ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଶିକ୍ଷକତାକୁ ଚାକିରି ନ ଭାବି ସଙ୍କଳ୍ପ ଭାବ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

୬୮୯୧ ଜଣ ନବନିଯୁକ୍ତ ଶିକ୍ଷକ, ଶିକ୍ଷୟିତ୍ରୀମାନଙ୍କ ଓରିଏଣ୍ଟେସନ କାର୍ଯ୍ୟକ୍ରମ

ରାଜ୍ୟର ୬୮୯୧ ଜଣ ନବନିଯୁକ୍ତ ଶିକ୍ଷକ, ଶିକ୍ଷୟିତ୍ରୀମାନଙ୍କ ରାଜ୍ୟସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଓରିଏଣ୍ଟେସନ କାର୍ୟ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶିକ୍ଷକତାର ଗୁରୁମନ୍ତ୍ର ପ୍ରଦାନ କରିଛନ୍ତି ।  ଶିକ୍ଷକତାକୁ ଚାକିରି ନ ଭାବି ସଙ୍କଳ୍ପ ଭାବିବାକୁ ନବୀନ ପରାମର୍ଶ ଦେଇଛନ୍ତି ।କାର୍ଯ୍ୟକ୍ରମରେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ,ଶିଳ୍ପ ଓ ଶକ୍ତି ମନ୍ତ୍ରୀ ପ୍ରତାପ କେଶରୀ ଦେବ, ମନ୍ତ୍ରୀ ଟୁକୁନି ସାହୁ, ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ ଉପସ୍ଥିତ ରହିଥିଲେ  । ଗଣଶିକ୍ଷା ବିଭାଗ ପକ୍ଷରୁ ଶିକ୍ଷକଙ୍କଙ୍କ ପାଇଁ ସମସ୍ତ ବ୍ୟବସ୍ଥା କରାଯାଇଥିଲା।ଷ୍ଟାଡିୟମକୁ ପ୍ରବେଶ ବେଳେ ଶିକ୍ଷକମାନେ କେବଳ ମୋବାଇଲ, ଆଧାର କାର୍ଡ, ପର୍ସ ଓ ପରିଚୟ ପତ୍ର ସାଙ୍ଗରେ ନେବା ପାଇଁ ଅନୁମତି ଥିଲା । ହାଇସ୍କୁଲ ରୂପାନ୍ତରଣ ଭିତ୍ତିଭୂମିର ବିକାଶ ପରେ ଏବେ ଶିକ୍ଷକଙ୍କ ନିଯୁକ୍ତିକୁ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି ।

ବିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

ଲାଞ୍ଜିଗଡ଼ ବ୍ଲକ… ୨୫ପଞ୍ଚାୟତରେ ସରିଲା ନାଏବ ସରପଞ୍ଚ ନିର୍ବାଚନ, କାନକୁଟ୍ରୁରେ ନୋହିଲା

Sunil Chandra Nayak

ମାନଗୋବିନ୍ଦ ସ୍ବାଇଁ ଙ୍କ କବିତା ଜଣାଣ

Sunil Chandra Nayak

ବିପଦପୁର୍ଣ୍ଣ ଅବସ୍ଥାରେ ଅଙ୍ଗନ ୱାଡି କେନ୍ଦ୍ର

Sunil Chandra Nayak

Leave a Comment

error: Content is protected !!