ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଜୁନାଗଡ ଠାରେ ଜିଲ୍ଲାପାଳ ତଥା ଆରକ୍ଷୀ ଅଧିକ୍ଷକଙ୍କ ଅଧ୍ୟକ୍ଷତା ରେ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ

ଭବାନୀପାଟଣା ତା୧୬.୦୮.୨୦୨୨ (ମ ନି ସ) ଆଜି ଜୁନାଗଡ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ,କଳାହାଣ୍ଡି ପି ଅନ୍ୱେଷା ରେଡ୍ଡୀ ତଥା ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଭିଳାଷ ଜି ଙ୍କ ଯୁଗ୍ମ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲା ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ,ଜିଲ୍ଲାପରିଷଦ ଶ୍ରୀ ସୁଶାନ୍ତ କୁମାର ପଟେଲ,ଉପ ଜିଲ୍ଲାପାଳ ଧର୍ମଗଡ ଶ୍ରୀ ସଚିନ ପାୱାର ପ୍ରକାଶ, ସି ଡ଼ି ଏମ୍ ଓ ଡ ରଞ୍ଜନ ମିତ୍ର, ଧର୍ମଗଡ ଏସ ଡି ପି ଓ ଶ୍ରୀ ଫିରୋଜ ଚୋପ ଦାରଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ,ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ସବିତା ମେହେର,ବି ଡି ଓ ଶ୍ରୀ ଦୁଲାରାମ ମାରାଣ୍ଡି ଓ ବ୍ଲକସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ।ଏହି ଜନ ଶୁଣାଣି ଶିବିରରେ ମୋଟ ୧୬୩ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୪୮ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୫ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୧୨ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।

Related posts

ମୂଳଧର୍ମକୁ ଫେରିଲେ ତିନି ବାରଣ ପରିବାର

Sunil Chandra Nayak

ଅବକାରୀ ବିଭାଗର ମିଳିତ ଚଢାଉ , ୬କେଜି ୪୦୦ ଗ୍ରାମ ଗଞ୍ଜେଇ ଜବତ , ଜଣେ ଗିରଫ

କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡରେ ସ୍ୱାବଲମ୍ବି ହେଲେ ଏସଏସଜି ମହିଳା,ଉଦଘାଟନ ହେଲା ମିଶନ ଶକ୍ତି କାଫେ

Sunil Chandra Nayak

Leave a Comment

error: Content is protected !!