ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଡାବୁଗାଁ ରେ ମହାତ୍ମା ଗାନ୍ଧୀ ଜୟନ୍ତୀ ଓ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ

ଡାବୁଗାଁ, ୨/୧୦ ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ କାର୍ଯ୍ୟ|ଳୟ ପରିସରରେ ଜାତି ର ପିତା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ରବିବାର ପାଳିତ ହୋଇଯାଇଛି | ଏଥିରେ ପ୍ରଥମେ ମହାତ୍ମା ଗାନ୍ଧୀ ଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରି ସ୍ମୃତି ଚାରଣ କରିଥିଲେ | ପରେ ଆଜାଦୀକା ଅମୃତ ମହୋତ୍ସବ ଉପଲକ୍ଷେ ବ୍ଲକ ସଦର ମହକୁମା ସ୍ଥିତ ଶିଶୁ ଉଦ୍ୟାନ ପରିସରରେ ଡାବୁଗାଁ ବ୍ଲକ ପରିମଳ ମିଶନ ତରଫରୁ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉଦ୍ୟାନ ପରିସର ସଫା କରାଯାଇ ମହାତ୍ମା ଗାନ୍ଧୀ ଙ୍କ ପ୍ରତିମୂର୍ତ୍ତିରେ ଅତିଥି ମାନେ ମାଲ୍ୟାର୍ପଣ କରିଥିଲେ | ଏହି କାର୍ଯ୍ୟକ୍ରମ ର ମୂଳ ଲକ୍ଷ୍ୟ ପ୍ଲାଷ୍ଟିକ ବ୍ୟବହାର ରୋକିବା, ପାଇଖାନା ବ୍ୟବହାର କରିବା ନିଜ ସହ ନିଜ ପରିବେଶ କୁ ସ୍ୱଚ୍ଛତା ରଖିବା । ଏହି କାର୍ଯ୍ୟକ୍ରମ ରେ ଡାବୁଗାଁ ବ୍ଲକ ବିଡିଓ ଶରତ ମାଝି, ସହକାରୀ ନିର୍ବାହୀ ଯନ୍ତ୍ରୀ ମାନସ କୁମାର ନେଟୀ, କନିଷ୍ଠ ଯନ୍ତ୍ରୀ ପ୍ରଶାନ୍ତ କୁମାର ଚୌଧୁରୀ, ସାଂସଦ ପ୍ରତିନିଧି ଏମ୍. ଆପ୍ପା ରାଓ, ବ୍ଲକ ବିଜେଡି ସଭାପତି ସୁରେନ୍ଦ୍ର କୁମାର ମିଶ୍ର, ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ ବର୍ଣ୍ଣବାସୀ ନାୟକ, ବିପିସି ଯୋଗେନ୍ଦ୍ର କୁମାର ମାଝି, ପେସା ସଂଯୋଜକ ଶୁଭଶ୍ରୀ ମହାଙ୍କୁଡ, ସୁରେଶ କୁମାର ବାରିକ, ସାମୁଏଲ ସାଧୁ ଓ ଅନ୍ୟ ମାନେ ଉପସ୍ଥିତ ଥିଲେ | ଉକ୍ତ କାର୍ଯ୍ୟକ୍ରମକୁ ବ୍ଲକ ରିସର୍ଚ୍ଚ କୋଡ଼ିନେଟର ମାନସ ମୁଖାର୍ଜୀ ପରିଚାଳନା କରିଥିଲେ ।

ପ୍ରଜ୍ଞାରଞ୍ଜନ ପରିଡା, ଡାବୁଗାଁ

Related posts

କଙ୍ଗାଳୀ ଚରଣ ସେଠୀ ଙ୍କ କବିତା କାବ୍ୟ ନାୟିକା ମୋ କାନ୍ଦେ

Sunil Chandra Nayak

ଭବାନୀପାଟଣା ପୌର ସଫେଇ କର୍ମଚାରୀଙ୍କର ସ୍ଥାୟୀ ନିଯୁକ୍ତି ଦାବିରେ ଆନ୍ଦୋଳନ

ଲାଖବାହାଲିଠାରେ ସିଆର୍ ପିଏଫ୍ ତରଫରୁ ଜନସଂପର୍କ କାର୍ଯ୍ୟକ୍ରମ

Sunil Chandra Nayak

Leave a Comment

error: Content is protected !!