ ଶିକ୍ଷା ଅନୁକୂଳ କରିବା ପାଇଁ ସବୁ ପ୍ରକାର ପଦକ୍ଷେପ ନିଆଯାଇଛି । ଏପର୍ଯ୍ୟନ୍ତ ୧୦୭୫ଟି ସ୍କୁଲର ରୂପାନ୍ତରଣ ପ୍ରଥମ ପର୍ଯ୍ୟାୟରେ ଶେଷ ହୋଇଥିବା ବେଳେ, ପର୍ଯ୍ୟାୟକ୍ରମେ ରାଜ୍ୟର ସମସ୍ତ ସରକାରୀ ଓ ଅନୁଦାନପ୍ରାପ୍ତ ହାଇସ୍କୁଲର ରୂପାନ୍ତର କରାଯିବ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ । ଶିକ୍ଷା ବ୍ୟବସ୍ଥାରେ ଡିଜିଟାଲ ଜ୍ଞାନକୌଶଳର ପ୍ରୟୋଗକୁ ବର୍ତ୍ତମାନ ପରିସ୍ଥିତିରେ ଜରୁରୀ ଆବଶ୍ୟକତା ଭାବେ ବର୍ଣ୍ଣନା କରି ଏଥିପାଇଁ ଶିକ୍ଷକମାନଙ୍କୁ ସ୍ବତନ୍ତ୍ର ତାଲିମ ଦିଆଯିବା ଉପରେ ସେ ଗୁରୁତ୍ବ ଆରୋପ କରିଥିଲେ । ନୂତନ ଶିକ୍ଷା ପରିବେଶରେ ପିଲାମାନଙ୍କୁ ସେମାନଙ୍କ ସ୍ବପ୍ନକୁ ସାକାର ରୂପ ଦେବାପାଇଁ ସବୁପ୍ରକାର ସୁଯୋଗ ଦିଆଯାଇଛି ବୋଲି ମତଦେଇ ଶିକ୍ଷାଦାନ ପ୍ରତି ଶିକ୍ଷକ ମାନଙ୍କର ପ୍ରତିବଦ୍ଧତା, ପିଲାମାନଙ୍କୁ ପ୍ରେରଣା ହିଁ ସେମାନଙ୍କୁ ସଫଳତାର ଶିଡି ଚଢିବାରେ ସକ୍ଷମ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଥିଲେ।

 

ଏହି କାର୍ଯ୍ୟକ୍ରମ ରେ ମନ୍ତ୍ରୀ ଶ୍ରୀ ନିରଞ୍ଜନ ପୂଜାରୀ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ , ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ମନ୍ତ୍ରୀ ଶ୍ରୀ ସମୀର ଦାଶ ପ୍ରମୁଖ ଯୋଗ ଦେଇ ଶିକ୍ଷା ବ୍ଯବସ୍ଥା ରେ ରୂପାନ୍ତର ହି ନୂଆ ଓଡ଼ିଶାର ସ୍ବପ୍ନ ସାକାର କରିବ ଵୋଲି ମତ ଦେଇ ଥିଲେ ।

ସୂଚନାଯୋଗ୍ୟ ଯେ ମାତ୍ର 47 ଦିନ ମଧ୍ୟ ରେ 6131 ଶିକ୍ଷକ ନିଯୁକ୍ତି ଦିଆଯାଇଛି ।

  • ସେମାନଙ୍କ ମଧ୍ୟରେ 2236 ଜଣ arts teacher 1779 science 829 Hindi 796 Sanskrit PETଓ 3ଜଣ ତେଲୁଗୁ ଶିକ୍ଷକ ନିଯୁକ୍ତି ପାଇଛନ୍ତି ।(ମସିହା ନିଉଜ୍ ସର୍ଭିସ)

Related posts

ସୁରେଶ ଚନ୍ଦ୍ର ପାଢୀ ଙ୍କ ପ୍ରବନ୍ଧ ଶ୍ରୀ କୃଷ୍ଣ ଜନ୍ମ

Sunil Chandra Nayak

ନୂଆପଡା ଜିଲ୍ଲା ଆଦିବାସୀ କଲ୍ୟାଣ ସଙ୍ଘ ପକ୍ଷରୁ ପୂର୍ବତ୍ତନ ସଭାପତିଙ୍କ ବହିଷ୍କାର

Sunil Chandra Nayak

ରାଉରକେଲା – କଳିଙ୍ଗ କଳା ପରିଷଦ ତରଫରୁ ନାଟକ ‘ହାଇୱେ କୀଳା’ ମଞ୍ଚସ୍ଥ

Sunil Chandra Nayak

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort