ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ନବୀନ ପାଇଲେ ଜୀବନବ୍ୟାପୀ ସାଧନା ସମ୍ମାନ…ଉଲ୍ଲେଖନୀୟ ନେତୃତ୍ୱ ପାଇଁ ସମ୍ମାନୀତ ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

୧୯୯୭ରେ ରାଜନୀତିରେ ପାଦ ଦେଇଥିବା ନବୀନ ୨୦୦୦ ମସିହାରୁ ଲଗାତର ୫ ଥର ଓଡ଼ିଶାର ମୁଖ୍ୟମନ୍ତ୍ରୀ ହେବାର ରେକର୍ଡ କରିଛନ୍ତି

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମିଳିଲା ଜୀବନବ୍ୟାପୀ ସାଧନା ସମ୍ମାନ । ନୂଆ ଦିଲ୍ଲୀର ଇଣ୍ଡିଆ ଇଂଟରନେସନାଲ ସେଂଟରରେ କ୍ୟାପିଟାଲ ଫାଉଣ୍ଡେସନ୍ ସୋସାଇଟି ପକ୍ଷରୁ ତାଙ୍କୁ ସମ୍ମାନିତ କରାଯାଇଛି । ଉଲ୍ଲେଖନୀୟ ନେତୃତ୍ୱ ପାଇଁ ଏହି ସମ୍ମାନରେ ସମ୍ମାନୀତ ହେଲେ ମୁଖ୍ୟମନ୍ତ୍ରୀ । ସୁପ୍ରମିକୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ଏନ୍.ଭି ରମଣାଙ୍କଠାରୁ ମୁଖ୍ୟମନ୍ତ୍ରୀ ଏହି ସମ୍ମାନଜନକ ପୁରସ୍କାର ଗ୍ରହଣ କରିଛନ୍ତି ।

ଏହି ମୁହୂର୍ତକୁ ସ୍ମରଣୀୟ କରିବା ପାଇଁ ବିଜେଡି ପକ୍ଷରୁ ବଡ଼ ଯୋଜନା ପ୍ରସ୍ତୁତ କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧିତ କରିବା ପାଇଁ ସବୁ ଜିଲ୍ଲା ଯୁବ ଓ ଛାତ୍ର ସଭାପତିମାନଙ୍କୁ ଦିଲ୍ଲୀ ନିଆଯାଇଛି । ସେଠାରେ ଦଳର କେତେଜଣ ବରିଷ୍ଠ ନେତା ମଧ୍ୟ ରହିଛନ୍ତି । ପାରମ୍ପରିକ ନାଚ, ଗୀତ ଆଦିର ବ୍ୟବସ୍ଥା କରାଯାଇଛି । ପ୍ରବାସୀ ଓଡ଼ିଆ ଓ ବିଜେଡି ନେତାମାନେ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା ଦେବେ । ଏହା ସହ ଏପିଜେ ଅବଦୁଲ କଲାମ ରୋଡ୍ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଆଗରେ ମଧ୍ୟ ସ୍ୱାଗତ ସମ୍ବର୍ଦ୍ଧନା ପାଇଁ ଯୋଜନା କରାଯାଇଛି । ଆସନ୍ତା ୬ ତାରିଖରେ ମୁଖ୍ୟମନ୍ତ୍ରୀ ଓଡ଼ିଶା ଫେରିବେ । ଓଡ଼ିଶାରେ ମଧ୍ୟ ସମ୍ବର୍ଦ୍ଧନା ପାଇଁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ୧୯୯୭ରେ ରାଜନୀତିରେ ପାଦ ଦେଇଥିବା ନବୀନ ୨୦୦୦ ମସିହାରୁ ଲଗାତର ୫ ଥର ଓଡ଼ିଶାର ମୁଖ୍ୟମନ୍ତ୍ରୀ ହେବାର ରେକର୍ଡ କରିଛନ୍ତି ।

ବିଦ୍ୟାଧର ସାହୁଙ୍କ ରିପୋର୍ଟ…..

Related posts

ତମ୍ବାଛଡା ଜ୍ଞାନ ମନ୍ଦିର ଛାତ୍ରଛାତ୍ରୀ ଙ୍କୁ ସ୍କୁଲ ବ୍ୟାଗ ବଣ୍ଟନ

Sunil Chandra Nayak

ରାଧାକୁଞ୍ଜ ସାହି ରେ ରାସ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ

Sunil Chandra Nayak

ଶ୍ରୀ ବିଦ୍ୟାଧର ମହାନ୍ତ ତମ୍ଵାହରା ଙ୍କ କବିତା ଜଗନ୍ନାଥ ଜଣାଣ 

Sunil Chandra Nayak

Leave a Comment

error: Content is protected !!