ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଡାବୁଗାଁରେ ସ୍ଵାଧୀନତା ଦିବସ ପାଳିତ

ଡାବୁଗାଁ, ୧୫/୨ – ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ କାର୍ଯ୍ୟ|ଳୟ, ତହସିଲ କାର୍ଯ୍ୟ|ଳୟ, ଥାନା, ପୋଷ୍ଟ ଅଫିସ, ମହିଳା ଓ ଶିଶୁ ବିକାଶ କାର୍ଯ୍ୟ|ଳୟ, ସାମ୍ବାଦିକ ସଂଘ କାର୍ଯ୍ୟ|ଳୟ, ଡ୍ରାଇଭର ମହାସଂଘ ଓ ବିଭିନ୍ନ ସରକାରୀ ବେସରକାରୀ କାର୍ଯ୍ୟ|ଳୟ ଓ ବିଦ୍ୟାଳୟ ଗୁଡିକରେ ସୋମବାର ୭୩ ତମ ସ୍ଵାଧୀନତା ଦିବସ ପାଳିତ ହୋଇଯାଇଛି | ବ୍ଲକ କାର୍ଯ୍ୟ|ଳୟରେ ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିଥିବା ବେଳେ ବ୍ଲକ ସାମ୍ବାଦିକ ସଂଘ ଠାରେ ଡାବୁଗାଁ ଉପଡାକପାଳ ଦୀପ୍ତି ନାରାୟଣ ସେଠୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ | ଏହି କାର୍ଯ୍ୟକ୍ରମରେ ଏବିଡିଓ ପଦ୍ମନାଭ ତ୍ରିପାଠୀ, ବ୍ଲକ ଅଧ୍ୟକ୍ଷା ବୀଣା ମାଝି, ଉପାଧ୍ୟକ୍ଷ ସଦାନନ୍ଦ ନାୟକ, ବ୍ଲକ ବିଜେଡି ସଭାପତି ସୁରେନ୍ଦ୍ର କୁମାର ମିଶ୍ର, ବ୍ଲକ ସାମ୍ବାଦିକ ସଂଘ ସଭାପତି ପ୍ରଜ୍ଞାରଞ୍ଜନ ପରିଡା, ଉପଦେଷ୍ଟା ରବି ନାରାୟନ ମହାନ୍ତି, ମିହିର ଶଙ୍କର ପାତ୍ର, ଗଗନ ଗନ୍ତାୟତ, ସୁଶାନ୍ତ କୁମାର ପଣ୍ଡା, ସମସ୍ତ ଅଧିକାରୀ ଓ ସାମ୍ବାଦିକ ମାନେ ଉପସ୍ଥିତ ଥିଲେ | ଏହା ପରେ ଜୟନ୍ତୀନଗର ସ୍ଥିତ ଶିଶୁ ଉଦ୍ୟାନ ରେ ଥିବା ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ଅତିଥି ମାନେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ | ଡ୍ରାଇଭର ମହାସଂଘ କାର୍ଯ୍ୟ|ଳୟ ଠାରେ ଡାବୁଗାଁ ଆଇଆଇସି ପ୍ରମୋଦ କୁମାର ନାୟକ ଯୋଗ ଦେଇ ପତାକା ଉତ୍ତୋଳନ କରିଥିଲେ |

ପ୍ରଜ୍ଞାରଞ୍ଜନ ପରିଡା, ଡାବୁଗାଁ

Related posts

ଉପେନ୍ଦ୍ର କୁମାର ବସ୍ତିଆ ଙ୍କ କବିତା ଏଇତ ଜୀବନ

Sunil Chandra Nayak

କବିତା – ଖରା

Sunil Chandra Nayak

ବାଲେଶ୍ବର – ଆକସ୍ମିକ ଅଗ୍ନିକାଣ୍ଡରେ ପୋଡିଗଲା ଲକ୍ଷାଧିକ ଟଙ୍କାର ସାମଗ୍ରୀ

Leave a Comment

error: Content is protected !!