ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଭବାନୀପାଟଣା ଠାରେ ଜିଲ୍ଲାପାଳ ତଥା ଆରକ୍ଷୀ ଅଧିକ୍ଷକଙ୍କ ଅଧ୍ୟକ୍ଷତା ରେ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ

ଭବାନୀପାଟଣା  ( ମ ନି ସ )ତା୦୬.୦୯.୨୦୨୨ , ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହରେ ଜିଲ୍ଲାପାଳ ,କଳାହାଣ୍ଡି ପି ଅନ୍ୱେଷା ରେଡ୍ଡୀ ତଥା ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଭିଳାଷ ଜି ଙ୍କ ଯୁଗ୍ମ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଶରତ ଚନ୍ଦ୍ର ଶ୍ରୀଚନ୍ଦନ,ଉପ ଜିଲ୍ଲାପାଳ ଭବାନୀପାଟଣା ଡ ବିଶ୍ୱଜିତ ଦାସ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।ଏହି ଜନ ଶୁଣାଣି ଶିବିରରେ ମୋଟ ୩୯ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୩୨ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୭ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୩ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା। ଅଭିଯୋଗ ମୁଖ୍ୟତଃ ଆବାସ ଗୃହ, ଭତ୍ତା,ରାସନ୍ କାର୍ଡ ଉପରେ ଥିଲା। ଜୁନାଗଡ଼ ବ୍ଲକ ର ଗଉଡଛେଣ୍ଡିଆ ଗ୍ରାମର ଶ୍ରୀ ଜୟନ୍ତ ଝାଙ୍କର ଙ୍କୁ ପୁନର୍ବାସ ସହାୟତା ବାବଦକୁ ୫୦୦୦ ଟଙ୍କା ର ଆର୍ଥିକ ଅନୁମୋଦନ କରାଯାଇଥିଲା।

Related posts

ବାବା ସାହେବ ଅମ୍ବେଦକରଙ୍କ ୧୩୧ତମ ଜନ୍ମ ଜୟନ୍ତି ପାଳିତ

Sunil Chandra Nayak

ନଳିନୀ ପ୍ରଭା ମିଶ୍ର ଙ୍କ କବିତା ମନ ଆକାଶ ରେ ଜହ୍ନ

Sunil Chandra Nayak

ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ଯ  ଶିବିର ଅନୁଷ୍ଠିତ

Sunil Chandra Nayak

Leave a Comment

error: Content is protected !!