ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ବିଜେଡି ତରଫରୁ ଜନ ସମ୍ପର୍କ ପଦଯାତ୍ରା

ଭବାନୀପାଟଣା -:/   ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ସମଗ୍ର ରାଜ୍ୟରେ ଗାନ୍ଧୀ ଜୟନ୍ତୀ ଠାରୁ ଏକ ମାସ ବ୍ୟାପୀ ବିଜେଡି ତରଫରୁ ଜନ ସମ୍ପର୍କ ପଦଯାତ୍ରା କରାଯିବା ପାଇଁ ନିଷ୍ପତ୍ତି ହୋଇଛି। ସରକାରଙ୍କ ଜନାଭିମୁଖି ଯୋଜନା ଗୁଡିକୁ ପ୍ରତ୍ୟେକ ରାଜ୍ୟବାସୀଙ୍କୁ ଅବଗତ କରାଇବା ଉଦ୍ଦେଶ୍ୟରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପଦଯାତ୍ରାର ଆୟୋଜନ କରାଯାଇଛି। ଏହି ପରିପ୍ରେକ୍ଷିରେ ଆଜି ଭବାନୀପାଟଣା ଠାରେ ଜିଲ୍ଲା ସ୍ତରୀୟ ପଦଯାତ୍ରା ଲାଲ ବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ ଠାରୁ ବିଜୁ ପଟ୍ଟନାୟକ ଷ୍ଟାଚ୍ୟୁ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ ଜନ ସାଧାରଣ ଯୋଗଦେଇ ପ୍ରିୟ ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା କରାଯାଇଥିବା ବିକାଶ ମୂଳକ କାର୍ଯ୍ୟର ବାର୍ତ୍ତା ଘରେ ଘରେ ପହଞ୍ଚାଇଥିଲେ। ପରେ ସ୍ଥାନୀୟ ହସ୍ପିଟାଲ ଛକ ଠାରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଉପଲକ୍ଷେ ଏକ ସଭା ଆୟୋଜିନ କରାଯାଇଥିଲା ‌। ଏହି କାର୍ଯ୍ୟକ୍ରମରେ କଳାହାଣ୍ଡି ଜିଲ୍ଲା ବିଜେଡି ସଭାପତି ପୁଷ୍ପେନ୍ଦ୍ର ସିଂହଦେଓ ସଭାପତିତ୍ବ କରିଥିଲାବେଳେ କାର୍ଯ୍ୟକାରୀ ସଭାପତି ସଭା ପରିଚାଳନା କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ନର୍ଲା ବିଧାୟକ ଭୁପିନ୍ଦର ସିଂହ, ଲାଞ୍ଜିଗଡ଼ ବିଧାୟକ ପ୍ରଦୀପ କୁମାର ଦିଶାରି, ଧର୍ମଗଡ ବିଧାୟକ ମହୋଦଧି ବାଗ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂହଦେଓ, ପୂର୍ବତନ ବିଧାୟକ ଦୁଷ୍ମନ୍ତ ନାଏକ, ଅନାମ ନାଏକ, ଗୋବର୍ଦ୍ଧନ ଦାଶ, ଜିଲ୍ଲା ସାଧାରଣ ସମ୍ପାଦକ ଭବାନୀ ଶଙ୍କର ମିଶ୍ର, ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ସୁଧୀରା ମେହେର, ପୌରାଧ୍ୟକ୍ଷ ସଂଯୁକ୍ତା ବେହେରା, ଉପାଧ୍ୟକ୍ଷ ବିଷ୍ଣୁ ପ୍ରଧାନ, ଉପ ସଭାପତି ଜିତେନ୍ଦ୍ର ମହାନ୍ତି, ପ୍ରଦୀପ ମୁଣ୍ଡ, ରାଜ୍ୟ ପରିଷଦ ଭବାନୀ ଶଙ୍କର ନିଆଲ, ସଚ୍ଚିଦାନନ୍ଦ ମହାକୁଡ଼, ଜାକୀର ହୁସେନ ଯୁବ ବିଜେଡ଼ି ସଭାପତି ଆଦିତ୍ୟ ନନ୍ଦ, ରାଜ୍ୟ ଛାତ୍ର ବିଜେଡ଼ି କାର୍ଯ୍ୟକାରୀ ସଭାପତି ଅବିନାଶ ଠାକୁର, ଯୁବ ବରିଷ୍ଠ ଉପସଭାପତି ମଣ୍ଟୁ ନାଏକ, ଜିଲ୍ଲା ମହିଳା ସଭାନେତ୍ରୀ ଲଳିତା ନାଏକ, ଟାଉନ ସଭାପତି ଧବଳେଶ୍ଵର ମହାପାତ୍ର, ରାଜ୍ୟ ସମ୍ପାଦିକା ସବିତା ପ୍ରଧାନ, ସାରଦା ପ୍ରସନ୍ନ ସ୍ବାଇଁ, କେସିଙ୍ଗା ଏନଏସି ଅଧ୍ୟକ୍ଷ ନୃପରାଜ ଯାଦବ, ଯୁବ ଜୋନ ସଭାପତି ମନିନ୍ଦ୍ର ମହାନ୍ତି, ଛାତ୍ର ଉପସଭାପତି ଅଭିଷେକ ମହାପାତ୍ର, ବଦ୍ରିନାରାୟଣ ପଟ୍ଟନାୟକ, ଦୟାନିଧି ନାଏକ, ଅଶେଶ୍ବର ବାଗ, ପରିକ୍ଷିତ ନାଏକ, ସମିତା ନାୟକ, ସମସ୍ତ କାଉନସିଲର ପ୍ରମୁଖ ଯୋଗଦେଇଥିଲେ।

କିଶନ ଶର୍ମା ଙ୍କ ରିପୋର୍ଟ 

Related posts

ଦିଲ୍ଲୀପ କୁମାର ନନ୍ଦୀ ଙ୍କ କବିତା ହଜିଲା ଦରବ:–୧

Sunil Chandra Nayak

ମାନଗୋବିନ୍ଦ ସ୍ବାଇଁ ଙ୍କ କବିତା ଜଣାଣ

Sunil Chandra Nayak

କୋରୋମଣ୍ଡଳ ଇଣ୍ଟରନେସନାଲ ଲିମିଟେଡ ପକ୍ଷରୁ ଲକି ଡ୍ର ର କାର୍ଯ୍ୟକ୍ରମ ଅନୁଷ୍ଠିତ

Sunil Chandra Nayak

Leave a Comment

error: Content is protected !!