ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ସର୍ପ ଦଂଶନରେ ଯୁବ ସମାଜସେବୀ ଧନେଶ୍ଵର ମହାପାତ୍ରଙ୍କ ଦେହାନ୍ତ

ମୟୂରଭଞ୍ଜ -୨୯/୮/୨୨(ମସିହା) ମୟୂରଭଞ୍ଜ ଜିଲ୍ଲାର ସିମାନ୍ତ ତିରିଂ ଥାନା ଅନ୍ତର୍ଗତ ବଡଡାଳିମାର ଯୁବ ସମାଜସେବୀ ଧନେଶ୍ଵର ମହାପାତ୍ର (୪୫)ଙ୍କ ରବିବାର ସଂଧ୍ୟାବେଳେ ନାଗସାପ ଦଂଶନ କରିଥିଲା ।ପରେ ତାଙ୍କୁ ଅସୁସ୍ଥ ଅବସ୍ଥାରେ ବହଳଦା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଏବଂ ପରେ ରାଇରଙ୍ଗପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ସେଠାରେ ଡାକ୍ତର ମୃତ ଘୋଷଣା କରିଥିଲେ ।ତିରିଂ ପୋଲିସ ସୋମବାର ଦିନ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଶବ ବ୍ୟବଚ୍ଛେଦ କରାଇ ପରିବାରବର୍ଗଙ୍କୁ ହସ୍ତାନ୍ତର କରିଛି ।ସେ ଜଣେ ପରୋପକାରୀ ମିଷ୍ଟଭାଷୀ ଯୁବକ,ଦରଦୀ ବଂଧୁ ଥିଲେ । ତାଙ୍କ ମୃତ୍ୟୁରେ ବହଳଦା,ତିରିଂ ଆଖପାଖରେ ଶୋକରେ ଛାୟା ଖେଳିଯାଇଛି ।ତାଙ୍କ ବାପା ଭିକାରୀ ଚରଣ ମହାପାତ୍ର ତିରିଂ ବ୍ଳକ ଅଧ୍ୟକ୍ଷ ଥିଲେ ।

ମୟୂରଭଞ୍ଜ ରୁ ଅକ୍ଷୟ ବିଶ୍ବାଳ ଙ୍କ ରିପୋର୍ଟ 

Related posts

ପ୍ରଥମ ଓଡ଼ିଶା ବିଶ୍ଵବିଦ୍ୟାଳୟ କ୍ରିଡା ସମାରୋହରେ କଳାହାଣ୍ଡି ବିଶ୍ଵବିଦ୍ୟାଳୟର କମାଲ 

Sunil Chandra Nayak

ବିଭିନ୍ନ ସ୍ଥାନରେ ଶ୍ରୀରାମ ନବମୀ ପାଳିତ

Sunil Chandra Nayak

କୋକସରା ବ୍ଲକ ରେ ଜିଲ୍ଲାପାଳ ଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

Sunil Chandra Nayak

Leave a Comment

error: Content is protected !!