ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଡାବୁଗାଁ ରେ ମା ଦୂର୍ଗା ପୂଜା ଆରମ୍ଭ

ଡାବୁଗାଁ, ୨/୧୦ ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ସଦର ମହକୁମାସ୍ଥିତ ଦୂର୍ଗା ମଣ୍ଡପ ଠାରେ ରବିବାର ମା ଦୁର୍ଗାଙ୍କ ସପ୍ତମୀ ପୂଜା ଅନୁଷ୍ଠିତ ହୋଇଛି | ଶନିବାର ସନ୍ଧ୍ୟାରେ ମାଁ ଠାକୁରାଣୀ ମନ୍ଦିର ପୁଷ୍କରିଣୀରେ ଜଳାଧିବାସ ସହ ଗଙ୍ଗା ଆବାହନ କରାଯାଇ ବିଲ୍ଵବରଣ କରାଯାଇଥିଲା | ବାଜା ବଜାଇ ବାଣ ଫୁଟାଇ ମହାଆଡମ୍ବରରେ ଶୋଭାଯାତ୍ରାରେ ମାଙ୍କ କଳସ ଅଣାଯାଇ ମଣ୍ଡପରେ ସ୍ଥାପିତ କରାଯାଇଥିଲା | ରାତିରେ ଷଷ୍ଠୀ ପୂଜା କରାଯାଇଥିଲା | ରବିବାର ଚକ୍ଷୁ ଦାନ କରିବା ସହ ମାଁଙ୍କୁ ଆବାହନ କରାଯାଇ ମାଁଙ୍କ ସପ୍ତମୀ ପୂଜା ହୋଇଥିଲା | ବ୍ରାହ୍ମଣ ମାନଙ୍କ ଦ୍ଵାରା ମାଁଙ୍କ ପୂଜାର୍ଚ୍ଚନା କରାଯାଇଥିଲା | ଏଥିରେ ମୁଖ୍ୟ ପୂଜକ ମହେଶ ଚନ୍ଦ୍ର ପଣ୍ଡା ପୂଜା କାର୍ଯ୍ୟ ସମ୍ପାଦନା କରୁଥିବା ବେଳେ ଅନ୍ୟ ପୂଜକ ମାନେ ପୂଜାରେ ସହାୟତା କରୁଛନ୍ତି | ଚଳିତ ବର୍ଷ କରୋନା କଟକଣା ନଥିବାରୁ ମହା ଆଡମ୍ବରରେ ଦୂର୍ଗା ପୂଜା ପାଳନ ହେଉଛି | ଇଣ୍ଡିଆ ଗେଟ ର ନମୁନା ଭଳି ଆକର୍ଷଣୀୟ ତୋରଣ ସାଙ୍ଗକୁ ରଙ୍ଗବେରଙ୍ଗ ଆଲୋକମାଳାରେ ଝଲସୁଛି ଡାବୁଗାଁ ସହର | ପୂଜା ଦେଖିବା ପାଇଁ ଅପରାହ୍ନରୁ ଭକ୍ତ ଙ୍କ ଗହଳି ଲାଗିଥିବା ଦେଖିବାକୁ ମିଳିଛି |

ପ୍ରଜ୍ଞାରଞ୍ଜନ ପରିଡା, ଡାବୁଗାଁ

Related posts

ମମତା ଶତପଥୀ ଙ୍କ ଗଳ୍ପ  ଯା ଦେବୀ ସର୍ବଭୂତେଷୁ—

Sunil Chandra Nayak

ଆରମ୍ଭ ହେଲା ଓଡ଼ିଆ ସିନେମା ବଞ୍ଚାଅ ଅଭିଯାନ ପଦଯାତ୍ରା

Sunil Chandra Nayak

ଓଡ଼ିଶା ନାଟ୍ୟ ଦିବସ ପାଳନୋତ୍ସବ ନିମନ୍ତେ ପ୍ରସ୍ତୁତି ବୈଠକ

Sunil Chandra Nayak

Leave a Comment

error: Content is protected !!