ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩ ପ୍ରତିଶତ ବୃଦ୍ଧି

ପିଚ୍ଛିଲା ଭାବେ ଜାନୁଆରୀ ୨୦୨୨ରୁ ଲାଗୁ ହେବ….

ରାଜ୍ୟ ସରକରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୧ ପ୍ରତିଶତରୁ ୩୪ ପ୍ରତିଶତକୁ ବୃଦ୍ଧି ପାଇଲା। ଏହା ୧.୧.୨୦୨୨ରୁ ପିଚ୍ଛିଲା ଭାବରେ ଲାଗୁ କରାଯାଇଛି। ସଂଶୋଧିତ ହାରରେ ପେନ୍‌ସନ ପାଉଥିବା ପେନ୍‌ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। 

କର୍ମଚାରୀ ଓ ପେନସନ୍‌ଭୋଗୀମାନେ ଚଳିତ ମାସର ଦରମାରେ ଏହି ବର୍ଦ୍ଧିତ ଭତ୍ତା ପାଇବା ସହିତ ୨୦୨୨ ଜାନୁଆରୀରୁ ଅଗଷ୍ଟ ପର୍ଯ୍ୟନ୍ତ ବକେୟା ଭତ୍ତା ଅଲଗା ଭାବେ ପ୍ରଦାନ କରାଯିବ। ଏହାଦ୍ବାରା ରାଜ୍ୟ ସରକାରଙ୍କ ୪ ଲକ୍ଷ କର୍ମଚାରୀ ଓ ୩.୫ ଲକ୍ଷ ପେନସନ୍ ଭୋଗୀ ଉପକୃତ ହେବେ।

ବିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

ବବି ଜୈନ୍ ଙ୍କ କବିତା ମୁଁ କବି

Sunil Chandra Nayak

ରତିନାରାୟଣ ରାଉତ ଙ୍କ କବିତା ପଶ୍ଚିମ ଓଡ଼ିଶାର ନୂଆଖାଇ 

Sunil Chandra Nayak

ମନୋଜ ରଥ ରଚିତ  ” ଅବାଞ୍ଛିତ କୁରୁକ୍ଷେତ୍ର” ଏକାଡେମୀ ପୁସ୍ତକ ” ନାଟକ ସମଗ୍ର ” ରେ ସ୍ଥାନିତ l

Sunil Chandra Nayak

Leave a Comment

error: Content is protected !!