ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଭବାନୀପାଟଣା ଠାରେ ଜିଲ୍ଲାପାଳ ତଥା ଆରକ୍ଷୀ ଅଧିକ୍ଷକଙ୍କ ଅଧ୍ୟକ୍ଷତା ରେ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ

ଭବାନୀପାଟଣା ତା୦୧.୦୮.୨୦୨୨ ( ମ ନି ସ) ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହରେ ଜିଲ୍ଲାପାଳ ,କଳାହାଣ୍ଡି ପି ଅନ୍ୱେଷା ରେଡ୍ଡୀ ତଥା ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଭିଳାଷ ଜି ଙ୍କ ଯୁଗ୍ମ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଶରତ ଚନ୍ଦ୍ର ଶ୍ରୀଚନ୍ଦନ,ଉପ ଜିଲ୍ଲାପାଳ ,ଭବାନୀପାଟଣା ଡ଼ ବିଶ୍ୱଜିତ୍ ଦାସଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ଏହି ଜନ ଶୁଣାଣି ଶିବିରରେ ମୋଟ୍ ୧୨୦ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୦୧ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୯ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୨୧ଟି ଅଭିଯୋଗ ର ସମାଧାନ ତୁରନ୍ତ କରାଯାଇଥିଲା। ଶିବିର ରେ ଉତ୍କେଲା ଫଟକାମାଲ୍ ର ଯେମନ୍ତ ଗଉଡ ଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୩୦,୦୦୦ ଟଙ୍କା ଚିକିତ୍ସା ସହାୟତା ବାବଦକୁ ଅନୁମୋଦନ କରାଗଲା ।ସେଭଳି ଗୋଲାମୁଣ୍ଡା ର ଅନୁଛାୟା କେତକିଙ୍କୁ ଓ ଜୁନାଗଡ ବାଲିଛଡା ଗ୍ରାମର ମନୋବୋଧ ନାୟକଙ୍କୁ ଚିକିତ୍ସା ସହାୟତା ବାବଦକୁ ପ୍ରତ୍ୟେକ ୧୦,୦୦୦ ଟଙ୍କା ଅନୁମୋଦନ କରାଗଲାା।

Related posts

କବି ସୌରଭ ବୈଜୟନ୍ତୀ ମାଳା ମହାପାତ୍ର ଙ୍କ କବିତା ଜୟ ଶ୍ରୀ ଜଗନ୍ନାଥ ମହାପ୍ରଭୁ

Sunil Chandra Nayak

ପରିବେଶ ପ୍ରଦୂଷଣ ମୁକ୍ତ ପାଇଁ ବୃକ୍ଷ ରୋପଣ ର ଆବଶ୍ୟକ ରହିଛି ,: ଜିଲ୍ଲାପାଳ ଫୁଲବାଣୀ

ଡ଼. ଏ ପି ଜେ ଅବଦୁଲ କଲାମ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ଡ. କଲାମ ଙ୍କ ସପ୍ତମ ବାର୍ଷିକ ତିରୋଧାନ ଦିବସ ପାଳିତ

Sunil Chandra Nayak

Leave a Comment

error: Content is protected !!