ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ସରକାରୀ ସ୍କୁଲ ପିଲାଙ୍କୁ ମିଳିବ ମାଗଣା ପୋଷାକ ଓ ଜୋତା

ଅଗଷ୍ଟ ୫ ସୁଦ୍ଧା ବଣ୍ଟନ ପାଇଁ ନିର୍ଦ୍ଦେଶ….

ଅଗଷ୍ଟ ୫ ସୁଦ୍ଧା ସରକାରୀ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା ପୋଷାକ ଓ ଜୋତା । ପ୍ରାଥମିକ, ଉଚ୍ଚ ପ୍ରାଥମିକ (ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ) ସମସ୍ତ ଛାତ୍ରୀ, ଅନୁସୂଚିତ ଜାତି ଓ ଜନଜାତି, ଦାରିଦ୍ର୍ୟ ସୀମାରେଖା ତଳେ ଓ ଉପରେ ଥିବା ସମସ୍ତ ବାଳକ, ଏସ୍‌ସି ଓ ଏସ୍‌ଟି ବିଭାଗ ଅଧୀନ ସ୍କୁଲଗୁଡ଼ିକର ଛାତ୍ରଛାତ୍ରୀଙ୍କୁ ମାଗଣା ପୋଷାକ ଓ ଜୋତା ବଣ୍ଟନ କରାଯିବ । ସମସ୍ତ ଛାତ୍ରଙ୍କ ଲାଗି ନୀଳ ପ୍ୟାଣ୍ଟ ଓ ଧଳା ସାର୍ଟ, ପ୍ରଥମରୁ ୫ମ ଶ୍ରେଣୀ ଛାତ୍ରୀଙ୍କୁ ନୀଳ ଫ୍ରକ୍‌ ଓ ଷଷ୍ଠରୁ ୮ମ ଶ୍ରେଣୀର ଛାତ୍ରୀଙ୍କୁ ନୀଳ କମିଜ୍‌ ଓ ଧଳା ସାଲୱାର ଦିଆଯିବ । ଚଳିତବର୍ଷ ପୋଷାକର ରଙ୍ଗ ଓ ପରିପାଟୀରେ କୌଣସି ପରିବର୍ତ୍ତନ ହେବନାହିଁ ।

୨୦୨୨-୨୩ ଶିକ୍ଷାବର୍ଷ ପାଇଁ ଜଣେ ପିଲା ପିଛା ୪୦୦ ଟଙ୍କା ମୂଲ୍ୟରେ ଦୁଇ ହଳ ପୋଷାକ, ୨୦୦ ଟଙ୍କା ମୂଲ୍ୟରେ ହଳେ ଜୋତା ଓ ଦୁଇ ହଳ ମୋଜା ଦିଆଯିବ। ସ୍ଥାନୀୟ ଅଞ୍ଚଳର ଶିକ୍ଷାବିତ୍‌, ବିଶିଷ୍ଟ ବ୍ୟକ୍ତି, ସମାଜସେବୀ, ସ୍ବାଧୀନତା ସଂଗ୍ରାମୀଙ୍କ ଉପସ୍ଥିତିରେ ଅଗଷ୍ଟ ୫ ସୁଦ୍ଧା ପୋଷାକ ଏବଂ ଜୋତା ବଣ୍ଟନ ପ୍ରକ୍ରିୟା ଶେଷ କରିବାକୁ ଓସେପା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଅନୁପମ ଶାହା ନିର୍ଦେଶ ଦେଇଛନ୍ତି ।

ଵିଦ୍ୟାଧର ସାହୁଙ୍କ ରିପୋର୍ଟ…

Related posts

କୁନା ସେଠୀ ଙ୍କ କବିତା ତୁମେ ହିଁ ପାରିବ ମୁକ୍ତ କରି

ମେଗାଲିଫ୍ଟ କେନାଲ ରୁ ଅଜଣା ମହିଳା ଙ୍କ ମୃତଦେହ ଠାବ

Sunil Chandra Nayak

ବିଦ୍ୟୁତ୍ ଆଘାତରେ ମୃତ୍ୟୁକୁ ନେଇ ଉତ୍ତେଜନା

Leave a Comment

error: Content is protected !!