ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ନବରଙ୍ଗପୁର ଜିଲ୍ଲା ସ୍ତରୀୟ ୭୬ ତମ ସ୍ବାଧିନତା ଦିବସ ପାଳନ ପ୍ରସ୍ତୁତି ବୈଠକ

ନବରଙ୍ଗପୁର ତା ୨୯/୦୭(ମନିସ) ନବରଙ୍ଗପୁର ଜିଲ୍ଲାସ୍ତରୀୟ ୭୬ ତମ ସ୍ବାଧିନତା ଦିବସ ପାଳନ ନିମନ୍ତେ ଜିଲ୍ଲାପାଳ ଡକ୍ଟର କମଳ ଲୋଚନ ମିଶ୍ର ଙ୍କ ଅଧ୍ୟକ୍ଷତା ରେ ମିଶନ ଶକ୍ତି ସଭା ଗୃହରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇ ଜାଇଛି। ଜିଲ୍ଲାପାଳ ଡକ୍ଟର ମିଶ୍ର ସମସ୍ତଙ୍କୁ ସ୍ବାଗତ ଜଣାଇ ଜାତୀୟ ଦିବସ ଉତ୍ସବ ପାଳନ ରେ ସମସ୍ତ ଙ୍କ ସହଯୋଗ କାମନା କରି ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ କୋଭିଡ୍-୧୯ କଟକଣା ଅନୁଯାୟୀ ସୀମିତ ଅଧିକାରୀ, ଗଣ ମାଧ୍ୟମର ପ୍ରତିନିଧି,ବ୍ୟକ୍ତି ବିଶେଷ ଙ୍କ ଉପସ୍ଥିତିରେ ଜିଲ୍ଲାସ୍ତରୀୟ ସ୍ବାଧୀନତା ଦିବସ ଚଳିତ ବର୍ଷ ରିଜର୍ଭ ପୋଲିସ ପଡିଆ ଠାରେ ପାଳନ କରାଯିବ ବୋଲି କହିଥିଲେ। ସମସ୍ତ ସରକାରୀ ବେସରକାରୀ ଅନୁଷ୍ଠାନ ମାନଙ୍କରେ ସମ୍ମାନର ସହ ଜାତୀୟ ପତାକା ସଂଯୁକ୍ତ କରଣ ଓ ଉତ୍ତୋଳନ କରାଯିବ ଏଥିରେ ଯେମିତି କୌଣସି ତ୍ରୁଟି ନ ରହେ ସେଥି ପ୍ରତି ସଂପୃକ୍ତ କର୍ମ କର୍ତ୍ତା ଧ୍ୟାନ ଦେବା ପାଇଁ ମଧ୍ୟ ଜିଲ୍ଲାପାଳ ପରାମର୍ଶ ଦେଇଥିଲେ। ବୈଠକରେ ନିଷ୍ପତି ଅନୁଯାୟୀ ସ୍ବାଧୀନତା ଦିବସ ପାଳନ ଅବସରରେ ପ୍ରାତଃ ସହରରେ ଡାକବାଜି ଯନ୍ତ୍ର ଯୋଗେ ରାମ୍ ଧୂନ୍ ପରିବେଷଣ କରାଯିବ ଏବଂ ସହର ସ୍ଥିତ ମହାପୁରୁଷଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରାଯିବା। ପୂର୍ବାହ୍ନ ଘ ୯.୧୫ ମି ସମୟରେ ଦିବସର ମୁଖ୍ୟ ଅତିଥି ଙ୍କ ଦ୍ଵାରା ରିଜର୍ଭ ପୋଲିସ ପଡିଆ ଠାରେ ଆନୁଷ୍ଠାନିକ ଭାବେ ଜାତୀୟ ପତାକା ଉତ୍ତୋଳନ କରାଯିବ। କରୋନା କଟକଣା ହେତୁ ସମ୍ମିଳିତ ପ୍ୟାରେଡ୍, ସାଂସ୍କୃତିକ କାର୍ଯ୍ୟକ୍ରମ ନ କରାଯିବା ପାଇଁ ସ୍ଥିର କରାଯାଇଛି। କେବଳ ପୋଲିସ ବାହିନୀ ପକ୍ଷରୁ ମୁଖ୍ୟ ଅତିଥି ଙ୍କୁ ଗାର୍ଡ ଅଫ୍ ଅନର ଦିଆଯିବ। ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ଦ୍ଵାର ବିଦ୍ୟାଳୟ ଓ ମହାବିଦ୍ୟାଳୟ ସ୍ତରରେ ବକ୍ତୃତା, ପ୍ରବନ୍ଧ, ଦେଶାତ୍ମବୋଧକ ସଙ୍ଗୀତ ପ୍ରତିଯୋଗିତା ଆୟୋଜନ କରାଯାଇ କୃତି ପ୍ରତିଯୋଗୀ ମାନଙ୍କୁ ମାନପତ୍ର, ପୁରସ୍କାର ପ୍ରଦାନ କରାଯିବ।ଏହି ପ୍ରସ୍ତୁତି ବୈଠକ ରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଏସ ସୁଶ୍ରୀ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଜୟକୃଷ୍ଣ ବେହେରା, ଉପ ଜିଲ୍ଲାପାଳ ପ୍ରଶାନ୍ତ ରାଉତ,ପି ଏ ଆଇ ଟି ଡି ଏ, ଅଭିମନ୍ୟୁ ମାଝୀ, ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ କୁମାର ନାଗ, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ସ୍ଵର୍ଣ୍ଣ ଲତା ବିଶ୍ୱାସ, ତହସିଲଦାର ରବୀନ୍ଦ୍ର କୁମାର ରାଉତ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ ପାତ୍ର, ଙ୍କ ସମେତ ଜିଲ୍ଲାସ୍ତରୀୟ ଅଧିକାରୀ ବରିଷ୍ଟ ନାଗରିକ, ବିଦ୍ୟାଳୟ ମହାବିଦ୍ୟଳୟ ର ଶିକ୍ଷକ, ଶିକ୍ଷୟତ୍ରୀ, ଅଧ୍ୟକ୍ଷ,ଗଣ ମାଧ୍ୟମର ପ୍ରତିନିଧି ପ୍ରମୁଖ ଯୋଗଦେଇ ଥିଲେ। ଜିଲ୍ଲା ସୁଚନା ଓ ଲୋକସଂପର୍କ ଅଧିକାରୀ ହଳଧର ନୀଆଲ୍ ଶେଷରେ ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ।

ନବରଙ୍ଗପୁର ଜିଲ୍ଲାରୁ ରବିନାରାୟଣ ମହାନ୍ତି ଙ୍କ ରିପୋର୍ଟ ମସୀହା ନିୟୁଜ।

Related posts

ମାନଗୋବିନ୍ଦ ସ୍ବାଇଁ ଙ୍କ କବିତା ଜଣାଣ

Sunil Chandra Nayak

ଧର୍ମଗଡ ବ୍ଲକ ବେହେରା ଠାରେ ସାମାଜିକ ସମରସତା ଅଭିଯାନ ଉଦଘାଟିତ

Sunil Chandra Nayak

ଜୁନାଗଡ଼ ସରକାରୀ ଉଚ୍ଚ ବିଦ୍ୟାଳୟ ରୁ ଚୋରି

Sunil Chandra Nayak

Leave a Comment

error: Content is protected !!