ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩ ପ୍ରତିଶତ ବୃଦ୍ଧି

ପିଚ୍ଛିଲା ଭାବେ ଜାନୁଆରୀ ୨୦୨୨ରୁ ଲାଗୁ ହେବ….

ରାଜ୍ୟ ସରକରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୧ ପ୍ରତିଶତରୁ ୩୪ ପ୍ରତିଶତକୁ ବୃଦ୍ଧି ପାଇଲା। ଏହା ୧.୧.୨୦୨୨ରୁ ପିଚ୍ଛିଲା ଭାବରେ ଲାଗୁ କରାଯାଇଛି। ସଂଶୋଧିତ ହାରରେ ପେନ୍‌ସନ ପାଉଥିବା ପେନ୍‌ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। 

କର୍ମଚାରୀ ଓ ପେନସନ୍‌ଭୋଗୀମାନେ ଚଳିତ ମାସର ଦରମାରେ ଏହି ବର୍ଦ୍ଧିତ ଭତ୍ତା ପାଇବା ସହିତ ୨୦୨୨ ଜାନୁଆରୀରୁ ଅଗଷ୍ଟ ପର୍ଯ୍ୟନ୍ତ ବକେୟା ଭତ୍ତା ଅଲଗା ଭାବେ ପ୍ରଦାନ କରାଯିବ। ଏହାଦ୍ବାରା ରାଜ୍ୟ ସରକାରଙ୍କ ୪ ଲକ୍ଷ କର୍ମଚାରୀ ଓ ୩.୫ ଲକ୍ଷ ପେନସନ୍ ଭୋଗୀ ଉପକୃତ ହେବେ।

ବିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

ଜୀ ସାର୍ଥକରେ ଖୁବଶୀଘ୍ର ଆସୁଛି ‘ସା ରେ ଗା ମା ପା – ସ୍ୱରର ମହାମଞ୍ଚ’

Sunil Chandra Nayak

ପ୍ରବଳ ବର୍ଷା ଯୋଗୁଁ ଆପ୍ରୋଚ ରୋଡ଼ ଧୋଇ ଗଲା… ଧର୍ମଗଡ଼ କୁ ଯୋଗାଯୋଗ ବିଚ୍ଛିନ୍ନ….

Sunil Chandra Nayak

ଵହଳଦା ବନ୍ୟାଞ୍ଚଳ ଆନୁକୁଲ୍ୟରେ କୁଦରସାହି ଠାରେ ୬୮’ ତମ ବନ୍ୟପ୍ରାଣୀ ସପ୍ତାହ ପାଳିତ

Sunil Chandra Nayak

Leave a Comment

error: Content is protected !!