ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ପାପଡାହାଣ୍ଡି ବ୍ଲକ ସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର

ପାପଡାହାଣ୍ଡି,୧୮.୭ : ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ପଞ୍ଚାୟତ ସମିତି କାର୍ଯ୍ୟାଳୟର ସଭା ଗୃହରେ ସୋମବାର ବ୍ଲକ ସ୍ତରୀୟ ଯୁଗ୍ମ ଜନ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ବ୍ଲକର 23 ଗୋଟି ପଂଚାୟତର ବିଭିନ୍ନ ପ୍ରାନ୍ତରୁ ଆସିଥିବା ୩୨ଜଣଙ୍କ ମଧ୍ୟରୁ ୧୦ ଗୋଟି ଗୋଷ୍ଠୀ ଗତ ହୋଇଥିବା ବେଳେ ବାକି୨୨ଗୋଟି ବ୍ୟକ୍ତିଗତ ଆପତ୍ତି, ଅଭିଯୋଗ ଥିଲା। ଲୋକଙ୍କ ଆପତ୍ତି, ଅଭିଯୋଗ ଜିଲ୍ଲାପାଳ ଡ଼ଃ କମଳ ଲୋଚନ ମିଶ୍ର ଶୁଣିବା ସହିତ ଏହାର ତୁରନ୍ତ ଆଶୁ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦେଶ ଦେଇଥିଲେ। ଏହି ଅବସରରେ ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ତରଫରୁ ୩୬ ଗୋଟି ଦିବ୍ୟାଙ୍ଗ ଉପକରଣ ସେଥିମଧ୍ୟରୁ ୯ ଟି ଟ୍ରାଇ ସାଇକଲ,୧୦ ଟି ହୁଇଲ୍ ଚୈର,୧୫ ଟି ୟୁ ଡି ଆଇ ଡି, ସ୍ମାର୍ଟ୍ କାର୍ଡ, ଦୁଇ ଯୋଡ଼ା ଆଶା ବାଡି ଯୁଗ୍ମ ଜନଶୁଣାଣୀ ଶିବିରରେ ଉପସ୍ଥିତ ଥିବା ଦିବ୍ୟାଙ୍ଗ ବ୍ୟକ୍ତି ଙ୍କୁ ଜିଲ୍ଲାପାଳ ଡକ୍ଟର କମଳ ଲୋଚନ ମିଶ୍ର ଓ ଆରକ୍ଷୀ ଅଧିକ୍ଷକ ଏସ ସୁଶ୍ରୀ ଙ୍କ ଦ୍ଵାରା ପ୍ରଦାନ କରାଯାଇଥିଲା | ଯୁଗ୍ମ ଜନଶୁଣାଣୀ ଶିବିରରେ ଅନ୍ୟମାନଙ୍କ ମଧ୍ୟରେ ପିଡି ରତ୍ନାକର ସାହୁ, ପ୍ରଶାସକ ଆଦିବାସୀ ଉନ୍ନୟନ ସଂସ୍ଥା, ଅଭିମନ୍ୟୁ ମାଝୀ, ବ୍ଲକ୍ ଉପାଧ୍ୟକ୍ଷ ସୁଶାନ୍ତ କୁମାର ବେହେରା, ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ କୁମାର ନାଗ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ ପାତ୍ର, ଅଧିକ୍ଷଣ ଯନ୍ତ୍ରୀ ପୂର୍ତ୍ତ ବିଭାଗ ପ୍ରଫୁଲ୍ଲ କୁମାର ମିଶ୍ର, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ସ୍ଵର୍ଣ୍ଣ ଲତା ବିଶ୍ୱାସ, ଜିଲ୍ଲା ପଞ୍ଚାୟତ ଅଧିକାରୀ ଶିଶିର କୁମାର ପାଣି ଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ, ସ୍ଥାନୀୟ ତହସିଲଦାର, ବ୍ଲକ୍ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ। ତେବେ ପ୍ରଶାସନ ତରଫରୁ ପ୍ରଚାର ପ୍ରସାର କମ ଯୋଗୁଁ ଅଧିକ ଅଭିଯୋଗ ଆସୀନଥିଲା |

ସ୍ବପ୍ନଜିତ ପଟନାୟକ, ପାପଡାହାଣ୍ଡି  ଙ୍କ ରିପୋର୍ଟ 

Related posts

ରାଉରକେଲା – ଶିକ୍ଷୟିତ୍ରୀଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

ଦାବି ହାସଲ ପାଇଁ ଐକ୍ୟବଦ୍ଧ ସଂଗ୍ରାମ ର ଆବଶ୍ୟକତା ରହିଛି : ବିଷ୍ଣୁ ମହାନ୍ତି 

ସାପ କାମୁଡା ରେ ବୃଦ୍ଧ ଗୁରୁତର

Sunil Chandra Nayak

Leave a Comment

error: Content is protected !!