ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଦୁର୍ନୀତିଗ୍ରସ୍ତ ସରକାରୀ ଅଧିକାରୀଙ୍କ ଉପରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାନୁଷ୍ଠାନ , ୫ଜଣଙ୍କୁ ବାଧ୍ୟତାମୂଳକ ଅବସର, ୨ ଜଣଙ୍କୁ ବହିଷ୍କାର ଓ ୨ ଜଣଙ୍କ ପେନ୍‌ସନ୍‌ ବନ୍ଦ

ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୭୩ ଜଣ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର ବା ବାଧ୍ୟତାମୂଳକ ଅବସର ଦିଆଯାଇଛି କିମ୍ବା ପେନ୍‌ସନକୁ ସ୍ଥାୟୀ ଭାବେ ସ୍ଥଗିତ ରଖାଯାଇଛି।

ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ କଡ଼ା ଆଭିମୁଖ୍ୟ ଗ୍ରହଣ କରି ଆସୁଥିବା ମୁଖ୍ୟମନ୍ତ୍ରୀ ପୁଣି ଥରେ ନିଜ ଆଭିମୂଖ୍ୟକୁ ସ୍ପଷ୍ଟ କରିଛନ୍ତି । ୯ ଜଣ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ୫ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର, ୨ ଜଣଙ୍କୁ ଚାକିରୀରୁ ବହିଷ୍କାର ଓ ଅନ୍ୟ ୨ ଜଣଙ୍କ ପେନ୍‌ସନ୍‌ ସ୍ଥାୟୀଭାବେ ବନ୍ଦ କରିବା ନେଇ ନିର୍ଦ୍ଦେଶ ଜାରୀ କରିଛନ୍ତି । ଜଣେ ସୁପରିଟେଣ୍ଡିଂ ଇଞ୍ଜିନିୟର, ୨ ଜଣ ଏକଜିକ୍ୟୁଟିଭ ଇଞ୍ଜିନିୟର, ୨ ଜଣ ଆସିଷ୍ଟାଣ୍ଟ ଇଞ୍ଜିନିୟର, ଜଣେ ଜୁନିଅର ଇଞ୍ଜିନିୟର, ଜଣେ ଓ.ଏ.ଏସ୍ ଅଧିକାରୀ, ଜଣେ ଜିଲ୍ଲା ମୁଖ୍ୟ ପ୍ରାଣୀଧନ ଅଧିକାରୀ ଏବଂ ଜଣେ ସାମାଜିକ ଶିକ୍ଷା ସଂଗଠକ ଏହି କାର୍ଯ୍ୟାନୁଷ୍ଠାନରେ ଅନ୍ତର୍ଭୁକ୍ତ । ଏପର୍ଯ୍ୟନ୍ତ ୧୭୩ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା ଜଣାପଡ଼ିଛି ।

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସାଧାରଣ ଜୀବନ କ୍ଷେତ୍ରରେ ଉଚ୍ଚ ନୈତିକତା ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି। ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ସବୁବେଳେ ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଉପରେ ଜୋର ଦେଇଆସିଛନ୍ତି । ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି।

ରାଜ୍ୟ ସରକାରଙ୍କ ଏହି ଆଭିମୁଖ୍ୟ ଅନୁଯାୟୀ ଏବେ ଆଉ ୫ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଥିବା ବେଳେ ୨ ଜଣଙ୍କୁ ଚାକିରୀରୁ ବହିଷ୍କାର ଓ ଅନ୍ୟ ୨ ଜଣଙ୍କ ପେନ୍‌ସନ୍‌ ସ୍ଥାୟୀଭାବେ ସ୍ଥଗିତ କରାଯାଇଛି। ଏଥିରେ ବିଭିନ୍ନ କ୍ଷେତ୍ରରେ ଥିବା ଅଧିକାରୀ, ଯଥା – ଜଣେ ସୁପରିନ୍‌ଟେଣ୍ଡିଂ ଇଞ୍ଜିନିୟର, ୨ ଜଣ ଏକଜିକ୍ୟୁଟିଭ ଇଞ୍ଜିନିୟର, ୨ ଜଣ ଆସିଷ୍ଟାଣ୍ଟ ଇଞ୍ଜିନିୟର, ଜଣେ ଜୁନିଅର ଇଞ୍ଜିନିୟର, ଜଣେ ଓ.ଏ.ଏସ୍ ଅଧିକାରୀ, ଜଣେ ଜିଲ୍ଲା ମୁଖ୍ୟ ପ୍ରାଣୀଧନ ଅଧିକାରୀ ଏବଂ ଜଣେ ସାମାଜିକ ଶିକ୍ଷା ଅଧିକାରୀ ଅନ୍ତର୍ଭୁକ୍ତ। ପୂର୍ବରୁ ୧୬୪ ଜଣଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ହୋଇଥିବା ବେଳେ, ଏହି ୯ ଜଣଙ୍କୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୭୩ ଜଣ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।

ଚାକିରୀରୁ ବହିଷ୍କୃତ ହୋଇଥିବା ୫ ଜଣ ଅଧିକାରୀଙ୍କ ମଧ୍ୟରେ ଅଛନ୍ତି ମାଲକାନଗିରିର ଗ୍ରାମ୍ୟ ଉନ୍ନୟନ ଡିଭିଜନ-୧ର ପୂର୍ବତନ ସୁପରିଟେଣ୍ଡିଂ ଇଞ୍ଜିନିୟର ଶ୍ରୀ ଆଶିଷ କୁମାର ଦାଶ। କଣ୍ଟ୍ରାକ୍‌ଟର ମାନଙ୍କ ଠାରୁ ଅସତ୍‌ ଉପାୟରେ ୧୦.୨୩ ଲକ୍ଷ ଟଙ୍କା ନେଇ ଯାଉଥିବା ବେଳେ ସେ ଭିଜିଲାନ୍‌ସ ଦ୍ବାରା ଧରା ପଡିଥିଲେ। ବିଭିନ୍ନ ସ୍ଥାନରେ ଥିବା ତାଙ୍କ ଘର ଉପରେ ଚଢଉ କଲା ପରେ ୮.୬୩ କୋଟି ଟଙ୍କାର ସଂପତ୍ତି ଓ ୧.୪ କୋଟି ଟଙ୍କାର ନଗଦ ଟଙ୍କା ଧରା ପଡିଥିଲା। ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ସେହିପରି ଭଦ୍ରକ ଗ୍ରାମ୍ୟ ଉନ୍ନୟନ ଡିଭିଡନ-୧ର ପୂର୍ବତନ ଏକ୍‌ଜ୍ୟୁକିଟିଭ ଇଞ୍ଜିନିୟର ଶ୍ରୀ ମାନସ ରଂଜନ ମହାନ୍ତି। ଜଣେ କଣ୍ଟ୍ରାକ୍ଟରଙ୍କ ଠାରୁ ୩୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ସେ ଦୁର୍ନୀତି ନିବାରଣ ବିଭାଗ ଦ୍ବାରା ଧରା ପଡିଥିଲେ । ଏହାସହିତ ତାଙ୍କ ପାଖରେ ୩.୯୦ କୋଟି ଟଙ୍କାର ଆୟ ବହିର୍ଭୁତ ସମ୍ପତ୍ତି ଥିଲା । ତାଙ୍କ ବିରୁଦ୍ଧରେ ଦୁଇଟି ବିଭାଗୀୟ ତଦନ୍ତ ମଧ୍ୟ ଚାଲିଥିଲା। ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

କଟକ ଗଣ୍ଡରପୁର ଡ୍ରେନେଜ୍‌ ଡିଭିଜନର ଏକ୍‌ଜିକ୍ୟୁଟିଭ ଇଞ୍ଜିନିୟର ଶ୍ରୀ ମନୋଜ କୁମାର ବେହେରା ଓ ତାଙ୍କ ପତ୍ନୀଙ୍କ ନାମରେ ୪.୨୬ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ଆୟବହିର୍ଭୁତ ସଂପତ୍ତି ଥିବା ଅଭିଯୋଗରେ ଭିଜିଲାନ୍ସ ମାମଲା ଚାଲିଥିଲା । ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ସେହିପରି କେନ୍ଦୁଝର ଜିଲ୍ଲା ସାଳପଡାସ୍ଥିତ ବୈତରଣୀ ଜଳସେଚନ ଡିଭିଜନର ଆସିଷ୍ଟାଣ୍ଟ ଇଞ୍ଜିନିୟର ଶ୍ରୀ ଉମେଶ କୁମାର ଶାଶିନୀଙ୍କ ବିରୁଦ୍ଧରେ ୧.୪୨ କୋଟି ଟଙ୍କାରୁ ଅଧିକ ଟଙ୍କାର ଆୟବହିର୍ଭୁତ ସଂପତ୍ତି ଥିବା ଅଭିଯୋଗରେ ଦୁର୍ନିତୀ ମାମଲା ରହିଛି । ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ଉମରକୋଟ ସଡକ ଓ କୋଠାବାଡି (R&B Section)ର ଆସିଷ୍ଟାଣ୍ଟ ଇଞ୍ଜିନିୟର ଶ୍ରୀ ବିଶୁଦ୍ଧାନନ୍ଦ ବେହେରାଙ୍କ ନାମରେ ନିମ୍ନମାନର କାମ କରିବାର ଅଭିଯୋଗ ଥିଲା। ଏହାସହିତ ତାଙ୍କ ନାମରେ ୭୦.୯୩ ଲକ୍ଷ ଟଙ୍କାର ଆୟ ବହିର୍ଭୁତ ସଂପତ୍ତି ଥିବା ଅଭିଯୋଗରେ ଗୋଟିଏ ଦୁର୍ନୀତି ମାମଲ ରହିଛି। ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ପାରଳାଖେମୁଣ୍ଡିର ଅବସରପ୍ରାପ୍ତ ପୂର୍ବତନ ଜିଲ୍ଲା ମୁଖ୍ୟ ପ୍ରାଣୀଧନ ଅଧିକାରୀ (CDVO) ଶ୍ରୀ ଜଳଧର ମଲ୍ଲିକଙ୍କ ନାମରେ ଗୋଟିଏ ବଦଳି କେସ୍‌ରେ ୧୦ ହଜାର ଟଙ୍କାର ଲାଞ୍ଚ ଗ୍ରହଣ ମାମଲା ଥିଲା। ଅସାଧୁତା କାରଣରୁ ତାଙ୍କ ପେନ୍‌ସନକୁ ସ୍ଥାୟୀ ଭାବେ ବନ୍ଦ ରଖାଯାଇଛି। ବର୍ତ୍ତମାନ ବାଲେଶ୍ବର ଜିଲ୍ଲାରେ ଡେପୁଟି କଲେକ୍ଟର ଥିବା ଓ ମୟୁରଭଂଜ ଜିଲ୍ଲାର ସାମାଖୁଣ୍ଟା ବ୍ଲକ୍‌ର ପୂର୍ବତନ ତହସିଲଦାର ଓ.ଏ.ଏସ ଅଧିକାରୀ ଶ୍ରୀମତୀ ସବିତା ସାହୁଙ୍କ ନାମରେ ୧୦ ହଜାର ଟଙ୍କାର ଲାଞ୍ଚ ଗ୍ରହଣ ମାମଲା ଥିଲା। ଅସାଧୁତା କାରଣରୁ ତାଙ୍କୁ ଚାକିରୀରୁ ବହିଷ୍କାର କରାଯାଇଛି।ବଲାଙ୍ଗୀର ଜିଲ୍ଲାର ପୂର୍ବତନ ସାମାଜିକ ଶିକ୍ଷା ସଂଗଠକ (Ex-SEO) ଶ୍ରୀମତୀ ପ୍ରଭାସିନୀ ବାବୁ, ସ୍ବାମୀଙ୍କୁ ହରାଇଥିବା ଜଣେ ମହିଳାଙ୍କୁ ୨୦ ହଜାର ଟଙ୍କାର ସାମାଜିକ ସହାୟତା ପ୍ରଦାନ ପାଇଁ ୩୦୦୦ ଟଙ୍କା ଲାଞ୍ଚ ଗ୍ରହଣ କରିଥିଲେ । ଅସାଧୁତା କାରଣରୁ ତାଙ୍କୁ ମଧ୍ୟ ଚାକିରୀରୁ ବହିଷ୍କାର କରାଯାଇଛି।

ଗଞ୍ଜାମ ଜିଲ୍ଲା ରୁରାଲ ୱାର୍କ୍ସ ଡିଭିଜନ-୨ର ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ପୂର୍ବତନ ଜୁନିଅର ଇଞ୍ଜିନିୟର ଶ୍ରୀ ତ୍ରିନାଥ ସେଠୀ ୯ ହଜାର ଟଙ୍କା ଲାଞ୍ଚ ମାମଲାରେ ଦେଷୀ ସାବ୍ୟସ୍ତ ହୋଇଛନ୍ତି । ଅସାଧୁତା କାରଣରୁ ତାଙ୍କ ପେନ୍‌ସନ୍‌କୁ ସ୍ଥାୟୀ ଭାବେ ବନ୍ଦ ରଖାଯାଇଛି ।

ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୭୩ ଜଣ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର ବା ବାଧ୍ୟତାମୂଳକ ଅବସର ଦିଆଯାଇଛି କିମ୍ବା ପେନ୍‌ସନକୁ ସ୍ଥାୟୀ ଭାବେ ସ୍ଥଗିତ ରଖାଯାଇଛି।

ବିଦ୍ୟାଧର ସାହୁଙ୍କ ରିପୋର୍ଟ…..

Related posts

ଲାଠିକଟା ବ୍ଲକ ପାଇଁ ଫିଲ୍ଡ ଏକଜ୍ୟୁକିଟିଭ ଙ୍କ ନିଯୁକ୍ତି ପ୍ରଦାନ

Sunil Chandra Nayak

ଟ୍ରକ ଧକ୍କାରେ ଶିକ୍ଷୟିତ୍ରୀ ଗୁରୁତର

Sunil Chandra Nayak

ନୂଆପଡ଼ା – ସ୍ବାଧୀନ ପ୍ରାଥିର ବାଜିମାତ୍

Sunil Chandra Nayak

Leave a Comment

error: Content is protected !!