ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ନୂଆ ସିନେମା ଏଇ ରାକ୍ଷୀ ତୋ ରକ୍ଷା କବଚ’ ର ଅଡିଓ ରିଲିଜ

ଜୀ ସାର୍ଥକ ଫିଲ୍ମସରେ ରାକ୍ଷୀ ପୂର୍ଣ୍ଣିମା ଅବସରେ ନୂଆ ସିନେମା ‘ ଏଇ ରାକ୍ଷୀ ତୋ ରକ୍ଷା କବଚ’ ର ଅଡିଓ ରିଲିଜ ହୋଇଯାଇଛି । ଏହି ଚଳଚ୍ଚିତ୍ରରେ ଭାଇ-ଭଉଣୀ ସମ୍ପର୍କକୁ ଏକ ସୁନ୍ଦର ରୂପରେ ଅବତାରଣା କରାଯାଇଥିବା ବେଳେ ସମ୍ପୂର୍ଣ୍ଣ ପାରିବାରିକ କାହାଣୀକୁ ନେଇ ଚଳଚିତ୍ର ଗତିଶୀଳ ହୋଇଛି । କ୍ଷୀରୋଦ ପଟ୍ଟନାୟକ ଏଥିରେ ପ୍ରଯୋଜନା କରିଥିବା ବେଳେ ସହ ପ୍ରଯୋଜନା କରିଛନ୍ତି ଲିପ୍ସା ମିଶ୍ର । ଗିମିକ ମାଷ୍ଟର ସଂଜୟ ନାୟକ ଚଳଚ୍ଚିତ୍ରରେ ନିର୍ଦ୍ଦେଶନା ଦେଇଛନ୍ତି । ପୂର୍ବରୁ ରାକ୍ଷୀକୁ ନେଇ ସଂଜୟ ନିର୍ମାଣ କରିଛନ୍ତି ‘ରାକ୍ଷୀ ବାନ୍ଧିଲି ମୋ ରଖିବ ମାନ’ । ଯେଉଁଥିରେ ସ୍ୱର୍ଗତ ମିହିର ଦାସଙ୍କ ସହ ସିଦ୍ଧାନ୍ତ ମହାପାତ୍ର ଓ ଅନୁ ଚୌଧୁରୀଙ୍କୁ ଦେଖିବାକୁ ମିଳିଥିଲା । ତେଣୁ ଏହି ଚଳଚ୍ଚିତ୍ରରେ ଗିମିକ ମାଷ୍ଟର ସଂଜୟ କଣ ନୂଆ କରିବାକୁ ଯାଉଛନ୍ତି ତାକୁ ସମସ୍ତେ ଅପେକ୍ଷା କରିଛନ୍ତି । ହ୍ୟୁମାନ ସାଗର, ନେହା, ନିହାରିକା, କୁମାର ବାପି, ଅନ୍ତରା ଚକ୍ରବର୍ତ୍ତୀ, ଶୀତଲ କବି, ଶୁଭାଶିଷ ସାହୁ ପ୍ରମୁଖ କଣ୍ଠଦାନ କରିଛନ୍ତି । ଗୀତ ଗୁଡିକ ନିହାର ପ୍ରିୟାଶୀଷ ଓ Dr ଶୁଭ ଦାସ ଲେଖିଥିବା ବେଳେ ବୈଦ୍ୟନାଥ ଦାସ ସଂଗୀତ ନିର୍ଦ୍ଦେଶନା ଦେଇଛନ୍ତି । ଏହି ଚଳଚିତ୍ରର ଗୀତ ଗୁଡି଼କ ବହୁତ ସୁମଧୁର ହୋଇଛି ଯାହାକି ଦର୍ଶକମାନେ ବହୁତ ପସନ୍ଦ କରିବେ ଓ ଏହି ରାକ୍ଷୀ ପୂର୍ଣ୍ଣିମାରେ ଏହାର ଅଡିଓ ରିଲିଜି କରାଯାଇଛି । ଏଥିରେ ମୁଖ୍ୟ ଭୂମିକାରେ ଅଛନ୍ତି ଅନନ୍ୟା,ରିଷି ଓ ବିକ୍ରମ ଏବଂ ତାଙ୍କ ସହ ରାଜଦୀପଙ୍କୁ ଏକ ସ୍ୱତନ୍ତ୍ର ଭୂମିକାରେ ଦେଖିବାକୁ ମିଳିବ । ରାକ୍ଷୀକୁ ନେଇ ଅନେକ ଓଡିଆ ଚଳଚ୍ଚିତ୍ର ପରଦାକୁ ଆସିଛି । କିନ୍ତୁ ଗତ କିଛି ବର୍ଷ ହେବ ରାକ୍ଷୀକୁ ବଡପରଦାରେ ଦେଖିବାକୁ ମିଳିନଥିଲା । ଅନେକ ଦିନ ପରେ ରାକ୍ଷୀକୁ ନେଇ ଓଡିଆ ସିନେମା ନିର୍ମାଣ ହୋଇଥିବା ବେଳେ ଏହା ଦର୍ଶକଙ୍କୁ ଆକୃଷ୍ଟ କରିବାରେ ସଫଳ ହେବ ବୋଲି ଜୀ ସାର୍ଥକ ପକ୍ଷରୁ କୁହାଯାଉଛି ।

ଅମୃତ ନନ୍ଦ ଙ୍କ ରିପୋର୍ଟ

Related posts

ବଜ୍ରପାତରେ ମୃତ ପରିବାରକୁ ଆର୍ଥିକ ସହାୟତା ପ୍ରଦାନ କଲେ ପୂର୍ବତନ ରାଜସ୍ବ ମନ୍ତ୍ରୀ ସୁଦାମ ମାର୍ଣ୍ଡି

Sunil Chandra Nayak

ଉମାକାନ୍ତ ଦାସ ଙ୍କ କବିତା ମାଆ ବିରଜାଙ୍କ ବିଶେଷ ପାର୍ବଣ

Sunil Chandra Nayak

ବିବେକ ଚୂଡାମଣି ଭାବାନୁବାଦ ପୁସ୍ତକର ଲୋକାର୍ପଣ

Leave a Comment

error: Content is protected !!