ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଆଇନ ସଚେତନତା ଶିବିର

ନବରଙ୍ଗପୁର, 06/09(ମନିସ) ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ତରଫରୁ ଏକଲବ୍ୟ ମଡେଲ ରେସିଡେନସିଆଲ ବିଦ୍ୟାଳୟ, ହିରଲି ଠାରେ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କୁ ନେଇ “NALSA (Legal Services to victims of Acid Attacks) Scheme, 2016, Relevant provision of Indian Penal Code & Victim Compensation Scheme, 2017” କୁ ନେଇ ଏକ ଆଇନ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ଅଧ୍ୟକ୍ଷ ତଥା ଜିଲ୍ଲା ଦୌରାଜର୍ଜ ଶ୍ରୀଯୁକ୍ତ. ସଂଜୀବ ଦୁବେଙ୍କ ନିର୍ଦେଶ କ୍ରମେ ଆୟୋଜିତ ହୋଇଥିଲା । ଏହି ସଚେତନତା କାର୍ଯ୍ୟକ୍ରମରେ ଜିଲ୍ଲା ଆଈନ ସେବା ପ୍ରାଧିକରଣର ସଚିବ ଶ୍ରୀଯୁକ୍ତ ଜନକ ରାଉତ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ । ଏହି କାର୍ଯ୍ୟକ୍ରମ ରେ ଅତିରିକ୍ତ ଅରକ୍ଷି ଅଧିକାରୀ, ନବରଙ୍ଗପୁର ଶ୍ରୀଯୁକ୍ତ ଚନ୍ଦ୍ର ଶେଖର ହୋତା, ଆଇନଜୀବି ଶ୍ରୀଯୁକ୍ତ ରାଜକିଶୋର ନାଗ, ସାମାଜିକ କର୍ମୀ ଶ୍ରୀମତୀ ମନୋରମା ମାଝି ଓ ଶ୍ରୀଯୁକ୍ତ ଅଜିତ ରଞ୍ଜନ ମାଳୀ, ବିଦ୍ୟାଳୟର ଅଧ୍ୟକ୍ଷ ପ୍ରମୁଖ ଯୋଗ ଦେଇଥିଲେ ଓ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କୁ ବିଭିନ୍ନ ଆଈନ ବିଷୟରେ ସଚେତନ କରିଥିଲେ । ସଭା ଶେଷରେ ଶ୍ରୀମତୀ ମଣିକାମନ୍ୟ ଆଚାର୍ୟ, ଶିକ୍ଷକ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମ ଜିଲ୍ଲା ଆଈନ ସେବା ପ୍ରାଧିକରଣ, ନବରଙ୍ଗପୁର ଦ୍ଵାରା ପରିଚାଳନା କରଯାଇଥିଲା ।

ନବରଙ୍ଗପୁର ଜିଲ୍ଲାରୁ ରବିନାରାୟଣ ମହାନ୍ତି ଙ୍କ ରିପୋର୍ଟ ମସୀହା ନିୟୁଜ୍।

Related posts

ବ୍ଲକସ୍ତରୀୟ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

Sunil Chandra Nayak

ନଳିନୀ ପ୍ରଭା ମିଶ୍ର ଙ୍କ କବିତା ଶ୍ରାବଣ ସଞ୍ଜ

Sunil Chandra Nayak

ମୋଟେର ଠାରେ ଶାରଦୀୟ ଦୁର୍ଗାପୂଜା ପାଇଁ ଅଧିବାସ ଓ କଳସ ଯାତ୍ରା

Sunil Chandra Nayak

Leave a Comment

error: Content is protected !!