ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ରାଷ୍ଟ୍ରପତି ନିର୍ବାଚନ: ଭୋଟ ଦେବାକୁ ଆସିଲେ ନାହିଁ ପ୍ରଶାନ୍ତ ଜଗଦେବ

୧୪୭ ଜଣ ବିଧାୟକଙ୍କ ମଧ୍ୟରୁ ୧୪୫ ଜଣ ବିଧାୟକ ଭୋଟ ଦେଲେ

ଅସୁସ୍ଥ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ ଦିଲ୍ଲୀରେ ଭୋଟ ଦେଲେ….

ରାଷ୍ଟ୍ରପତି ନିର୍ବାଚନ ପାଇଁ ସରିଲା ଭୋଟିଂ । ଆଜି ବିଧାନସଭାରେ ସମୁଦାୟ ୧୪୭ ଜଣ ବିଧାୟକଙ୍କ ମଧ୍ୟରୁ ୧୪୫ ଜଣ ବିଧାୟକ ଭୋଟ ଦେଇଛନ୍ତି । ବିଧାନସଭାରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରଥମେ ବିଜେପି ବିଧାୟକ ମୁକେଶ ମହାଲିଙ୍ଗ ଭୋଟ୍ ଦେଇଥିଲେ। ଏହାପରେ ମୁଖ୍ୟମନ୍ତ୍ରୀଙ୍କ ସମେତ ଅନ୍ୟ ବିଧାୟକମାନେ ଭୋଟ ଦେଇଥିଲେ । ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୫ଟା ପର୍ୟ୍ୟନ୍ତ ମତଦାନ ପ୍ରକ୍ରିୟା ଚାଲୁ ରହିଥିଲା । ତେବେ ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାଏକ ଅସୁସ୍ଥତା ଯୋଗୁ ଦିଲ୍ଲୀରେ ଥିବାରୁ ସେ ଦିଲ୍ଲୀ ରେ ହିଁ ଭୋଟ୍ ଦେଇଛନ୍ତି ।ହେଲେ ବିଜେଡି ବିଧାୟକ ପ୍ରଶାନ୍ତ ଜଗଦେବ ଭୋଟ ଦେବାକୁ ଆସିନଥିଲେ । ସମୟ ଗଡିଯିବା ସତ୍ତ୍ୱେ ପ୍ରଶାନ୍ତ ଭୋଟ ଦେବାକୁ ଆସିନଥିବାରୁ ବାଲଟ ବକ୍ସ ସିଲ କରାଯାଇଛି ଜ୍ଝ ସୂଚନା ଥାଉ କି ଓଡ଼ିଶାରେ ଜଣେ ବିଧାୟକ ଭୋଟ ମୂଲ୍ୟ ହେଉଛି ୧୪୯, ଓ ସାଂସଦଙ୍କ ଭୋଟ ମୂଲ୍ୟ ହେଉଛି ୭୦୦। ସମୁଦାୟ ବିଜେଡି ବିଧାୟକଙ୍କ ଭୋଟ ମୂଲ୍ୟ ୧୬୬୮୮, ବିଜେଡି ସାଂସଦଙ୍କ ମୂଲ୍ୟ ୧୪,୭୦୦। ବିଜେଡି ସମୁଦାୟ ଭୋଟ ମୂଲ୍ୟ ୩୧, ୪୮୮।

ଵିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

ଫୁଣ୍ଡା ଗ୍ରାମର ରାମଚନ୍ଦ୍ର ପଧାନଙ୍କ ସନ୍ଦେହ ଜନକ ମୃତ୍ୟୁ

Sunil Chandra Nayak

ସାହିତ୍ୟ ଅଗଣା

Sunil Chandra Nayak

ଏକ୍ସ କ୍ୟାଡ଼ର ଶିକ୍ଷକ ସଂଘ ପକ୍ଷରୁ କଳାହାଣ୍ଡି ସାଂସଦ ଙ୍କୁ ସାକ୍ଷତ

Leave a Comment

error: Content is protected !!