ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଓଡିଆ ଭାଷା ବିକାଶ ମଞ୍ଚର ଗାନ୍ଧୀ ଜୟନ୍ତୀ ପାଳନ

ରାଉରକେଲା/ ସହରର ପ୍ରଗତିଶୀଳ ସାହିତ୍ୟନୁଷ୍ଠାନ ଓଡିଆ ଭାଷା ବିକାଶ ମଞ୍ଚ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳନ କରାଯାଇଛି । ମଂଚର ସଂପାଦକ ଆର୍ତ୍ତତ୍ରାଣ ମହାପାତ୍ରଙ୍କ ଆବାହକତ୍ବରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସଭାପତି ତଥା ଶିକ୍ଷାବିତ ପ୍ରଶାନ୍ତ କୁମାର ପତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ମହାତ୍ମା ଗାନ୍ଧୀ ଓ ଲାଲବାହାଦୁର ଶାସ୍ତ୍ରୀଙ୍କ ତ୍ୟାଗପୂତ ଜୀବନୀ ଓ ଅହିଁସା ସଂପର୍କରେ ଆଲୋଚନା କରିଥିଲେ । ଅନ୍ୟତମ ଅତିଥି ଡଃ ସୁମନ ଦତ୍ତ, ସାମାଜିକ କର୍ମୀ ପଶୁପତିନାଥ ଚାଟାର୍ଜୀ ସ୍ବାଧୀନତା ସଂଗ୍ରାମ ରେ ଏହି ମହାମନିଷୀ ଦ୍ବୟଙ୍କ ଅବଦାନ ସଂପର୍କରେ ଆଲୋଚନା କରିଥିଲେ ।ଅନ୍ୟମାନଙ୍କ ମଧ୍ୟରେ ସର୍ବଶ୍ରୀ ଡାକ୍ତର ବସନ୍ତ କୁମାର ଦାସ, ନାଟ୍ଯକାର ପ୍ରଫୁଲ୍ଲ ସାମଲ ଓ କବି କୁଞ୍ଜବିହାରୀ ରାଉତ ପ୍ରମୁଖ ଉପସ୍ଥିତ ଥିଲେ । ପ୍ରାରମ୍ଭରେ ସମସ୍ତ ସଭ୍ୟ ସିଭିକ ସେଣ୍ଟର୍ ଠାରେ ଥିବା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଥିଲେ ।

ରାଉରକେଲା ରୁ କୁଞ୍ଜ ବିହାରି ରାଉତ ଙ୍କ ରିପୋର୍ଟ 

Related posts

ବିକଳାଙ୍ଗଙ୍କୁ ସାହାଯ୍ୟ ନିମନ୍ତେ ଦାବି

Sunil Chandra Nayak

ଥୁଆମୂଳ ରାମପୁରରେ ଅଗ୍ନି ଭୈରବ ଦେବଙ୍କ ଝାମୁଯାତ୍ରା ବିଧିମତେ ସମ୍ପନ୍ନ

Sunil Chandra Nayak

ବାଗ୍ମୀ ରଜତ କରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଙ୍କ ଶୋକ

Leave a Comment

error: Content is protected !!