୬୮୯୧ ଜଣ ନବନିଯୁକ୍ତ ଶିକ୍ଷକ, ଶିକ୍ଷୟିତ୍ରୀମାନଙ୍କ ଓରିଏଣ୍ଟେସନ କାର୍ଯ୍ୟକ୍ରମ
ରାଜ୍ୟର ୬୮୯୧ ଜଣ ନବନିଯୁକ୍ତ ଶିକ୍ଷକ, ଶିକ୍ଷୟିତ୍ରୀମାନଙ୍କ ରାଜ୍ୟସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଓରିଏଣ୍ଟେସନ କାର୍ୟ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶିକ୍ଷକତାର ଗୁରୁମନ୍ତ୍ର ପ୍ରଦାନ କରିଛନ୍ତି । ଶିକ୍ଷକତାକୁ ଚାକିରି ନ ଭାବି ସଙ୍କଳ୍ପ ଭାବିବାକୁ ନବୀନ ପରାମର୍ଶ ଦେଇଛନ୍ତି ।କାର୍ଯ୍ୟକ୍ରମରେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ,ଶିଳ୍ପ ଓ ଶକ୍ତି ମନ୍ତ୍ରୀ ପ୍ରତାପ କେଶରୀ ଦେବ, ମନ୍ତ୍ରୀ ଟୁକୁନି ସାହୁ, ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ ଉପସ୍ଥିତ ରହିଥିଲେ । ଗଣଶିକ୍ଷା ବିଭାଗ ପକ୍ଷରୁ ଶିକ୍ଷକଙ୍କଙ୍କ ପାଇଁ ସମସ୍ତ ବ୍ୟବସ୍ଥା କରାଯାଇଥିଲା।ଷ୍ଟାଡିୟମକୁ ପ୍ରବେଶ ବେଳେ ଶିକ୍ଷକମାନେ କେବଳ ମୋବାଇଲ, ଆଧାର କାର୍ଡ, ପର୍ସ ଓ ପରିଚୟ ପତ୍ର ସାଙ୍ଗରେ ନେବା ପାଇଁ ଅନୁମତି ଥିଲା । ହାଇସ୍କୁଲ ରୂପାନ୍ତରଣ ଭିତ୍ତିଭୂମିର ବିକାଶ ପରେ ଏବେ ଶିକ୍ଷକଙ୍କ ନିଯୁକ୍ତିକୁ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି ।
ବିଦ୍ୟାଧର ସାହୁଙ୍କ ରିପୋର୍ଟ….