ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ନବରଙ୍ଗପୁର ଜିଲ୍ଲା ରେ ବ୍ୟାପିଲା ଝାଡ଼ାବାନ୍ତି ,ପହଂଚିଲା ଡାକ୍ତରୀ ଦଳ

ନବରଙ୍ଗପୁର :- ନବରଙ୍ଗପୁର ଜିଲ୍ଲା ର ନନ୍ଦାହାଣ୍ଡି ବ୍ଲକ ଖଡ଼ିଆଗୁଡା ଗ୍ରାମରେ ବ୍ୟାପିଛି ଝାଡା ବାନ୍ତି । ଗତ ୪ ଦିନ ଧରି ନନ୍ଦାହାଣ୍ଡି ବ୍ଲକ ଖଡ଼ିଆଗୁଡା ଗ୍ରାମରେ ଝାଡ଼ାବାନ୍ତି ବ୍ୟାପୁଛି । ଗତ ଦୁଇ ଦିନ ପୂର୍ବରୁ ଗ୍ରାମର ଥବିର ମାଝୀ ନାମକ ଜଣେ ବ୍ୟକ୍ତି ଦୁଇ ଦିନ ପୂର୍ବରୁ ଆକ୍ରାନ୍ତ ହୋଇ ନନ୍ଦାହାଣ୍ଡି ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସିତ ହେବା ପାଇଁ ଭର୍ତି ହୋଇଥିଲେ । ତେବେ ଚିକିତ୍ସାଧୀନ ଅବସ୍ଥାରେ ଥବିର ଙ୍କ ମୃତ୍ୟୁ ହୋଇଥିଲା । ସେହିଭଳି ଗ୍ରାମର ଅନ୍ୟ ୧୬ ଜଣ ଝାଡ଼ାବାନ୍ତି ରେ ଆକ୍ରାନ୍ତ ହୋଇଥିଲେ । ଖବର ପାଇ ଗ୍ରାମକୁ ମେଡିକାଲ ଟିମ ପହଞ୍ଚି ଗ୍ରାମବାସୀ ଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିବା ସହ ଆକ୍ରାନ୍ତ ଙ୍କୁ ଚିହ୍ନଟ କରି ମେଡିକାଲ ସ୍ଥାନାନ୍ତର କରୁଛନ୍ତି । ଏଥିସହ ଗ୍ରାମରେ ବିଶୋଧନ ସିଞ୍ଚନ କରି ଲୋକଙ୍କୁ ପାଣି ଫୁଟାଇ ପିଇବା ପାଇଁ ସ୍ୱାସ୍ତ୍ୟ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଉଛି । ଆକ୍ରାନ୍ତ ଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତି ବିଶେଷଙ୍କ ସ୍ୱାସ୍ଥ୍ୟବସ୍ଥା ଉପରେ ତିକ୍ଷଣ ନଜର ରଖିଛି ସ୍ୱାସ୍ଥ୍ୟ ବିଭାଗ । ଲୋକଙ୍କ ନମୁନା ଓ ପାଣି ର ନମୁନା ସଂଗ୍ରହ କରି ପରିକ୍ଷା ପାଇଁ ପଠାଯାଇଥିବା ସ୍ୱାସ୍ଥ୍ୟ ବିଭାଗ ତରଫରୁ ସୂଚନା ମିଳିଛି । ୧୬ ଆକ୍ରାନ୍ତ ଙ୍କ ମଧ୍ୟରୁ ଗୁରୁତର ୪ ଜଣ ଙ୍କୁ ମେଡିକାଲ କୁ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି ।,ଅପରିଷ୍କାର ଟାଙ୍କି ପାଣି ଯୋଗୁଁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଥିବା ସନ୍ଦେହ କରି ,ପାଣି ଟାଙ୍କି ସଫା ନ ହେବା ପର୍ଯ୍ୟନ୍ତ ପାଣି କୁ ବ୍ୟବହାର ନ କରିବାକୁ ପରାମର୍ଶ ଦିଆଯାଇଛି।ଆକ୍ରାନ୍ତ ମାନେ ବିଳମ୍ବରେ ସ୍ୱାସ୍ଥ୍ୟ କେନ୍ଦ୍ରରେ ଯାଉଥିବା ଯୋଗୁଁ ଗୁରୁତର ଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି ବୋଲି ମଧ୍ୟ ଡାକ୍ତର ପ୍ରକାଶ କରିଛନ୍ତି ।

ନବରଙ୍ଗପୁର ଜିଲ୍ଲାରୁ ରବିନାରାୟଣ ମହାନ୍ତି ଙ୍କ ରିପୋର୍ଟ ମସୀହା ନିଉଜ।

Related posts

ଖଡିଆଳ ବ୍ଲକ ବରଗାଁରେ ଫ୍ଲଡ୍ ଲାଇଟ୍ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ

ବିଜୟ କୁମାର ଜେନା ଙ୍କ ସକାଳର ଜଣାଣ

Sunil Chandra Nayak

ବସ ଚକ ତଳେ ଚାପି ହୋଇ ବୃଦ୍ଧାଙ୍କ ମୃତ୍ୟୁ

Sunil Chandra Nayak

Leave a Comment

error: Content is protected !!